୧୯ ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କୁ ଦିଆଗଲା ତାଲିମ

ଭୁବନେଶ୍ୱର, ୧୨ା୩(ବ୍ୟୁରୋ): ପୌରସଂସ୍ଥା ନିର୍ବାଚନ ନିମନ୍ତେ ନିଯୁକ୍ତ ହୋଇଥିବା ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କ ଏକ ତାଲିମ କାର୍ଯ୍ୟକ୍ରମ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଅର୍ଥସେବାର ୧୯ ବରିଷ୍ଠ ଓ ଦକ୍ଷ ଅଧିକାରୀଙ୍କୁ ଖର୍ଚ୍ଚ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇ ଶୁକ୍ରବାର ସେମାନଙ୍କୁ ପୌରସଂସ୍ଥା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀମାନଙ୍କ ନିର୍ବାଚନ ଖର୍ଚ୍ଚ ସମ୍ପର୍କରେ କିପରି ଓ କେଉଁ ପ୍ରକାରରେ ହିସାବ ରଖିବେ ସେନେଇ ତାଲିମ ଦିଆଯାଇଛି। ପ୍ରାର୍ଥୀ/ପ୍ରାର୍ଥତ୍ନୀମାନେ ଧାର୍ଯ୍ୟ ନିର୍ବାଚନୀ ଖର୍ଚ୍ଚଠାରୁ ଅଧିକ ଖର୍ଚ୍ଚ କଲେ କ’ଣ କରାଯିବ ସେନେଇ ମଧ୍ୟ ବିସ୍ତୃତ ଭାବେ ତାଲିମ ଦିଆଯାଇଛି। ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ରନାଥ ସାହୁ ଏବଂ ସ୍ବତନ୍ତ୍ର ସଚିବ ରଘୁରାମ ଆର୍‌. ଆୟାର ଉପସ୍ଥିତ ରହି ଅଧିକାରୀଙ୍କୁ ପ୍ରାର୍ଥୀଙ୍କ ଖର୍ଚ୍ଚ ସମ୍ପର୍କରେ ଅବଗତ କରାଇଥିଲେ। ଆସନ୍ତା ୧୫ରୁ ୨୨ ତାରିଖ ପର୍ଯ୍ୟନ୍ତ ଖର୍ଚ୍ଚ ପର୍ଯ୍ୟବେକ୍ଷକମାନେ ଆବଣ୍ଟିତ ହୋଇଥିବା ବିଭିନ୍ନ ଜିଲା ଗସ୍ତକରି ସେମାନେ ତାଙ୍କ କାର୍ଯ୍ୟ ଆରମ୍ଭ କରିବେ।
ପୌର ନିର୍ବାଚନ ନିମନ୍ତେ ପ୍ରାର୍ଥୀ/ପ୍ରାର୍ଥତ୍ନୀଙ୍କ ଯାବତୀୟ ଖର୍ଚ୍ଚର ହିସାବ କିତାବକୁ ଖର୍ଚ୍ଚ ପର୍ଯ୍ୟବେକ୍ଷକମାନେ ଏକ ରେଜିଷ୍ଟରରେ ଲିପିବଦ୍ଧ କରିବେ। ନିର୍ବାଚନରେ ପ୍ରାର୍ଥୀମାନେ କେତେ ସଂଖ୍ୟକ ଗାଡ଼ି ବ୍ୟବହାର କରୁଛନ୍ତି ଓ ବ୍ୟାନର,ପୋଷ୍ଟର ବାବଦର ଖର୍ଚ୍ଚ ସମ୍ପୂର୍ଣ୍ଣ ଭାବେ ଏକ ରେଜିଷ୍ଟରରେ ଲିପିବଦ୍ଧ କରାଯିବା ସହ ଖର୍ଚ୍ଚ ପର୍ଯ୍ୟବେକ୍ଷକମାନେ ସେସବୁକୁ ତର୍ଜମା କରିବେ। ନିର୍ବାଚନ କମିଶନଙ୍କ ଦ୍ୱାରା ଧାର୍ଯ୍ୟ କରାଯାଇଥିବା ନିର୍ବାଚନୀ ଖର୍ଚ୍ଚ, ନିର୍ଦ୍ଧାରିତ ଗାଡ଼ିର ବ୍ୟବହାର, ପ୍ରାର୍ଥୀ/ପ୍ରାର୍ଥତ୍ନୀମାନେ ନିର୍ବାଚନରେ ବ୍ୟବହାର କରୁଛନ୍ତି ନା ତା’ଠାରୁ ଅଧିକ ନିର୍ବାଚନୀ ଖର୍ଚ୍ଚ ଓ ଗାଡ଼ି ବ୍ୟବହାର କରୁଛନ୍ତି ସେନେଇ ଖର୍ଚ୍ଚ ପର୍ଯ୍ୟବେକ୍ଷକମାନେ ତୀକ୍ଷ୍‌ଣ ଦୃଷ୍ଟିଦେବେ। ଏହାସହ ସାଧାରଣ ପର୍ଯ୍ୟବେକ୍ଷକ ଏବଂ ସମ୍ପୃକ୍ତ ଜିଲାର ଜିଲାପାଳଙ୍କ ସହ ଯୋଗସୂତ୍ର ରକ୍ଷାକରି କାର୍ଯ୍ୟ କରିବାକୁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri