ଅର୍ଦ୍ଧନିର୍ମିତ ପୋଲ ନେଇ ବଢ଼ୁଛି ଅସନ୍ତୋଷ

ଆଠମଲ୍ଲିକ,୨୫ା୨(ଡି.ଏନ.ଏ.) – ସରକାରୀ ଉଦାସୀନତା, ବ୍ଲକ ପ୍ରଶାସନର ଚରମ ଅବହେଳା ତଥା ରାଜନୈତିକ ଗୋଷ୍ଠୀ ବିବାଦ ଯୋଗୁ ଆଠମଲ୍ଲିକ ବ୍ଲକ ଠାକୁରଗଡ ପଞ୍ଚାୟତର ହତାଶିମିଳି ପୋଲ ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡିରହିଛି। ୧୦ ଲକ୍ଷ ଟଙ୍କା ବଳକା ଥିବାରୁ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଗ୍ରାମବାସୀଙ୍କ ପକ୍ଷରୁ ବାରମ୍ବାର ଦାବି କରାଯାଉଥିଲେ ମଧ୍ୟ କିଛି ବି ପଦକ୍ଷେପ ନିଆଯାଉ ନାହିଁ। ବିଶେଷକରି ବ୍ଲକ ପ୍ରଶାସନ କାର୍ଯ୍ୟ ନ କରି ନୀରବ ବସିଥିବାରୁ ଏ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏପରି ଅବସ୍ଥାରେ ଗ୍ରାମବାସୀ ଉକ୍ତ ଅଦ୍ଧନିର୍ମିତ ପୋଲର ପିଲର ଉପରେ ଇଲେକ୍ଟ୍ରି ଖୁଣ୍ଟ ପକାଇ ଯାତାୟାତ କରିବାକୁ ବାଧ୍ୟ ହେଉଛନ୍ତି। ଦୈନିକ ଛାତ୍ରୀଛାତ୍ରମାନେ ଏହି ପୋଲ ଦେଇ ବିପଦସଙ୍କୁଳ ଅବସ୍ଥାରେ ଯିବାଆସିବା କରୁଥିବାରୁ ଦୁର୍ଘଟଣା ଆଶଙ୍କା ରହିଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି।
ପ୍ରକାଶ ଯେ, ଠାକୁରଗଡ ପଞ୍ଚାୟତ ୨୧ ନମ୍ବର ୱାର୍ଡରେ ଥିବା ଏହି ହତାଶିମିଳି ଗ୍ରାମର ପରିବାର ସଂଖ୍ୟା ୧୨୦। ଗ୍ରାମରେ ଥିବା ଏକ ନାଳ ଉପରେ ପୋଲ ନିର୍ମାଣ ପାଇଁ ୨୦ ଲକ୍ଷ ଟଙ୍କା ବ୍ୟୟ ଅଟ୍ଟକଳ କରାଯାଇଥିଲା। ଏଥିପାଇଁ ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୧୦ ଲକ୍ଷ ଓ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ଆଉ ୧୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିଲା। ୨୦୧୬ ଡିସେମ୍ବର ୨୧ରେ ପୋଲର ଶିଳାନ୍ୟାସ କରାଯିବା ପରେ ବ୍ଲକ ତତ୍ତ୍ୱାବଧାନରେ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। କିନ୍ତୁ କେତୋଟି ପିଲର ପକାଯାଇ ନିର୍ମାଣ କାର୍ଯ୍ୟକୁ ସେବେଠୁ ବନ୍ଦ ରଖାଯାଇଛି। ଫଳରେ ଯାତାୟାତ ପାଇଁ ଗ୍ରାମବାସୀ ବାଧ୍ୟହୋଇ ଉକ୍ତ ପିଲର ଉପରେ କେତୋଟି ଇଲେକ୍ଟ୍ରି ଖୁଣ୍ଟ ପକାଇଛନ୍ତି। ପୋଲ କାର୍ଯ୍ୟ ଅର୍ଦ୍ଧ ନିର୍ମିତ ଅବସ୍ଥାରେ ଥିଲେ ବି କାର୍ଯ୍ୟ କରୁଥିବା ଠିକାଦାର ୧୦ ଲକ୍ଷ ଟଙ୍କାର ବିଲ୍‌ ଉଠାଇ ନେଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ବାକି ୧୦ ଲକ୍ଷ ଟଙ୍କା ଏବେ ବି ବ୍ଲକ ପ୍ରଶାସନ ନିକଟରେ ପଡ଼ି ରହିଛି। କିନ୍ତୁ ବ୍ଲକର ଦୁଇ ରାଜନୈତିକ ଗୋଷ୍ଠୀଙ୍କ ମଧ୍ୟରେ ବିବାଦ ଯୋଗୁ ନିର୍ମାଣ କାର୍ଯ୍ୟ ଆଉ ଆଗେଇପାରୁ ନ ଥିବା ଚର୍ଚ୍ଚା ହେଉଛି। ତୁରନ୍ତ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ଆଠମଲ୍ଲିକ ବିଡିଓ ସଞ୍ଜୟ କୁମାର ଆଚାର୍ଯ୍ୟ କହିଛନ୍ତି, ଘଟଣା ସମ୍ପର୍କରେ ତର୍ଜମା କରାଯାଇ ଆବଶ୍ୟକ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri