Posted inଜାତୀୟ

ବିରୋଧୀଙ୍କ ନିଷ୍ପତ୍ତିକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୪ା୫: ଆସନ୍ତା ୨୮ ତାରିଖରେ ପାର୍ଲାମେଣ୍ଟର ନୂଆ ବିଲ୍ଡିଂକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ସଂସଦର ନୂଆ କୋଠାକୁ ପ୍ରଧାନମନ୍ତ୍ରୀଙ୍କ ପରିବର୍ତ୍ତେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଉଦ୍‌ଘାଟନ କରିବା ଉଚିତ ବୋଲି କଂଗ୍ରେସ ସମେତ ବିରୋଧୀ ଦଳଗୁଡ଼ିକ ଦାବି କରିଛନ୍ତି। ଏହି ପରିପ୍ରେକ୍ଷୀରେ ୧୯ଟି ଦଳ ଉଦ୍‌ଘାଟନ କାର୍ଯ୍ୟକ୍ରମକୁ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି।

କଂଗ୍ରେସ, ବାମପନ୍ଥୀ (ସିପିଆଇ, ସିପିଆଇଏମ୍‌), ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏବଂ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଏହାକୁ ବର୍ଜନ କରିବେ ବୋଲି ବୁଧବାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଉଦ୍‌ଘାଟନକୁ ବର୍ଜନ କରିବା ନେଇ ମିଳିତ ବିବୃତି ଜାରି କରିଥିବା ଦଳଗୁଡ଼ିକ ହେଲେ, କଂଗ୍ରେସ, ଡିଏମ୍‌କେ, ଏଏପି, ଶିବସେନା(ୟୁବିଟି), ସମାଜବାଦୀ ପାର୍ଟି, ସିପିଆଇ, ସିପିଆଇଏମ୍‌, ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା, କେରଳ କଂଗ୍ରେସ-ମଣି, ବିଦ୍ୟୁତ୍‌ହାଲାଇ ଚିରୁଥେଗାଲ କଟ୍‌ଚି, ରାଷ୍ଟ୍ରୀୟ ଲୋକ ଦଳ, ଟିଏମ୍‌ସି, ସଂଯୁକ୍ତ ଜନତା ଦଳ, ଏନ୍‌ସିପି, ଆର୍‌ଜେଡି, ଆଇୟୁଏମ୍‌ଏଲ୍‌, ନ୍ୟାଶନାଲ କନ୍‌ଫରେନ୍ସ, ରିଭୋଲ୍ୟୁଶନାରି ସୋସିଆଲିଷ୍ଟ ପାର୍ଟି ଏବଂ ମାରୁମାଲାର୍ଚି ଦ୍ରାବିଡ ମୁନେତ୍ରା କାଜାଗାମ୍‌।

ବିରୋଧୀଙ୍କ ନିଷ୍ପତ୍ତିକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ନିଜ ପ୍ରତିକ୍ରିୟାରେ କହିଛନ୍ତି, ସେମାନେ ନିଜ ଜ୍ଞାନ ଅନୁସାରେ ମନ୍ତବ୍ୟ ଦେଉଛନ୍ତି। କିନ୍ତୁ ତାମିଲନାଡୁରୁ ଅଣାଯାଇଥିବା ଐତିହାସିକ ‘ସେନ୍‌ଗୋଲ’(ସାର୍ବଭୌମତ୍ୱର ପ୍ରତୀକ ରାଜଦଣ୍ଡ)କୁ ନେଇ ସେମାନେ ରାଜନୀତି କରିବା ଦୁର୍ଭାଗ୍ୟଜନକ। ବ୍ରିଟିଶ ସରକାର କ୍ଷମତା ହସ୍ତାନ୍ତର ବେଳେ ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କୁ ଏହି ‘ସେନ୍‌ଗୋଲ’ ପ୍ରଦାନ କରିଥିଲେ। ସଂସଦର ନୂଆ କମ୍ପ୍ଲେକ୍ସରେ ଏହାକୁ ସ୍ଥାପନ କରାଯିବ। ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ ବିରୋଧୀଙ୍କ ବର୍ଜନ ଆହ୍ବାନକୁ ଦୁର୍ଭାଗ୍ୟଜନକ କହି ନିଜ ଆଭିମୁଖ୍ୟର ପୁନର୍ବିଚାର କରିବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?