ଶର୍ଟସର୍କିଟରୁ ଜଳିଗଲା କୁକୁଡ଼ା ଫାର୍ମ, ୫ ଲକ୍ଷ ଟଙ୍କାର ସମ୍ପତ୍ତି ନଷ୍ଟ

ମହାକାଳପଡ଼ା,୨୪।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଧୀନ ବଉଳକଣି ପଞ୍ଚାୟତର ଛପାଲି-ବଡ଼ତୋଟା ଗ୍ରାମର ଏକ କୁକୁଡ଼ା ଫାର୍ମରେ ସୋମବାର ସକାଳେ ଶର୍ଟସର୍କିଟି ଯୋଗୁ ନିଆଁ ଲାଗି ୫ ଲକ୍ଷ ଟଙ୍କାର ସମ୍ପତ୍ତି ଜଳିଯାଇଛି। ଏହି ଅଗ୍ନିକାଣ୍ଡରେ ୪ ହଜାର ୮୦୦ କୁକୁଡ଼ା ଚିଆଁ ଜଳିଯାଇଛନ୍ତି। ପ୍ରାୟ ୧୦ରୁ ୧୫ କ୍ୱିଣ୍ଟାଲ କୁକୁଡ଼ା ଖାଦ୍ୟ, ଔଷଧ ଏବଂ ଘର ଜଳିଯାଇଛି। ଖବର ପାଇ ମହାକାଳପଡ଼ା ଅଗ୍ନିଶମ କର୍ମଚାରୀ ପହଞ୍ଚିଲା ବେଳକୁ ସବୁ ଜଳି ପାଉଁଶ ହୋଇଯାଇଛି। ଶେଖ୍‌ ଜଲିମ୍‌, ଶେଖ ଶାଜିଦ୍‌ କୁକୁଡ଼ା ଫାର୍ମ କରି ପରିବାର ପ୍ରତିପୋଷଣ କରୁଥିଲେ। ଅଗ୍ନିବିପନ୍ନଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ନିବେଦନ କରିଛନ୍ତି।


All Right Reserved By Dharitri.Com

ଆସିକା ଲୋକ ସଭା ନିର୍ବାଚନମଣ୍ଡଳୀ : ପ୍ରଥମକରି ଦୁଇ ମହିଳା ପ୍ରାର୍ଥୀଙ୍କ ଲଢ଼େଇ ତୀବ୍ର

ବ୍ରହ୍ମପୁର ଅଫିସ,୨୫ା୪-ଗଞ୍ଜାମ ଜିଲାର ଆସିକା ଲୋକ ସଭା ନିର୍ବାଚନ ମଣ୍ଡଳୀର ୨୦୧୯ ନିର୍ବାଚନରେ ପ୍ରଥମ କରି ଦୁଇ ମହିଳା ଭାଜପାରୁ ଅନିତା ଶୁଭଦର୍ଶିନୀ ଏବଂ ବିଜେଡରୁ...

ସମ୍ବଲପୁରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଜିଲା ଓକିଲ ସଂଘର ବନ୍ଦ ପାଳନ

ଦେବଗଡ଼,୨୬।୯(ଡି.ଏନ୍‌.ଏ.) : ଦେବଗଡ଼ ଜିଲା ଓକିଲ ସଂଘ ପକ୍ଷରୁ ପଞ୍ଚିମ ଓଡ଼ିଶା ସମ୍ବଲପୁରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପାଇଁ ଗୁରୁବାର ସମସ୍ତ ସରକାରୀ, ବେସରକାରୀ,...

୧୦୦ ଅଭିଯୋଗ ଶୁଣିଲେ ଜିଲାପାଳ

ବାଲିଅନ୍ତା,୧୧ା୧୧(ଡି.ଏନ୍‌.ଏ.): ବାଲିଅନ୍ତା ବ୍ଲକ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସୋମବାର ଖୋର୍ଦ୍ଧା ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସୀତାଂଶୁ କୁମାର ରାଉତ...

କୋନାବିରା ଅଞ୍ଚଳରେ ୨୨ ହାତୀ

କୋମନା,୩୧।୮(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ କୋନାବିରା ଅଞ୍ଚଳରେ ହାତୀ ପୁଣି ଥରେ ପ୍ରବେଶ କରି ତିଖାଳି ଡ୍ୟାମ ଭିତରେ ଆଡ୍ଡା ଜମାଇଛି । ଫଳରେ...

ମରଣଯନ୍ତା ପାଲଟିଛି କିଡ୍‌କୋ ରାସ୍ତା

ଝୁମ୍ପୁରା, ୧୨।୯(ଡି.ଏନ.ଏ.)-ପଳାଶପଙ୍ଗାଠାରେ ୨୦ନଂ ଜାତୀୟ ରାଜପଥକୁ ଗୋଟିଏ ପାର୍ଶ୍ୱରେ କିଡ୍‌କୋ ରାସ୍ତା ସଂଯୋଗ କରୁଥିବାବେଳେ ଅନ୍ୟପାର୍ଶ୍ୱରେ ବାମେବାରୀ ରାଜ୍ୟ ରାଜପଥକୁ ସଂଯୋଗ କରୁଛି। ଯୋଡା ଖଣି...

ପ୍ରକଳ୍ପ ପିଛା ଲକ୍ଷାଧିକ ଆତ୍ମସାତ

ଯାଜପୁର ଅଫିସ,୯ା୨: ସାଧାରଣ ଲୋକଙ୍କୁ ମୌଳିକ ସୁବିଧା ଯୋଗାଇ ଦେବା ଲକ୍ଷ୍ୟରେ ରାଜ୍ୟ ଓ କେନ୍ଦ୍ର ସରକାର ଅନେକ ଯୋଜନା କରିଛନ୍ତି। ବିଶେଷକରି ଗ୍ରାମାଞ୍ଚଳରେ ପାନୀୟ...

ଟ୍ରେନ୍‌ ଲାଇନ୍‌ରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ଜୟପୁର, ୨୨।୧୦(ନି.ପ୍ର.): କୋରାପୁଟ ଜିଲା କୋଟପାଡ଼ ବବିୟା ଟ୍ରେନ୍‌ ଲାଇନ୍‌ରୁ ମଙ୍ଗଳବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ରାୟଗଡ଼ା ଜିଲା...

ଚିଲିକା ଡଙ୍ଗାବୁଡ଼ି ଘଟଣାରେ ୪ ଗିରଫ

ବାଲୁଗାଁ,୩।୨(ଡି.ଏନ୍‌.ଏ.): ରବିବାର ସନ୍ଧ୍ୟାରେ ଚିଲିକା ଡଙ୍ଗା ବୁଡ଼ି ଘଟଣାରେ ସମ୍ପୃକ୍ତ ଡଙ୍ଗା ମାଲିକଙ୍କ ସମେତ ୪ ଜଣଙ୍କୁ ବାଲୁଗାଁ ଥାନା ପୋଲିସ ଗିରଫ କରିଛି। ଅନ୍ୟପକ୍ଷେ...

Leave a comment

Your email address will not be published. Required fields are marked *