Posted inଜାତୀୟ

ସବୁଠୁ ଉତ୍ତପ୍ତ ୨୦ ସହର ମଧ୍ୟରୁ ୧୯ ଭାରତରେ

ନୂଆଦିଲ୍ଲୀ,୨୨ା୪: ଭାରତ ଏବେ ବିଶ୍ୱ ଉତ୍ତାପ ବୃଦ୍ଧିର କେନ୍ଦ୍ରସ୍ଥଳ ପାଲଟିଛି। ବିଶ୍ୱର ୨୦ଟି ସବୁଠୁ ଉତ୍ତପ୍ତ ସହର ମଧ୍ୟରୁ ୧୯ଟି ଭାରତରେ ରହିଥିବା ଏକ୍ୟୁଆଇ ପକ୍ଷରୁ ଜାରି ତଥ୍ୟରୁ ଜଣାପଡ଼ିଛି। ଏପ୍ରିଲ ୨୪ ପର୍ଯ୍ୟନ୍ତ ଗ୍ରୀଷ୍ମଲହର ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବାବେଳେ ସର୍ବାଧିକ ତାପମାତ୍ରା ଆହୁରି ବଢ଼ି ୪୩ ଡିଗ୍ରୀ ସେଲ୍‌ସିୟସ୍‌ରେ ପହଞ୍ଚତ୍ବ ବୋଲି ଆକଳନ କରାଯାଇଛି। ଓଡ଼ିଶା, ବିହାର, ପଶ୍ଚିମବଙ୍ଗ ଏବଂ ଉତ୍ତରପ୍ରଦେଶରେ ସର୍ବାଧିକ ଉତ୍ତପ୍ତ ସହର ରହିଛି। ଓଡ଼ିଶାର ତାଳଚେର, ବିହାରର ଭାଗଲପୁର ଏବଂ ପଶ୍ଚିମବଙ୍ଗର ଆସାନସୋଲ୍‌ରେ ତାପମାତ୍ରା ୪୪ ଡିଗ୍ରୀ ସେଲ୍‌ସିୟସ୍‌ରେ ପହଞ୍ଚତ୍ଛି। ଏହା ପଛକୁ ବିହାରର ବେଗୁସରାଇ, ମୋତିହାରି, ମୁଙ୍ଗେର୍‌, ଭୋଜପୁର ଏବଂ ସିଓ୍ବାନ୍‌, ଉତ୍ତରପ୍ରଦେଶର ପୂର୍ବ ଭାଗ ଓ ପଶ୍ଚିମବଙ୍ଗର କେତେକ ସହରରେ ୪୩ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ୨୦ ଉତ୍ତପ୍ତ ସହର ମଧ୍ୟରେ କେବଳ ନେପାଳର ଲୁମ୍ବିନୀ ଅଣଭାରତୀୟ ସହର।
କାରଣରୁ ତାପମାତ୍ରା ଅତ୍ୟଧିକ ବୃଦ୍ଧି ପାଇଥିବା ପାଣିପାଗ ବିଭାଗ କହିଛି। ସେଗୁଡ଼ିକ ହେଲା ଏପ୍ରିଲରେ ସ୍ଥଳଭାଗ ରୌଦ୍ରତାପ ବୃଦ୍ଧି ଏବଂ ଉତ୍ତର ଓ କେନ୍ଦ୍ରୀୟ ଭାରତରେ ଆକାଶ ସ୍ବଚ୍ଛ ଥିବାରୁ ଅବାଧ ସୌର ବିକିରଣ ତାପମାତ୍ରାକୁ ଅଧିକ ବଢ଼ାଉଛି। ୟୁରାସିଆ ଏବଂ ହିମାଳୟ ଅଞ୍ଚଳରେ ଶୀତଦିନିଆ ତୁଷାର ହ୍ରାସ ମଧ୍ୟ ଉତ୍ତାପ ବୃଦ୍ଧିର ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ କାରଣ। ତୁଷାର କମିବା ଅର୍ଥ ଅଧିକ ସୂର୍ଯ୍ୟକିରଣ ଶୂନ୍ୟକୁ ପ୍ରତିଫଳିତ ହେବା, ଯାହା ଭାରତୀୟ ଉପମହାଦେଶରେ ତାପମାତ୍ରା ବଢ଼ାଇବାରେ ସହାୟକ ହେଉଛି। ଏହା ଚଳିତ ବର୍ଷ ଗ୍ରୀଷ୍ମପ୍ରବାହ ଆରମ୍ଭ ସମୟକୁ ଶୀଘ୍ର କରିବା ସହ ତୀବ୍ରତା ବଢ଼ାଇ ଦେଇଛି। ଏହା ବ୍ୟତୀତ ସାମୁଦ୍ରିକ ଢାଞ୍ଚାରେ ପରିବର୍ତ୍ତନ ମଧ୍ୟ ତାପମାତ୍ରା ବୃଦ୍ଧିର ଅନ୍ୟତମ କାରଣ। ପ୍ରଶାନ୍ତ ମହାସାଗର ଉପରିଭାଗ ତାପମାତ୍ରା ବଢ଼ିବା ସହ ଇଏନ୍‌ଏସ୍‌ଓ-ନ୍ୟୁଟ୍ରାଲ ଅବସ୍ଥା ଆଡ଼କୁ ପରିବର୍ତ୍ତନ ବାୟୁମଣ୍ଡଳୀୟ ପ୍ରବାହକୁ ପ୍ରଭାବିତ କରୁଛି। ଏହା ଶୀତଳୀକରଣ ବ୍ୟବସ୍ଥାକୁ ଦୁର୍ବଳ କରିଦେଉଥିବାରୁ ବ୍ୟାପକ ସ୍ଥଳଭାଗରେ ଉତ୍ତାପ ବୃଦ୍ଧି ଘଟୁଥିବା ରିପୋର୍ଟରେ କୁହାଯାଇଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri