ଭୁବନେଶ୍ୱରରେ ହେବ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ: ୯ରେ ଆସିବେ ପ୍ରଧାନମନ୍ତ୍ରୀ, ୧୦ରେ ରାଷ୍ଟ୍ରପତି

ଭୁବନେଶ୍ୱର,୧୦ା୧୨: ଆସନ୍ତା ଜାନୁଆରୀ ୮ରୁ ୧୦ ତାରିଖ ତିନିଦିନ ଧରି ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିପାଇଁ ଭୁବନେଶ୍ୱରକୁ ଆକର୍ଷଣୀୟ ରୂପ ଦେବାକୁ ପ୍ରସ୍ତୁତି ଚାଲିଛି। କାର୍ଯ୍ୟକ୍ରମକୁ ଅତ୍ୟନ୍ତ ସଫଳ କରିବା ନିମନ୍ତେ ରାଜ୍ୟ ସରକାର ଜୋରସୋର ପ୍ରସ୍ତୁତି ଚଳାଇଛନ୍ତି।

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ୨୦୦୩ରୁ ଆରମ୍ଭ ହୋଇଥିବା ଏହି ପ୍ରବାସୀ ଭାରତୀୟ ଦିବସ ପ୍ରଥମ ଥର ପାଇଁ ଓଡ଼ିଶାରେ ଅନୁଷ୍ଠିତ ହେଉଛି। ବିଶ୍ବ ଦରବାରରେ ଓଡ଼ିଶାକୁ ପ୍ରତିଷ୍ଠିତ କରିବା ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ। ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମ ଉପରେ ଅତ୍ୟନ୍ତ ଗୁରୁତ୍ୱାରୋପ କରୁଛନ୍ତି। ଏହାକୁ ଅତ୍ୟନ୍ତ ତ୍ରୁଟିଶୂନ୍ୟ ଭାବେ ଆୟୋଜିତ କରି ବିଶ୍ୱରେ ଓଡ଼ିଶାର ଭାବମୂର୍ତ୍ତିକୁ ଉଜ୍ଜ୍ୱଳ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି।

ବିଶେଷକରି ସହରର ସ୍ବଚ୍ଛତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଛନ୍ତି। ଭୁବନେଶ୍ବରର ସ୍ବଚ୍ଛତା ଅନ୍ତର୍ଜାତୀୟସ୍ତରର ହେବା ଆବଶ୍ୟକ ବୋଲି ସେ କହିଛନ୍ତି। ଏଥିପାଇଁ ଭୁବନେଶ୍ବରରେ ସ୍ବତନ୍ତ୍ର ସ୍ବଚ୍ଛତା ଅଭିଯାନ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଏହା ସହିତ ଏହି ଉତ୍ସବ ସହିତ ସ୍ଥାନୀୟ ଲୋକଙ୍କୁ ସଂଶ୍ଲିଷ୍ଟ କରିବା ପାଇଁ ମଧ୍ୟ ସେ କହିଛନ୍ତି। ସମୀକ୍ଷାରୁ ଜଣାଯାଇଛି, ପ୍ରଥମ ଦିନ ଜାନୁଆରୀ ୮ରେ ବୈଦେଶିକ ବ୍ୟାପାର ମନ୍ତ୍ରୀ, ଦ୍ବିତୀୟ ଦିନ ଜାନୁଆରୀ ୯ରେ ପ୍ରଧାନମନ୍ତ୍ରୀ ଓ ଶେଷ ଦିନ ଜାନୁଆରୀ ୧୦ରେ ରାଷ୍ଟ୍ରପତି ଏଥିରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି।

କାର୍ଯ୍ୟକ୍ରମରେ ଓଡ଼ିଶାର ଐତିହାସିକ ଗୌରବ, କଳା, ଭାସ୍କର୍ଯ୍ୟ, ସଙ୍ଗୀତ, ନୃତ୍ୟ, ଆଦିବାସୀ ସଂସ୍କୃତି, ଭାଷା, ସାହିତ୍ୟ, ପର୍ଯ୍ୟଟନ ଆଦି ବିଭିନ୍ନ ବିଷୟ ଡିଜିଟାଲ ଓ ଅନ୍ୟାନ୍ୟ ମାଧ୍ୟମରେ ଉପସ୍ଥାପନ କରାଯିବ। ୨୦୩୬ ଓ ୨୦୪୭କୁ ଦୃଷ୍ଟିରେ ରଖି ଓଡ଼ିଶାର ଭିଜନକୁ ମଧ୍ୟ ପ୍ରଦର୍ଶନ କରାଯିବ। ଏହି କାର୍ଯ୍ୟକ୍ରମ ପାଇଁ ଭୁବନେଶ୍ବରର ସମସ୍ତ ରାସ୍ତା ନବୀକରଣ, ଆଲୋକୀକରଣ, ଆକର୍ଷଣୀୟ ସାଜସଜ୍ଜା ସହିତ ଅତିଥିମାନଙ୍କ ପାଇଁ ହୋଟେଲ ବୁକିଂ ଆଦି ଜାରି ରହିଛି। ପର୍ଯ୍ୟଟନ ସ୍ଥାନଗୁଡ଼ିକର ସୌନ୍ଦର୍ଯ୍ୟକରଣ କରାଯାଉଛି। ଭୁବନେଶ୍ବର, ପୁରୀ, କୋଣାର୍କ, ଯାଜପୁର ଆଦି ବିଭିନ୍ନ ସହରରେ ୨୮ଟି ପର୍ଯ୍ୟଟନସ୍ଥଳୀକୁ ଅତିଥିମାନଙ୍କୁ ନେବା ପାଇଁ ବ୍ୟବସ୍ଥା କରାଯାଉଛି। ପ୍ରାୟ ୭୫୦୦ ଡେଲିଗେଟ୍‌ ଯୋଗଦେବା ସମ୍ଭାବନା ରହିଛି। ଅତିଥିମାନଙ୍କ ପାଇଁ ୩୭୦୦ରୁ ଅଧିକ ରୁମ୍‌ ବୁକିଂ କରାଯାଇଥିବାବେଳେ, କେତେକ ସ୍ଥାନରେ ହୋମ୍‌ ଷ୍ଟେ’ର ବ୍ୟବସ୍ଥା ମଧ୍ୟ କରାଯାଇଛି। କାର୍ଯ୍ୟକ୍ରମର ସୁପରିଚାଳନା ପାଇଁ ଗଠିତ ହୋଇଥିବା ବିଭିନ୍ନ କମିଟି ନିୟମିତ ବୈଠକ କରି ପ୍ରସ୍ତୁତିକୁ ତ୍ୱରାନ୍ବିତ କରୁଛନ୍ତି।

ସମୀକ୍ଷା ବୈଠକରେ ଦୁଇ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ା, ନଗର ଉନ୍ନୟନ ଓ ଗୃହ ନିର୍ମାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ. ବି. ଖୁରାନିଆ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ। ଅନ୍ୟପକ୍ଷରେ ପ୍ରବାସୀ ଭାରତୀୟ ଦିବସ ପାଇଁ ସୋମବାର ଜନତା ମୈଦାନ ଭୂମିପୂଜନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri