ଆଜି ରାଜ୍ୟରୁ ଆଉ ୧୯ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୬ା୪(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୬୪୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ବଲାଙ୍ଗୀରରୁ ୪ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଗଞ୍ଜାମ ୩, ବରଗଡ଼ ଏବଂ ସମ୍ବଲପୁରରୁ ୨ ଜଣ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ବାଲେଶ୍ୱର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ସୋନପୁରରୁ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଷ୍ଟେଟ୍‌ପୁଲ୍‌ ସଂଖ୍ୟା ରହିଛି ୩।