ଅଂଶୁଘାତରେ ଚାଲିଗଲା ୧୯ ହଜ୍‌ ଯାତ୍ରୀଙ୍କ ଜୀବନ

ନୂଆଦିଲ୍ଲୀ,୧୬ା୬: ହଜ୍‌ ଯାତ୍ରାରେ ସାଉଦି ଆରବ ଆସିଥିବା ଅନୂ୍ୟନ ୧୯ ତୀର୍ଥଯାତ୍ରୀଙ୍କର ମୃତ୍ୟୁ ଘଟିଛି। ସେମାନେ ଜୋର୍ଡାନ ଏବଂ ଇରାନରୁ ଆସିଥିଲେ। ଜୋର୍ଡାନ ବହିର୍ବ୍ୟାପାର ମନ୍ତ୍ରଣାଳୟର ଘୋଷଣା ଅନୁଯାୟୀ ହଜ୍‌ ଯାତ୍ରା ବେଳେ ତାଙ୍କ ଦେଶର ୧୪ ଯାତ୍ରୀଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୧୭ ଜଣ ନିଖୋଜ ଅଛନ୍ତି। ଅତ୍ୟଧିକ ଗ୍ରୀଷ୍ମପ୍ରବାହ ଯୋଗୁ ଅଂଶୁଘାତରେ ସେମାନଙ୍କ ମୃତ୍ୟୁ ଘଟିଥିବା ଜୋର୍ଡାନ୍‌ ସ୍ପଷ୍ଟ କରିଛି।

ସେହିପରି ମକ୍କା ଓ ମଦିନାରେ ଇରାନର ୫ ହଜ୍‌ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ଇରାନୀୟ ରେଡ୍‌ କ୍ରିସେଣ୍ଟ ମୁଖ୍ୟ କହିଛନ୍ତି। ଚଳିତ ବର୍ଷ ହଜ୍‌ ଯାତ୍ରା ବେଳେ ସାଉଦି ଆରବର ୪୦ ଡିଗ୍ରୀରୁ ଅଧିକ ତାପମାତ୍ରା ଅନୁଭୂତ ହୋଇଥିଲା। ପ୍ରାୟ ୧୮ ଲକ୍ଷ ମୁସଲମାନ ଯାତ୍ରୀ ହଜ୍‌ରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୁଭେନ୍ଦୁ ମୁଖ୍ୟମନ୍ତ୍ରୀ ହେବାପରେ ଆସିଲା ଶେଖ ହସିନାଙ୍କ ପ୍ରତିକ୍ରିୟା: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୯।୫: ପଶ୍ଚିମବଙ୍ଗରେ ବିଜେପିର ନବନିର୍ବାଚିତ ବିଧାୟକ ଦଳର ଏକ ବୈଠକ ପରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ମୁଖ୍ୟମନ୍ତ୍ରୀ ପଦ ପାଇଁ…

ହାତୀଙ୍କୁ ଠେଙ୍ଗାରେ ପିଟିବା ସହ ହାତୀପଲଙ୍କ ଭିଡିଓ କରି ସୋସିଆଲ ମିଡିଆରେ ଛାଡିବା ପଡିଲା ମହଙ୍ଗା: ବିଳମ୍ବିତ ରାତିରେ ୨ ନାବାଳକ ଗିରଫ

ପାଟଣା, ୯।୫(ବୀର କିଶୋର ଦାଶ): ଗତ ୪/୫ଦିନ ତଳେ ୪ଟି ଦନ୍ତା ହାତୀପାଟଣା ରେଞ୍ଜ ମଲ୍ଲିପଶି ବିଟରେ ଡେରା ପକାଇ ଥିବାବେଳେ ହାତୀଙ୍କୁ ଠେଙ୍ଗାରେ ପିଟିବା, ଲାଞ୍ଜ…

ମହିଳା ମୋର୍ଚ୍ଚା ଜିଲା ସଭାନେତ୍ରୀଙ୍କ ନାଁ ଘୋଷଣା: କାଞ୍ଚନ ବାଗଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା

ଭବାନୀପାଟଣା,୯।୫(ଉତ୍ତମ କୁମାର ଦାଶ): ଭାଜପା ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଡା.ଐଶ୍ବର୍ଯ୍ୟା ବିଶାଳ ଶୁକ୍ରବାର ରାଜ୍ୟର ବିଭିନ୍ନ ଜିଲା ପାଇଁ ମହିଳା ମୋର୍ଚ୍ଚା ଜିଲା ସଭାନେତ୍ରୀଙ୍କ ନାମ…

ଗଞ୍ଜାମ ପୋଲିସ ପକ୍ଷରୁ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ: ଯୋଗ ଦେଲେ ବହୁ ସଂଖ୍ୟକ ଛାତ୍ରୀ

ଗଞ୍ଜାମ,୯।୫(ଅନାଥ ତରାଇ): ଗଞ୍ଜାମ ଥାନା ପକ୍ଷରୁ ପୋଲିସ ଓ ଜନସାଧାରଣ ବିଶେଷକରି କିଶୋର କିଶୋରୀଙ୍କ ମଧ୍ୟରେ ଥିବା ଦୂରତାକୁ ହ୍ରାସ କରିବା ଲକ୍ଷ୍ୟରେ ‘ଜୁଭେଣ୍ଟିକା’ କାର୍ଯ୍ୟକ୍ରମ ସଫଳତାର…

ଅନାଲୋ ସଜନୀ

ଜୋତା ଦୋକାନର ପିଲାଟିକୁ ମୋ ପାଇଁ ଜୋତା ଦେଖେଇବାକୁ କହିଛି କି ନାହିଁ ମତେ ସାମାନ୍ୟ ଠେଲିଦେଇ ଜଣେ ଯୁବତୀ ଏବଂ ତାଙ୍କ ମାଆ ଭିତରକୁ ପଶିଆସିଲେ।…

ଭଗବାନ୍‌ ଆମ ଅନ୍ତରରେ

ନିର୍ଜୀବରୁ ଜୀବ ସୃଷ୍ଟି – ଏ ଏକ ନିୟମ ା ମଣିଷର ଦେହକୁ ଅଣୁ ପରମାଣୁ ଭଳି ଟିକି ଟିକି କରିପାରିଲେ ଆମ ଚକ୍ଷୁରେ ସେଗୁଡିକ ନିର୍ଜୀବ…

ମହତ୍ତ୍ୱାକାଂକ୍ଷୀ ଗତିଶୀଳତା

ନିୟମିତ ଭାବେ କିଛି ବର୍ଷ ବ୍ୟବଧାନରେ ବାସ୍ତବ ସ୍ଥିତିକୁ ସ୍ବୀକାର କରି ତଦନୁଯାୟୀ କାର୍ଯ୍ୟ କରିବା ପାଇଁ ଭାରତ ଏହାର ରାଷ୍ଟ୍ରଦୂତଙ୍କୁ ଆହ୍ବାନ ଦିଏ। ସମ୍ପ୍ରତି ରାଷ୍ଟ୍ରଦୂତ…

ୟୁଏଫ୍‌ଓ ଫାଇଲ ସାର୍ବଜନୀନ କଲା ପେଣ୍ଟାଗନ୍‌

ଓ୍ବାଶିଂଟନ,୯ା୫:ପେଣ୍ଟାଗନ୍‌ ୟୁଏଫ୍‌ଓ (ଅଜ୍ଞାତ ଉଡ଼ନ୍ତା ବସ୍ତୁ) ସହ ଜଡିତ ଫାଇଲଗୁଡ଼ିକୁ ସାର୍ବଜନୀନ କରିବା ଉଦ୍ଦେଶ୍ୟରେ ଶୁକ୍ରବାର ପ୍ରକାଶ ଆରମ୍ଭ କରିଛି। ୟୁଏଫ୍‌ଓ ଯାହାକୁ ଏବେ ଅଜଣା ଅସାମାନ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri