Posted inଜାତୀୟ

ପିସିସି ସଭାପତିଙ୍କ ସମେତ ୧୯ ଆହତ

ଅଗରତାଲା,୨୭।୬: ତ୍ରିପୁରା ବିଧାନସଭା ଉପନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ରବିବାର କଂଗ୍ରେସ ଭବନ ସମ୍ମୁଖରେ ଭାଜପା ଓ କଂଗ୍ରେସ କର୍ମୀଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ତ୍ରିପୁରା ପିସିସି ସଭାପତି ବୀରଜିତ ସିହ୍ନାଙ୍କ ସମେତ ୧୯ ଜଣ ଆହତ ହୋଇଛନ୍ତି। ଉତ୍ତ୍ୟକ୍ତ ଲୋକଙ୍କୁ ଘଉଡ଼ାଇବାକୁ ଯାଇ ପୋଲିସ ଲୁହବୁହା ବାଷ୍ପ ପ୍ରୟୋଗ କରିଥିଲା। ସଂଘର୍ଷ କଂଗ୍ରେସ ଭବନ ଥିବା ପୋଷ୍ଟ ଅଫିସ୍‌ ଚୌମୁହାଣି ଅଞ୍ଚଳ ଜନଶୂନ୍ୟ ହୋଇଯାଇଛି।

ତ୍ରିପୁରାର ୪ ବିଧାନସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନରେ ଭାଜପା ୩ଟି ଓ କଂଗ୍ରେସ ଗୋଟିଏ ଆସନରେ ବିଜୟୀ ହୋଇଛି। ଫଳ ଘୋଷଣା ପରେ ଅଗରତାଲା ଆସନରୁ ଜିତିଥିବା କଂଗ୍ରେସ ପ୍ରାର୍ଥୀ ସୁଦୀପ ରାୟ ବର୍ମନଙ୍କ ସହ ଉତ୍ସାହୀ ଦଳୀୟ କର୍ମୀମାନେ ଭୋଟଗଣତି କେନ୍ଦ୍ରରୁ କଂଗ୍ରେସ ଭବନକୁ ଫେରିଥିଲେ। ସେମାନେ ମଧ୍ୟାହ୍ନ ଭୋଜନ ପାଇଁ ପ୍ରସ୍ତୁତ ହେଉଥିବାବେଳେ ଭାଜପା ସମର୍ଥକମାନେ କଂଗ୍ରେସ ଭବନ ଉପରେ ଆକ୍ରମଣ କରିଥିଲେ।

ପିସିସି ସଭାପତିଙ୍କ ମୁଣ୍ଡରେ ଇଟା ମାଡ଼ ହୋଇଥିବାବେଳେ ଅନ୍ୟ ଜଣେ କଂଗ୍ରେସ କର୍ମୀ ରୋମି ମିଆହଙ୍କୁ ଭାଜପା ସମର୍ଥକମାନେ ଛୁରି ଭୁସିଥିବା କଂଗ୍ରେସର ଗଣମାଧ୍ୟମ ପ୍ରଭାରୀ ଆଶିଷ କୁମାର ଶାହା ଅଭିଯୋଗ କରିଛନ୍ତି। ଭାଜପା ସମର୍ଥକମାନେ ଢେଲାମାଡ଼ କରିବା ସହ କଂଗ୍ରେସ ଭବନ ସମ୍ମୁଖରେ ଥିବା କେତେକ ଗାଡ଼ି ଭଙ୍ଗାରୁଜା କରିଥିଲେ। ଆକ୍ରମଣ ସମୟରେ ପୋଲିସ ନୀରବଦ୍ରଷ୍ଟା ସାଜିଥିଲା ବୋଲି କଂଗ୍ରେସ ଅଭିଯୋଗ କରିଛି। ଅନ୍ୟପକ୍ଷରେ ପ୍ରଥମେ କଂଗ୍ରେସ ସମର୍ଥକମାନେ ଅଗରତାଲା ମ୍ୟୁନିସିପାଲ କର୍ପୋରେଶନର ଭାଜପା କର୍ପୋରେଟରଙ୍କୁ ଟେକାମାଡ଼ କରିଥିଲେ ବୋଲି ସୂଚନା ଓ ସଂସ୍କୃତି ବ୍ୟାପାର ମନ୍ତ୍ରୀ ସୁଶାନ୍ତ ଚୌଧୁରୀ ଅଭିଯୋଗ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri