ରାୟଗଡ଼ା ରାଜନୀତିରେ ନୂଆ ଟୁଇଷ୍ଟ୍‌, ପୌର ଉପାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଆଣିଲେ ୧୯ କାଉନସିଲର

ରାୟଗଡ଼ା,୧୨ା୯(ଆଶିଷ ରଞ୍ଜନ ପଣ୍ଡା): ପୂର୍ବତନ ରାଜ୍ୟସଭା ଏମ୍‌ପି ଏନ୍‌ ଭାସ୍କର ରାଓ ଏବଂ ପୂର୍ବତନ ମନ୍ତ୍ରୀ ଲାଲବିହାରୀ ହିମରିକା ବିଜେଡି ଛାଡ଼ିବା ପରେ ବର୍ତ୍ତମାନ ରାୟଗଡ଼ା ଜିଲା ବିଜେଡିରେ ଘନେଇଛି ବିବାଦ। ଫଳସ୍ବରୂପ ରାୟଗଡ଼ା ପୌର ପରିଷଦ ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡାଙ୍କ ବିରୋଧରେ ୧୯ ଜଣ କାଉନସିଲର କାର୍ଯ୍ୟରେ ଅସହଯୋଗ ନେଇ ଏକ ଅନାସ୍ଥା ପ୍ରସ୍ତାବ ଶୁକ୍ରବାର ଜିଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କୁ ପ୍ରଦାନ କରିଛନ୍ତି।

କାଉନସିଲରମାନଙ୍କ ଅଭିଯୋଗ ଅନୁସାରେ, ଉପାଧ୍ୟକ୍ଷା ଶୁଭ୍ରା କାଉନସିଲରଙ୍କ ମତାମତ ଗ୍ରହଣ ନ କରିବା ସହିତ ଉନ୍ନତି କାର୍ଯ୍ୟରେ ସହଯୋଗ କରୁ ନ ଥିବା ଅଭିଯୋଗ କହିଛନ୍ତି। ଏନେଇ ୧୦ ତାରିଖରେ କାଉନସିଲର ଏକ ବୈଠକ କରି ଉକ୍ତ ବୈଠକର ଆଲୋଚନାରେ ହୋଇଥିବା ନିଷ୍ପତ୍ତିର ଏକ ସହମତିପତ୍ର ପ୍ରଦାନ କରିଛନ୍ତି। ତେବେ ଏହି ଅନାସ୍ଥା କେତେ ଦୂର ସଫଳ ହେଉଛି ତାହା ଦେଖିବାକୁ ବାକି ରହିଲା।

ତେବେ ଏନେଇ ଶୁଭ୍ରାଙ୍କୁ ପଚାରିବାରୁ ଏହା ସମ୍ପୂର୍ଣ୍ଣ ରାଜନୈତିକ ଉଦ୍ଦେଶ୍ୟରେ କରାଯାଇଛି। ପୂର୍ବତନ ରାଜ୍ୟସଭା ଏମ୍‌ପି ଏନ୍‌ ଭାସ୍କର ରାଓ ବିଜେଡିରୁ ଇସ୍ତଫା ଦେବା ପରେ ନିଜ ସ୍ବାର୍ଥ ପାଇଁ କାଉନସିଲରମାନଙ୍କୁ ଚାପ ପକାଇ ଏହିଭଳି କରୁଛନ୍ତି ବୋଲି କହିଛନ୍ତି। କାଉନସିଲରମାନେ ଯେଉଁ ଅଭିଯୋଗ ଆଣିଛନ୍ତି ତାହା ସମ୍ପୂର୍ଣ୍ଣ ଭିତ୍ତିହୀନ ଓ ମିଥ୍ୟା ବୋଲି କହିଛନ୍ତି ଶୁଭ୍ରା।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri