Posted inଖେଳ

ଦିଲ୍ଲୀ ସମ୍ମୁଖରେ ୧୮୯ ରନ୍‌ର ଟାଗେଟ୍‌

ମୁମ୍ବାଇ,୧୦ା୪: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ଆଇପିଏଲ୍‌ର ୧୪ ତମ ସଂସ୍କରଣର ଦ୍ୱିତୀୟ ମ୍ୟାଚରେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ରିଷଭ ପନ୍ତ। ପ୍ରଥମ ବ୍ୟାଟିଂ କରି ଚେନ୍ନାଇ ସୁପର କିଙ୍ଗ୍ସ ନିଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୧୮୮ ରନ୍‌ କରିବାକୁ ସକ୍ଷମ ହୋଇଛି। ଟସ୍‌ ନିଷ୍ପତ୍ତିକୁ ସିଠିକ୍‌ ପ୍ରମାଣ କରିଥିଲେ ବୋଲର ଆଭେସ ଖାଁ। ଆଭେସ ପ୍ରଥମ ଓଭରର ଚତୁର୍ଥ ବଲ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ ଦଳର ଓପରନର ଫାଫ ଡୁପ୍ଲେସଙ୍କୁ ଶୁନରେ ଆଉଟ କରିଥିଲେ। ସେହିପରି ଋତୁରାଜ ଗାଏକ୍ୱାଡ ମଧ୍ୟ ବେଶି କିଛି କରିପାରି ନ ଥିଲେ। ଋତୁରାଜ ୫ରନ୍‌ କରି କ୍ରିସ୍‌ ଓ୍ବକ୍ସଙ୍କ ବଲରେ ଆଉଟ ହୋଇଯାଇଥିଲେ। ପରେ ସୁରେଶ ରାଇନା ଏବଂ ମୋଇନ ଅଲି ସ୍ଥିତି ସମ୍ଭାଲି ଥିଲେ। ମୋଇନ ୩୬, ସୁରେଶ ରାଇନା ୫୪, ଅମ୍ବାତ୍ତି ରାୟୁଡୁ ୨୩, ରବୀନ୍ଦ୍ର ଜାଡେଜା ୨୬, ସାମ କୁରାନ ୩୪ ରନ୍‌ କର ଆଉଟ ହୋଇଇଥିଲେ। ଦିଲ୍ଲୀ କ୍ୟାପିଟାଲ୍ସ ଆଗରେ ଛିଡ଼ା ହୋଇଛି ୧୮୯ ରନ୍‌ର ବିଜୟ ଲକ୍ଷ୍ୟ। ଦିଲ୍ଲୀ କ୍ୟାପିଟାଲ୍ସ ତରଫରୁ ଆଭେସ ଖାଁ ୪ ଓଭରରେ ୨୩ ରନ୍‌ ଦେଇ ୨ ଉଇକେଟ ନେଇଥିବା ବେଳେ କ୍ରିସ୍‌ ଓ୍ବକ୍ସ ୨ଟି ଏବଂ ଆର. ଅଶ୍ୱିନ ଏବଂ ଟମ୍‌ କୁରନ ଗୋଟିଏ ଲେଖାଏଁ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri