ବ୍ଲକ ଅଫିସ ସମ୍ମୁଖରେ ହୋଇଥିବା ଆନ୍ଦୋଳନକୁ ବିରୋଧ କଲେ ୧୯ ସରପଞ୍ଚ, ଜିଲାପାଳଙ୍କୁ ଦେଲେ ଦାବିପତ୍ର

କେସିଙ୍ଗା,୨୩ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପ୍ରଶାସନ ବିରୋଧରେ ଚାଞ୍ଚେର ପଞ୍ଚାୟତର ସରପଞ୍ଚ ଅଞ୍ଜୁ କୁମାର ବ୍ଲକ ଅଫିସ ଆଗରେ ୩ ଦିନ ଆନ୍ଦୋଳନ କରିଥିବା ବେଳେ ଏହାକୁ ସରପଞ୍ଚ ସଂଘ ସମର୍ଥନ କରୁଥିବା ନେଇ ସାମାଜିକ ଗଣମାଧ୍ୟମ ଓ ପୋଷ୍ଟରରେ ପ୍ରଚାର କରାଯାଇଥିଲା। ଏହାକୁ ବ୍ଲକ୍‌ର ୧୯ଜଣ ସରପଞ୍ଚ ବିରୋଧ କରି ଜିଲାପାଳଙ୍କୁ ସାକ୍ଷାତ କରି ତୀବ୍ର ନିନ୍ଦା କରିବା ସହ ବ୍ଲକ କାର୍ଯ୍ୟକ୍ରମ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ବ୍ୟାହତ ଘଟୁଥିବାରୁ ଜନସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।

ସମଗ୍ର କେସିଙ୍ଗା ବ୍ଲକର ୨୬ ସରପଞ୍ଚଙ୍କ ମଧ୍ୟରୁ ୧୯ ସରପଞ୍ଚ ଜିଲପାଳଙ୍କୁୁ ଭେଟି ଅଞ୍ଜୁ କୁମାରଙ୍କ ଆନ୍ଦୋଳନକୁ ସେମାନଙ୍କର ଆଦୌ ସମର୍ଥନ ନ ଥିବା କିମ୍ବା ତାଙ୍କର କୌଣସି ମତାମତ ନିଆଯାଇ ନ ଥିବା ନେଇ ଲିଖିତ ଭାବେ ଜଣାଇଛନ୍ତି। ଏହି ଆନ୍ଦୋଳନ ତାଙ୍କର ସମ୍ପୂର୍ଣ୍ଣ ନିଜସ୍ବ ଓ ରାଜନୈତିକ ଉଦ୍ଦେଶ୍ୟ ରଖି କରାଯାଇଛି। ବ୍ଲକ ପ୍ରଶାସନକୁ ଅଯଥାରେ ଅପମାନ ଏବଂ ହଇରାଣ ହରକତ କରାଯାଉଥିବା ତାଙ୍କ ଲେଖାରେ ଉଲ୍ଲେଖ କରିଛନ୍ତି। ଅନ୍ୟପଟେ ପଟେ ଜିଲା ପ୍ରଶାସନ ପକ୍ଷରୁ ପ୍ରତିନିଧି ଆସି ସରପଞ୍ଚ ଅଞ୍ଜୁ କୁମାରଙ୍କ ସହ ଆଲୋଚନା କରି ତାଙ୍କ ଅଭିଯୋଗର ତଦନ୍ତ ହେବ ବୋଲି କହିବା ପରେ ସେ ଆନ୍ଦୋଳନ ପ୍ରତ୍ୟାହାର କରିଛନ୍ତି। ତେବେ ଏହି ଘଟଣାରେ ସରପଞ୍ଚ ସଂଘ ଦୁଇଫାଳ ହୋଇଥିବା ଆଲୋଚନା ହେଉଛି। ପୂର୍ବରୁ ସମିତିସଭ୍ୟମାନେ ମଧ୍ୟ ଦୁଇଫାଳ ହୋଇ ଏହି ଆନ୍ଦୋଳନକୁ ବିରୋଧ କରି ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

LPG ସଙ୍କଟ ଭିତରେ ଆସିଲା ଖୁସିଖବର: ଆଜି ଭାରତରେ ପହଞ୍ଚିବ ଏତିକି ମେଟ୍ରିକ ଟନ୍‌ ଗ୍ୟାସ

ନୂଆଦିଲ୍ଲୀ,୧୭।୩: ଦେଶରେ ବଢ଼ି ଚାଲିଥିବା ଏଲପିଜି ସଙ୍କଟ ମଧ୍ୟରେ ଆଶ୍ୱସ୍ତିର ଖବର ଆସିଛି। ଇରାନ ସରକାରଙ୍କ ସ୍ବତନ୍ତ୍ର ଅନୁମତି ପରେ, ଭାରତୀୟ ଜାହାଜ ପାଇଁ ପଥ ପରିଷ୍କାର…

IPL 2026 ପୂର୍ବରୁ ଧୋନିଙ୍କ ସହ ଫୋନରେ କଥା ହେଲେ ସଞ୍ଜୁ ସାମସନ, କହିଲେ କିଛି ଭିତିରି କଥା, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୭।୩: ଟି-୨୦ ବିଶ୍ୱକପ ବିଜୟୀ ଦଳର ନାୟକ ସଞ୍ଜୁ ସାମସନ ସୋମବାର କହିଛନ୍ତି ଯେ ଆଗାମୀ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ପାଇଁ ଖେଳୁଥିବା ସମୟରେ…

ଇରାନ ପରେ ଟ୍ରମ୍ପଙ୍କ ଟାର୍ଗେଟରେ ଏବେ ଏହି ଦେଶ: ନିଜେ କଲେ ଖୁଲାସା, ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ପରେ ତାଙ୍କର ପରବର୍ତ୍ତୀ ଟାର୍ଗେଟ ବିଷୟରେ ପ୍ରକାଶ କରିଛନ୍ତି। ସେ ଖୋଲାଖୋଲି ଭାବରେ ଇଙ୍ଗିତ କରିଛନ୍ତି ଯେ ତାଙ୍କର…

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…

ବରିଷ୍ଠ ନାଗରିକଙ୍କୁ ତାଚ୍ଛଲ୍ୟ

ମନୁଷ୍ୟ ସ୍ବାଭାବିକ ଜୀବନଚକ୍ରରେ ନିର୍ଦ୍ଦିଷ୍ଟ ବର୍ଷ ଅତିକ୍ରମ ପରେ ବୃଦ୍ଧାବସ୍ଥା ପ୍ରାପ୍ତହୁଏ । ଅନେକ ମାତାପିତା ବୃଦ୍ଧାବସ୍ଥାରେ ଅବହେଳାର ଶିକାର ହେଉଥିବା ଅନୁଭବକରି ମିଳିତ ଜାତିସଂଘ ସେମାନଙ୍କର…

ଯୁଦ୍ଧରେ ଏବେ ପର୍ଯ୍ୟନ୍ତ କେତେ ସେନାଙ୍କୁ ହରାଇଲାଣି ଆମେରିକା? ନିଜେ ଦେଲା ବଡ଼ ଅପଡେଟ

ଓ୍ବାଶିଂଟନ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ପ୍ରାୟ ତିନି ସପ୍ତାହ ଧରି ଚାଲିଛି। ଏହି ସମୟ ମଧ୍ୟରେ, ଇରାନ ସହିତ ସଂଘର୍ଷରେ ଆହତ ହୋଇଥିବା ଆମେରିକୀୟ ସୈନ୍ୟଙ୍କ…

ଖଣି ବିରୋଧରେ ଗର୍ଜିଲେ ଜନତା

ବଲାଙ୍ଗୀର/ଲୋଇସିଂହା, ୧୭ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ): କିଛିଦିନ ପୂର୍ବରୁ ବଲାଙ୍ଗୀର ଜିଲାର ଲୋଇସିଂହା ବ୍ଲକ ଅନ୍ତର୍ଗତ ବିଅରପାଲି, ବବ୍‌ଜା, ପାଟଣାଗଡ ବ୍ଳକର ସାଲେପାଲି, ଭରତବାହାଲ, ଲରମ୍ଭା ଏବଂ…

ଭାଗ୍ୟ ବଳରେ

କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିିଟାଲରେ ୧୫ ମାର୍ଚ୍ଚ ବିଳମ୍ବିତ ରାତ୍ରିରେ ଟ୍ରମା କେୟାର ଇଣ୍ଟେନସିଭ୍‌ କେୟାର ୟୁନିଟ (ଆଇସିୟୁ)ରେ ଅଗ୍ନିକାଣ୍ଡ ଘଟି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri