ବାତ୍ୟା ‘ଅର୍ଣ୍ଣବ’ ସତର୍କତା: ଗୁଡ଼ାରି ‘ମା’ ଗୃହ’ରେ ୧୯ ଗର୍ଭବତୀ, ପ୍ରଶାସନର ‘ଜିରୋ କାଜୁଆଲଟି’…

ଗୁଡ଼ାରି, ୨୭।୧୦(ପ୍ରମୋଦ କୁମାର ପତି): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରକୋପକୁ ଦୃଷ୍ଟିରେ ରଖି ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ପ୍ରଶାସନ ଓ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ସୁରକ୍ଷିତ ପ୍ରସବ ଓ ଜରୁରୀ ଚିକିତ୍ସା ପାଇଁ ବ୍ଲକର ବିଭିନ୍ନ ଗ୍ରାମରୁ ୧୯ ଜଣ ଗର୍ଭବତୀ ମହିଳାଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର (CHC) ପରିସରରେ ଥିବା ‘ମା’ ଗୃହ’କୁ ଆଣି ସୁରକ୍ଷିତ ଭାବେ ରଖାଯାଇଛି।

ସ୍ଥାନୀୟ ଅଙ୍ଗନବାଡ଼ି ଓ ଆଶା କର୍ମୀଙ୍କ ସହଯୋଗରେ ଆସନ୍ତା ନଭେମ୍ବର ୭ ତାରିଖ ମଧ୍ୟରେ ସମ୍ଭାବ୍ୟ ପ୍ରସବ ତାରିଖ ଥିବା ଗର୍ଭବତୀଙ୍କୁ ଚିହ୍ନଟ କରାଯାଇ ଗୁଡ଼ାରି ଅଣାଯାଇଛି। ସାଧାରଣତଃ ମା’ ଗୃହରେ ୬ ଜଣଙ୍କ ରହିବା ବ୍ୟବସ୍ଥା ଥିବା ବେଳେ ବାତ୍ୟା ଜରୁରୀ ପରିସ୍ଥିତିକୁ ଆଖିଆଗରେ ରଖି ମେଡିକାଲ ପରିସରରେ ସମସ୍ତ ୧୯ ଜଣ ମହିଳାଙ୍କ ପାଇଁ ସ୍ୱତନ୍ତ୍ର ରହିବା ବ୍ୟବସ୍ଥା କରାଯାଇଛି ବୋଲି ଇନ୍‌ଚାର୍ଜ ଡାକ୍ତର ସ୍ୱାଗତ ସ୍ୱାଇଁ ସୂଚନା ଦେଇଛନ୍ତି।

ମା’ ଗୃହ କର୍ମଚାରୀଙ୍କ ବ୍ୟତୀତ ମେଡିକାଲର ଏକ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ନିୟମିତ ବ୍ୟବଧାନରେ ଏହି ଗର୍ଭବତୀ ମହିଳାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ଓ ସେବା ପ୍ରଦାନ କରୁଛନ୍ତି। ପୂର୍ବରୁ ସଫଳ ପ୍ରସବ ହୋଇଥିବା ୫ ଜଣ ମହିଳା ମଧ୍ୟ ଏଠାରେ ରହିଛନ୍ତି। ମଙ୍ଗଳବାର ଜଣେ ଗର୍ଭବତୀଙ୍କ ଅଧିକ ଚିକିତ୍ସା ଆବଶ୍ୟକ ହେବାରୁ ତାଙ୍କୁ ଗୁଣୁପୁର ଉପଖଣ୍ଡ ସ୍ତରୀୟ ମେଡିକାଲକୁ ପଠାଯାଇଛି।

ବାତ୍ୟା ସମୟରେ କୌଣସି ଗାଁରେ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଲେ ତୁରନ୍ତ ଡାକ୍ତରୀ ଟିମ୍ ପହଞ୍ଚି ସେବା ଯୋଗାଇଦେବ ବୋଲି ମେଡିକାଲ ଇନ୍‌ଚାର୍ଜ କହିଛନ୍ତି। ସେହିପରି ସିଡିପିଓ (CDPO) ଅନୀତା ପାଣିଗ୍ରାହୀ ସୂଚନା ଦେଇଛନ୍ତି ଯେ ସମସ୍ତ ଅଙ୍ଗନବାଡ଼ି କର୍ମୀଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ମା’ ଗୃହରେ ଥିବା ମହିଳାଙ୍କ ସହ ଆଲୋଚନା କରାଯିବା ସହ ୩ ଜଣ ଗୁରୁତର ଅପୁଷ୍ଟ (SAM) ଶିଶୁଙ୍କୁ ଗୁଣୁପୁର NRC (Nutrition Rehabilitation Centre) କୁ ରେଫର୍ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟରତ ବିଦ୍ୟୁତ୍ କର୍ମଚାରୀଙ୍କ ଅସୁସ୍ଥତା ପରେ ମୃତ୍ୟୁ: ଟାଟା ପାୱାର ଅଫିସ୍ ଆଗରେ ମୃତଦେହ ରଖି ରାସ୍ତାରୋକ, କ୍ଷତିପୂରଣ ଦାବି

ମାର୍ଶାଘାଇ, ୨୭।୧୦ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ଟାଟା ପାୱାର କମ୍ପାନୀର ଫ୍ରାଞ୍ଚାଇଜି ସଂସ୍ଥା ଅଧୀନରେ…

୩୦ ପରେ ଖୋଲିବ କଳିଙ୍ଗା ଘାଟି ରାସ୍ତା: ବାତ୍ୟା ଭୟ ମଧ୍ୟରେ ଆଶ୍ରୟସ୍ଥଳୀରେ ଲୋକଙ୍କୁ ଖାଦ୍ୟ ପରଶିଲେ ଉପଜିଲାପାଳ

ଭଞ୍ଜନଗର, ୨୭।୧୦(ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ଏବଂ ପ୍ରବଳ ବର୍ଷାଜନିତ ଭୂସ୍ଖଳନ ଆଶଙ୍କାକୁ ଦୃଷ୍ଟିରେ ରଖି ଗଞ୍ଜାମ ଓ କନ୍ଧମାଳ ସୀମାନ୍ତ କଳିଙ୍ଗା ଘାଟି ରାସ୍ତା…

ମିଶନ ଶକ୍ତି ଓ ଓଡ଼ିଶା ରାଇଜିଂ ଫାଉଣ୍ଡେସନ ମଧ୍ୟରେ MOU: କଳାହାଣ୍ଡିର ଏସଏଚଜି ମହିଳା ପାଇବେ ଆର୍ଥିକ ସାକ୍ଷରତା ପ୍ରଶିକ୍ଷଣ

ଭବାନୀପାଟଣା, ୨୭/୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସ୍ୱୟଂ ସହାୟକ ଗୋଷ୍ଠୀ (SHG) ମହିଳାମାନଙ୍କୁ ଆର୍ଥିକ ସ୍ତରରେ ସଶକ୍ତ ଓ ସାକ୍ଷର କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ…

ଥାନା CUG ନମ୍ବର ଲୁଚାଇଲେ ହେବ କାର୍ଯ୍ୟାନୁଷ୍ଠାନ! ସାର୍ବଜନୀନ କରିବାକୁ ପୋଲିସ୍ HQରୁ କଡ଼ା ନିର୍ଦ୍ଦେଶ

କଟକ ସଦର, ୨୭/୧୦ (ସୁଶାନ୍ତ କୁମାର ଜେନା): ରାଜ୍ୟର ବିଭିନ୍ନ ଥାନାରେ ଥିବା BSNL ଲ୍ୟାଣ୍ଡଫୋନ୍ ଲାଇନ୍‌ଗୁଡ଼ିକ ଅଚଳ ହୋଇପଡ଼ିଥିବାରୁ, ଜରୁରୀ ସେବା ଓ ପୋଲିସ୍ ସହାୟତା…

ଏକମାତ୍ର ବିଜ୍ଞାନ ଶିକ୍ଷକଙ୍କ ବଦଳି ପ୍ରତିବାଦ: ମେଣ୍ଢିପାଲି ସ୍କୁଲରେ ତାଲା, ଛାତ୍ରଛାତ୍ରୀଙ୍କ ସହ ଧାରଣାରେ ଗ୍ରାମବାସୀ

ଦେବଗଡ଼, ୨୭।୧୦(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟାଳୟରେ ଥିବା ଏକମାତ୍ର ବିଜ୍ଞାନ ଶିକ୍ଷକଙ୍କ ବଦଳିକୁ ନେଇ ଅସନ୍ତୋଷ। ତାଙ୍କ ସ୍ଥାନରେ ଅନ୍ୟ କୌଣସି ବିଜ୍ଞାନ ଶିକ୍ଷକଙ୍କୁ ନିଯୁକ୍ତି ନଦେବା…

କୋଟିଆ ମାଟିରେ ତାତିଲେ ତାରା, ଗର୍ଜିଲେ ଭକ୍ତ: ଆନ୍ଧ୍ର ପୋଲିସ୍ ତୁରନ୍ତ ସ୍ଥାନ ଛାଡ଼, ଏହା କାହାର ପୈତୃକ ସମ୍ପତ୍ତି ନୁହେଁ…

ପଟ୍ଟାଙ୍ଗି, ୨୭।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନରୁ ଲାଗିରହିଥିବା ସୀମା ବିବାଦକୁ ନେଇ ସ୍ଥିତି ପୁଣି ସଙ୍ଗୀନ…

ଦ୍ବୀପରେ ଅଟକି ରହିଥିଲେ କଙ୍କଡ଼ା ଧରାଳି, ଉଦ୍ଧାର ହୋଇ ଆସିଲେ

ମହାକାଳପଡ଼ା,୨୭।୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ଶବରପଡ଼ାର ୨୦ଜଣ କଙ୍କଡ଼ା ଧରାଳି ଗହୀରମଥା ସାମୁଦ୍ରିକ ଅଭୟରଣ୍ୟ ହୁକିଟୋଲା ଅନତୀ ଦୂରରେ ଥିବା…

ମାଡ଼ି ଆସୁଛି ବାତ୍ୟା ‘ଅର୍ଣ୍ଣବ’: କାଲି ବଲାଙ୍ଗୀର, କନ୍ଧମାଳ-କେନ୍ଦ୍ରାପଡ଼ାରେ ସବୁ ସ୍କୁଲ୍ ଛୁଟି; ଶିକ୍ଷକଙ୍କ ପାଇଁ…

ଭୁବନେଶ୍ୱର, ୨୭।୧୦: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଜିଲାରେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ବୁଧବାର (କାଲି) ବଲାଙ୍ଗୀର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?