ଅର୍ଦ୍ଧନିର୍ମିତ ପୋଲ ନେଇ ବଢ଼ୁଛି ଅସନ୍ତୋଷ

ଆଠମଲ୍ଲିକ,୨୫ା୨(ଡି.ଏନ.ଏ.) – ସରକାରୀ ଉଦାସୀନତା, ବ୍ଲକ ପ୍ରଶାସନର ଚରମ ଅବହେଳା ତଥା ରାଜନୈତିକ ଗୋଷ୍ଠୀ ବିବାଦ ଯୋଗୁ ଆଠମଲ୍ଲିକ ବ୍ଲକ ଠାକୁରଗଡ ପଞ୍ଚାୟତର ହତାଶିମିଳି ପୋଲ ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡିରହିଛି। ୧୦ ଲକ୍ଷ ଟଙ୍କା ବଳକା ଥିବାରୁ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଗ୍ରାମବାସୀଙ୍କ ପକ୍ଷରୁ ବାରମ୍ବାର ଦାବି କରାଯାଉଥିଲେ ମଧ୍ୟ କିଛି ବି ପଦକ୍ଷେପ ନିଆଯାଉ ନାହିଁ। ବିଶେଷକରି ବ୍ଲକ ପ୍ରଶାସନ କାର୍ଯ୍ୟ ନ କରି ନୀରବ ବସିଥିବାରୁ ଏ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏପରି ଅବସ୍ଥାରେ ଗ୍ରାମବାସୀ ଉକ୍ତ ଅଦ୍ଧନିର୍ମିତ ପୋଲର ପିଲର ଉପରେ ଇଲେକ୍ଟ୍ରି ଖୁଣ୍ଟ ପକାଇ ଯାତାୟାତ କରିବାକୁ ବାଧ୍ୟ ହେଉଛନ୍ତି। ଦୈନିକ ଛାତ୍ରୀଛାତ୍ରମାନେ ଏହି ପୋଲ ଦେଇ ବିପଦସଙ୍କୁଳ ଅବସ୍ଥାରେ ଯିବାଆସିବା କରୁଥିବାରୁ ଦୁର୍ଘଟଣା ଆଶଙ୍କା ରହିଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି।
ପ୍ରକାଶ ଯେ, ଠାକୁରଗଡ ପଞ୍ଚାୟତ ୨୧ ନମ୍ବର ୱାର୍ଡରେ ଥିବା ଏହି ହତାଶିମିଳି ଗ୍ରାମର ପରିବାର ସଂଖ୍ୟା ୧୨୦। ଗ୍ରାମରେ ଥିବା ଏକ ନାଳ ଉପରେ ପୋଲ ନିର୍ମାଣ ପାଇଁ ୨୦ ଲକ୍ଷ ଟଙ୍କା ବ୍ୟୟ ଅଟ୍ଟକଳ କରାଯାଇଥିଲା। ଏଥିପାଇଁ ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୧୦ ଲକ୍ଷ ଓ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ଆଉ ୧୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିଲା। ୨୦୧୬ ଡିସେମ୍ବର ୨୧ରେ ପୋଲର ଶିଳାନ୍ୟାସ କରାଯିବା ପରେ ବ୍ଲକ ତତ୍ତ୍ୱାବଧାନରେ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। କିନ୍ତୁ କେତୋଟି ପିଲର ପକାଯାଇ ନିର୍ମାଣ କାର୍ଯ୍ୟକୁ ସେବେଠୁ ବନ୍ଦ ରଖାଯାଇଛି। ଫଳରେ ଯାତାୟାତ ପାଇଁ ଗ୍ରାମବାସୀ ବାଧ୍ୟହୋଇ ଉକ୍ତ ପିଲର ଉପରେ କେତୋଟି ଇଲେକ୍ଟ୍ରି ଖୁଣ୍ଟ ପକାଇଛନ୍ତି। ପୋଲ କାର୍ଯ୍ୟ ଅର୍ଦ୍ଧ ନିର୍ମିତ ଅବସ୍ଥାରେ ଥିଲେ ବି କାର୍ଯ୍ୟ କରୁଥିବା ଠିକାଦାର ୧୦ ଲକ୍ଷ ଟଙ୍କାର ବିଲ୍‌ ଉଠାଇ ନେଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ବାକି ୧୦ ଲକ୍ଷ ଟଙ୍କା ଏବେ ବି ବ୍ଲକ ପ୍ରଶାସନ ନିକଟରେ ପଡ଼ି ରହିଛି। କିନ୍ତୁ ବ୍ଲକର ଦୁଇ ରାଜନୈତିକ ଗୋଷ୍ଠୀଙ୍କ ମଧ୍ୟରେ ବିବାଦ ଯୋଗୁ ନିର୍ମାଣ କାର୍ଯ୍ୟ ଆଉ ଆଗେଇପାରୁ ନ ଥିବା ଚର୍ଚ୍ଚା ହେଉଛି। ତୁରନ୍ତ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ଆଠମଲ୍ଲିକ ବିଡିଓ ସଞ୍ଜୟ କୁମାର ଆଚାର୍ଯ୍ୟ କହିଛନ୍ତି, ଘଟଣା ସମ୍ପର୍କରେ ତର୍ଜମା କରାଯାଇ ଆବଶ୍ୟକ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

୧୭ ଦିନ ହେବ କୁଆଡ଼େ ପଳାଇଛନ୍ତି ଓଁକାର: ଚିନ୍ତାରେ ପରିବାର

ନୂଆପଡ଼ା/କୋମନା,୩୦।୧୨(ମକାରୁ ବେମାଲ/ ମହେଶ ବାଗ):ନୂଆପଡା ଜିଲା କୋମନା ଥାନା ଜେଠୁପାଲି ଗାଁର ଓଁକାର ତାଣ୍ଡି (୨୩) ଗତ ବୁଧବାର ୧୭ ତାରିଖ ରାତି ୮ରୁ ନିଖୋଜ...

ଗୌତମ ଗମ୍ଭୀରଙ୍କର ହେବ ନାହିଁ କୌଣସି କ୍ଷତି, ସମର୍ଥନରେ ବାହାରିଲେ ବିସିସିଆଇ ଅଧିକାରୀ

ନୂଆଦିଲ୍ଲୀ,୩୦।୧୨: ଘରୋଇ ଟେଷ୍ଟ ସିରିଜରେ ବିପର୍ଯ୍ୟୟଜନକ ପରାଜୟ ପରେ, ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଛି। ରିପୋର୍ଟରେ ଏହା ମଧ୍ୟ...

ସରକାରଙ୍କ ନିକଟରେ ନେହୁରା ହେଲେ ନିରଞ୍ଜନ: ମାଗିଲେ ସହାୟତା

ଦାରିଙ୍ଗବାଡି, ୩୦।୧୨ (ଅରୁଣ ସାହୁ ): କିଛି କରିବାର ଇଚ୍ଛା ଅନେକ ହେଲେ ବାଧକ ସାଜିଛି ଅର୍ଥ। ଗୋପାଳନ, ଛେଳି ଲାଳନପାଳନ କରି ପରିବାର ପ୍ରତିପୋଷଣ...

କିଏ ଥିଲେ ଖାଲେଦା ଜିଆଙ୍କ ସ୍ବାମୀ ଜିଆ ଉର ରେହମାନ? ପାକିସ୍ତାନୀ ସେନା ବିରୋଧରେ ବିଦ୍ରୋହ, ପରେ ବିଏନପି ଗଠନ, ଶେଷରେ…

ଡାକା,୩୦।୧୨: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ଦେହାନ୍ତ ହୋଇଛି। ସେ ଅନେକ ରୋଗ ସହିତ ଲଢୁଥିଲେ। ଉଲ୍ଲେଖନୀୟ ଯେ ତାଙ୍କ ମୃତ୍ୟୁର କିଛି ଦିନ...

ଖୁବ ଷ୍ଟାଇଲିସ ଥିଲେ ଖାଲେଦା ଜିଆ, ହାଲ୍‌କା ଶାଢିକୁ ବଡ଼ ବଡ଼ ସନ୍‌ଗ୍ଲାସ, ପୂରା ସାଉଥ ଏସିଆର ଚର୍ଚ୍ଚିତ ଷ୍ଟାଇଲ ଥିଲା…

ଢାକା,୩୦।୧୨: ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଏବଂ ବିଏନପି ମୁଖ୍ୟ ଖାଲେଦା ଜିଆଙ୍କୁ ପ୍ରାୟତଃ ରାଜନୀତି, ସଂଘର୍ଷ ଏବଂ ଶକ୍ତିର ପ୍ରତୀକ ଭାବରେ ଦେଖାଯାଏ। ତଥାପି, ତାଙ୍କର...

ବାରଙ୍ଗ ଅତିରିକ୍ତ ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୪ଟି ସ୍ଥାନରେ ଚଢାଉ

ଭୁବନେଶ୍ବର,୩୦।୧୨: ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ  କରିଛି । ବେଆଇନ ସମ୍ପତ୍ତି...

Khaleda Zia Death: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କର ଭାରତ ସହ ଥିଲା କ’ଣ କନ୍ସେନ? ଜାଣନ୍ତୁ…

ଢାକା,୩୦।୧୨: ବାଂଲାଦେଶ ରାଜନୀତିର ଜଣେ ପ୍ରବୀଣ ବ୍ୟକ୍ତିତ୍ୱ ଏବଂ ଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କର ମଙ୍ଗଳବାର (ଡିସେମ୍ବର ୩୦, ୨୦୨୫)ରେ ୮୦ ବର୍ଷ...

ମୃତ୍ୟୁର ୪ବର୍ଷ ପରେ ମଧ୍ୟ ସହାୟତା ମିଳୁନି: ହଇରାଣ ହେଉଛନ୍ତି ହିତାଧିକାରୀ

ନୂଆପଡ଼ା,୩୦।୧୨(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶ୍ରମକାର୍ଡ ଧାରୀଙ୍କ ମୃତ୍ୟୁର ୪ବର୍ଷ ପରେ ମଧ୍ୟ ସହାୟତା ମିଳୁନି। ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କ ଅବହେଳା ଯୋଗୁ ଯୋଜନାଗୁଡିକ ଗରିବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri