କାଳବୈଶାଖୀ କ୍ଷତିଗ୍ରସ୍ତଙ୍କ ପାଇଁ ୧୯.୬୫ କୋଟି ମଞ୍ଜୁର

ଭୁବନେଶ୍ୱର/ବାରିପଦା,୨୪ା୩ (ରବିନାରାୟଣ ଜେନା,ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଗତ ଶୁକ୍ରବାର କାଳବୈଶାଖୀଜନିତ ଝଡ଼ତୋଫାନ ଓ କୁଆପଥର ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ପ୍ରଭାବିତ ଅଞ୍ଚଳର କ୍ଷତିଗ୍ରସ୍ତଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷତିପୂରଣ ଦେବା ପ୍ରକ୍ରିୟା ରବିବାର ଆରମ୍ଭ ହୋଇଛି। ପ୍ରାଥମିକ ପର୍ଯ୍ୟାୟ କ୍ଷୟକ୍ଷତି ଆକଳନ ଅନୁଯାୟୀ କ୍ଷତିଗ୍ରସ୍ତଙ୍କ ପାଇଁ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠିରୁ ୧୯ କୋଟି ୬୫ ଲକ୍ଷ ୧୦ ହଜାର ୬୫୮ ଟଙ୍କା ଜିଲା ପ୍ରଶାସନକୁ ପ୍ରଦାନ କରାଯାଇଛି। ସୋମବାର ପୂର୍ବାହ୍ନରେ କ୍ଷତିଗ୍ରସ୍ତଙ୍କୁ ସରକାରୀ ସହାୟତା ଯୋଗାଇ ଦିଆଯିବ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ସମ୍ପ୍ରତି କ୍ଷତିଗ୍ରସ୍ତଙ୍କୁ ପଲିଥିନ୍‌ ଯୋଗାଇ ଦିଆଯାଇଥିବାବେଳେ ଆଶ୍ରୟ ସ୍ଥଳରେ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି। ରବିବାର ରାଜସ୍ବ ମନ୍ତ୍ରୀ ରିଲିଫ୍‌ କ୍ୟାମ୍ପ୍‌ରେ ଆଶ୍ରୟ ନେଇଥିବା ଲୋକଙ୍କୁ ଭେଟିବା ସହ ସ୍ଥିତି ସମୀକ୍ଷା କରିଛନ୍ତି। ସୋମବାର ସୁଦ୍ଧା କ୍ଷତିଗ୍ରସ୍ତ ପରିବାରକୁ ଗୃହ ମରାମତି, ଆବଶ୍ୟକ ଲୁଗାପଟା, ବାସନକୁସନ ପାଇଁ ଆର୍ଥିକ ସହାୟତା ଯୋଗାଇଦେବାକୁ ମନ୍ତ୍ରୀ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।
ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ରବିବାର ମୟୂରଭଞ୍ଜର କ୍ଷତିଗ୍ରସ୍ତ ଅଞ୍ଚଳ ଗସ୍ତ କରିଛନ୍ତି। ସେ ବାଙ୍ଗିରିପୋଷି ବ୍ଲକର ସୋରାସପୋଷି, ହାଣଦା, ସିଲପୁଞ୍ଜି, ମଣଦା, ମହୁଲବରେଇ ଓ ବିଶୋଇ ବ୍ଲକର ମୂଷାମାରି, ପୁଣ୍ଡିଦା, ଖଡମବୋ, ସାରସପଡ଼ା, କେଶରଗଡ଼ିଆ ଆଦି ସ୍ଥାନ ବୁଲି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ପୂଜାରୀ କହିଛନ୍ତି, କାଳବୈଶାଖୀ ପ୍ରଭାବରେ କ୍ଷତିଗ୍ରସ୍ତ ଘର ମରାମତି ପାଇଁ ଆବଶ୍ୟକ କ୍ଷତିପୂରଣ ୨୪ଘଣ୍ଟାରେ ଯୋଗାଇ ଦିଆଯିବ ଓ ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବା କ୍ଷତିଗ୍ରସ୍ତ ହିତାଧିକାରୀମାନଙ୍କୁ ମଧ୍ୟ ଅନ୍ତ୍ୟୋଦୟ ଆବାସ ଯୋଜନାରେ ଗୃହ ଯୋଗାଇ ଦିଆଯିବ ।
ରାଜସ୍ବ ମନ୍ତ୍ରୀ ପୂଜାରୀଙ୍କ ସହ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡା. କୃଷ୍ଣଚନ୍ଦ୍ର ମହାପାତ୍ର ହେଲିକପ୍ଟର ଯୋଗେ ପ୍ରଥମେ ବାଙ୍ଗରିପୋଷିଠାରେ ପହଞ୍ଚିଥିଲେ। ସେଠାରୁ ବାଙ୍ଗିରିପୋଷି ପଞ୍ଚାୟତର ଚୁଆପାଣି, ମହୁଲବରେଇ ଓ କାଳିଆମୀ ଗାଁକୁ ଯାଇ ସ୍ଥିତି ପରଖିଥିଲେ। ପରେ ବିଶୋଇ ବ୍ଲକ୍‌ର ଖଡ଼ମବେଡ଼ା ଓ ଜୁଡ଼ିଆ ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିଥିଲେ। ପ୍ରାଥମିକ ଆକଳନ ଅନୁସାରେ ବାଙ୍ଗିରିପୋଷୀ, ବିଶୋଇ, କୁଳିଅଣା, ସାରସକଣା ଓ କରଞ୍ଜିଆ ବ୍ଲକର ମୋଟ ୧୯ଟି ଗ୍ରାମପଞ୍ଚାୟତର ୪୭ଟି ଗ୍ରାମର ୪୭୭୫ ଲୋକ କୁଆପଥର ଝଡ଼ ଯୋଗୁ ପ୍ରଭାବିତ ହୋଇଛନ୍ତି। ଏଥିରେ ୩୫୦ଟି କଚ୍ଚାଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବା ବେଳେ ୧୧ଟି କଚ୍ଚାଘର ଗୁରୁତର କ୍ଷତିଗ୍ରସ୍ତ ହୋଇଛି ଏବଂ ୨୯୫ଟି କଚ୍ଚାଘର ଆଂଶିକ ନଷ୍ଟ ହୋଇଛି। ୪ଟି ଗାଈ ଗୁହାଳ ମଧ୍ୟ ନଷ୍ଟ ହୋଇଛି। ଏତଦ୍‌ବ୍ୟତୀତ ବିଦ୍ୟୁତ ଯୋଗାଣ, ଜଳ ଯୋଗାଣ, ଗମନାଗମନ ଭିତ୍ତିଭୂମି କ୍ଷତିଗ୍ରସ୍ତ ହୋଇଛି। ଜିଲା ପ୍ରଶାସନ ପକ୍ଷରୁ କ୍ଷୟକ୍ଷତିର ପ୍ରାଥମିକ ରିପୋର୍ଟ ପ୍ରଦାନ କରାଯାଇଥିଲା। ମନ୍ତ୍ରୀ ପୂଜାରୀ ଜିଲାପାଳଙ୍କ ସହ ଭିଡିଓ କନ୍‌ଫରେନ୍ସ ଜରିଆରେ ସ୍ଥିତି ସମ୍ପର୍କରେ ଆଲୋଚନା କରିବା ପରେ କ୍ଷତିଗ୍ରସ୍ତଙ୍କୁ ତୁରନ୍ତ ସହାୟତା ଦିଆଯିବ ବୋଲି କହିଛନ୍ତି। ବ୍ୟାଙ୍କ ଜରିଆରେ ସହାୟତା ରାଶି ପ୍ରଦାନ କରାଯିବ। ଆବଶ୍ୟକ ସ୍ଥଳେ ସିଧାସଳଖ ଟଙ୍କା ଦିଆଯିବ ବୋଲି ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ୨ ଦିନ ଧରି ପଲିଥିନ ପ୍ରଦାନ କରାଯାଉଛି। ପର୍ଯ୍ୟାପ୍ତ ପରିମାଣର ପଲିଥିନ ପହଞ୍ଚତ୍ଛି। ଯେଉଁମାନେ ପାଇନାହାନ୍ତି କିମ୍ବା କମ୍‌ ପରିମାଣର ପାଇଛନ୍ତି ସେମାନଙ୍କୁ ମଧ୍ୟ ପ୍ରଦାନ କରାଯିବ। ଯେଉଁମାନଙ୍କର ଡାଟାବେସ ପ୍ରସ୍ତୁତ ହୋଇଛି, ସେମାନଙ୍କୁ ଅନ୍‌ଲାଇନ ଯୋଗେ ଟଙ୍କା ପ୍ରଦାନ କରାଯିବ। ବାଦ୍‌ ପଡ଼ିଥିବା ପରିବାରକୁ ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା କ୍ଷତିପୂରଣ ରାଶି ଦିଆଯିବ। ସମ୍ପୂର୍ଣ୍ଣ ଘର ନଷ୍ଟ ହୋଇଥିବା ପରିବାରକୁ ପୂର୍ଣ୍ଣ ସହାୟତା ରାଶି ପ୍ରଦାନ କରାଯିବ। ସେହିପରି ଆଶ୍ରୟସ୍ଥଳୀରେ ଯେତେଦିନ ପର୍ଯ୍ୟନ୍ତ କ୍ଷତିଗ୍ରସ୍ତ ପରିବାରର ଲୋକମାନେ ରହିବେ, ସେମାନଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯିବ। ନିଜ ଘରେ ପଲିଥିନ ଟାଙ୍ଗି ରହୁଥିବା ପରିବାର ଲୋକଙ୍କୁ ମଧ୍ୟ ଶୁଖିଲା ଖାଦ୍ୟ ଜିଲା ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯିବ। ଘର ପୁନଃ ନିର୍ମାଣ ପାଇଁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ପକ୍କାଗୃହ ପ୍ରଦାନ କରାଯିବ। ବିପନ୍ନ ପରିବାରକୁ ପୁନର୍ବାର ପୂର୍ବାବସ୍ଥାକୁ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରାଯିବ ବୋଲି ରାଜସ୍ବ ମନ୍ତ୍ରୀ କହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ, ସାରସକଣା ବିଧାୟକ ଭାଦବ ହାଁସଦା, କରଞ୍ଜିଆ ବିଧାୟକ ପଦ୍ମଚରଣ ହାଇବୁରୁ, ରାଇରଙ୍ଗପୁର ବିଧାୟକ ଜଲେନ୍‌ ନାୟକ, ବାଙ୍ଗିରିପୋଷି ବିଧାୟିକା ସଞ୍ଜଳି ମୁର୍ମୁ ଓ ଜିଲାପାଳ ହେମକାନ୍ତ ସୟ ପ୍ରମୁଖ କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?