୧୯ ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କୁ ଦିଆଗଲା ତାଲିମ

ଭୁବନେଶ୍ୱର, ୧୨ା୩(ବ୍ୟୁରୋ): ପୌରସଂସ୍ଥା ନିର୍ବାଚନ ନିମନ୍ତେ ନିଯୁକ୍ତ ହୋଇଥିବା ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କ ଏକ ତାଲିମ କାର୍ଯ୍ୟକ୍ରମ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଅର୍ଥସେବାର ୧୯ ବରିଷ୍ଠ ଓ ଦକ୍ଷ ଅଧିକାରୀଙ୍କୁ ଖର୍ଚ୍ଚ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇ ଶୁକ୍ରବାର ସେମାନଙ୍କୁ ପୌରସଂସ୍ଥା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀମାନଙ୍କ ନିର୍ବାଚନ ଖର୍ଚ୍ଚ ସମ୍ପର୍କରେ କିପରି ଓ କେଉଁ ପ୍ରକାରରେ ହିସାବ ରଖିବେ ସେନେଇ ତାଲିମ ଦିଆଯାଇଛି। ପ୍ରାର୍ଥୀ/ପ୍ରାର୍ଥତ୍ନୀମାନେ ଧାର୍ଯ୍ୟ ନିର୍ବାଚନୀ ଖର୍ଚ୍ଚଠାରୁ ଅଧିକ ଖର୍ଚ୍ଚ କଲେ କ’ଣ କରାଯିବ ସେନେଇ ମଧ୍ୟ ବିସ୍ତୃତ ଭାବେ ତାଲିମ ଦିଆଯାଇଛି। ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ରନାଥ ସାହୁ ଏବଂ ସ୍ବତନ୍ତ୍ର ସଚିବ ରଘୁରାମ ଆର୍‌. ଆୟାର ଉପସ୍ଥିତ ରହି ଅଧିକାରୀଙ୍କୁ ପ୍ରାର୍ଥୀଙ୍କ ଖର୍ଚ୍ଚ ସମ୍ପର୍କରେ ଅବଗତ କରାଇଥିଲେ। ଆସନ୍ତା ୧୫ରୁ ୨୨ ତାରିଖ ପର୍ଯ୍ୟନ୍ତ ଖର୍ଚ୍ଚ ପର୍ଯ୍ୟବେକ୍ଷକମାନେ ଆବଣ୍ଟିତ ହୋଇଥିବା ବିଭିନ୍ନ ଜିଲା ଗସ୍ତକରି ସେମାନେ ତାଙ୍କ କାର୍ଯ୍ୟ ଆରମ୍ଭ କରିବେ।
ପୌର ନିର୍ବାଚନ ନିମନ୍ତେ ପ୍ରାର୍ଥୀ/ପ୍ରାର୍ଥତ୍ନୀଙ୍କ ଯାବତୀୟ ଖର୍ଚ୍ଚର ହିସାବ କିତାବକୁ ଖର୍ଚ୍ଚ ପର୍ଯ୍ୟବେକ୍ଷକମାନେ ଏକ ରେଜିଷ୍ଟରରେ ଲିପିବଦ୍ଧ କରିବେ। ନିର୍ବାଚନରେ ପ୍ରାର୍ଥୀମାନେ କେତେ ସଂଖ୍ୟକ ଗାଡ଼ି ବ୍ୟବହାର କରୁଛନ୍ତି ଓ ବ୍ୟାନର,ପୋଷ୍ଟର ବାବଦର ଖର୍ଚ୍ଚ ସମ୍ପୂର୍ଣ୍ଣ ଭାବେ ଏକ ରେଜିଷ୍ଟରରେ ଲିପିବଦ୍ଧ କରାଯିବା ସହ ଖର୍ଚ୍ଚ ପର୍ଯ୍ୟବେକ୍ଷକମାନେ ସେସବୁକୁ ତର୍ଜମା କରିବେ। ନିର୍ବାଚନ କମିଶନଙ୍କ ଦ୍ୱାରା ଧାର୍ଯ୍ୟ କରାଯାଇଥିବା ନିର୍ବାଚନୀ ଖର୍ଚ୍ଚ, ନିର୍ଦ୍ଧାରିତ ଗାଡ଼ିର ବ୍ୟବହାର, ପ୍ରାର୍ଥୀ/ପ୍ରାର୍ଥତ୍ନୀମାନେ ନିର୍ବାଚନରେ ବ୍ୟବହାର କରୁଛନ୍ତି ନା ତା’ଠାରୁ ଅଧିକ ନିର୍ବାଚନୀ ଖର୍ଚ୍ଚ ଓ ଗାଡ଼ି ବ୍ୟବହାର କରୁଛନ୍ତି ସେନେଇ ଖର୍ଚ୍ଚ ପର୍ଯ୍ୟବେକ୍ଷକମାନେ ତୀକ୍ଷ୍‌ଣ ଦୃଷ୍ଟିଦେବେ। ଏହାସହ ସାଧାରଣ ପର୍ଯ୍ୟବେକ୍ଷକ ଏବଂ ସମ୍ପୃକ୍ତ ଜିଲାର ଜିଲାପାଳଙ୍କ ସହ ଯୋଗସୂତ୍ର ରକ୍ଷାକରି କାର୍ଯ୍ୟ କରିବାକୁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri