ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ ମଧ୍ୟରେ ୧୧ଜଣ ଛାତ୍ର ଓ ୮ଜଣ ଛାତ୍ରୀ ରହିଛନ୍ତି । ବିଦ୍ୟାଳୟର ପ୍ରଧାନଶିକ୍ଷକ ମନବୋଧ ପ୍ରୁଷେଠଙ୍କ କହିବା ଅନୁସାରେ ଏହି ବିଦ୍ୟାଳୟର ମୋଟ ୪୮ଜଣ ଛାତ୍ରୀଛାତ୍ର ହଷ୍ଟେଲରେ ରହନ୍ତି ।

ଅନ୍ୟଦିନ ଭଳି ବୁଧବାର ମଧ୍ୟ ଛାତ୍ରୀଛାତ୍ରମାନେ ମଧ୍ୟାହ୍ନ ଓ ରାତ୍ରି ଭୋଜନ ସ୍ବାଭାବିକ ଭାବେ କରିଥିଲେ ।ଅପରାହ୍ନରେ ବିଦ ଧରୁଆଡିହି ଥାନା ପୋଲିସ ପକ୍ଷରୁ ସାଇବର ଅପରାଧ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସେଥିରେ ଛାତ୍ରୀଛାତ୍ରମାନଙ୍କୁ ଜଳଖିଆ ଦିଆ ଯାଇଥିଲା। ଗୁରୁବାର ସକାଳେ କେତେକ ଛାତ୍ରୀଛାତ୍ର ପେଟରେ ଯନ୍ତ୍ରଣା ଅନୁଭବ କରିଥିଲେ ଓ ଝାଡା ବାନ୍ତି ହୋଇଥିଲା।

ଏହାପରେ ହାଇସ୍କୁଲ କର୍ତ୍ତୃପକ୍ଷ ସଙ୍ଗେସଙ୍ଗେ ଅସୁସ୍ଥ ଛାତ୍ରୀଛାତ୍ରମାନଙ୍କୁ ପ୍ରଥମେ ମଝାପଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ଛାତ୍ରୀ ଛାତ୍ରଙ୍କ ଅବସ୍ଥା ବର୍ତ୍ତମାନ ଭଲ ଥିବା ଡାକ୍ତର ଖାନା ସୂତ୍ରରୁ ଜଣାଯାଇଛି ।ଅପରପକ୍ଷରେ ସାଇବର ସଚେତନା କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନଙ୍କୁ ଠିକ୍ ମାନର ଜଳଖିଆ ଦିଆଯାଇଛି ବୋଲି ଧରୁଆଡିହି ଥାନା ଆଇଆଇସି ସୌଦାମିନୀ ନାଗ କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର…

ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ARCS ଅଫିସ୍‌ର ସିନିୟର୍ ଆସିଷ୍ଟାଣ୍ଟ, ବକେୟା ଦରମା କରାଇ ଦେବାକୁ ନେଉଥିଲେ ଲାଞ୍ଚ

ବଲାଙ୍ଗୀର,୨୧।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ARCS ଅଫିସରେ ଭିଜଲାନ୍ସ ଚଢ଼ାଉ । ARCS ଅଫିସର ସିନିୟର୍ ଆସିଷ୍ଟାଣ୍ଟ ଅନିଲ୍ ପଣ୍ଡାଙ୍କୁ ଧରିଲା ବଲାଙ୍ଗୀର,ସୋନପୁର ଭିଜିଲାନ୍ସ…

୧୦୬ ଜଣଙ୍କୁ ମିଳିଲା ହଜିଲା ଫୋନ୍‌, ଏସ୍‌ପି କହିଲେ- ଏହି ପୋର୍ଟାଲ ମାଧ୍ୟମରେ ପାଇହେବ ଚୋରି ହୋଇଥିବା ମୋବାଇଲ

ବରଗଡ଼,୨୧।୫( ପ୍ରେମାନନ୍ଦ ଖମାରୀ): କିଏ ମୋବାଇଲ ହଜାଇ ଦେଇଥିଲେ ତ ଆଉ କାହାର ମୋବାଇଲ ଲୁଟ କିମ୍ବା ଚୋରି ହୋଇଥିଲା । ଦିନେ କି ଦୁଇଦିନ ନୁହେଁ,…

ଇବୋଲା ବିପଦକୁ ଦେଖି ସ୍ଥଗିତ ରହିଲା ଭାରତ-ଆଫ୍ରିକା ସମ୍ମିଳନୀ, ଦିଲ୍ଲୀରେ ଥିଲା କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୧।୫: ଆଫ୍ରିକାର କିଛି ଅଂଶରେ ଇବୋଲା ଭାଇରସର ବୃଦ୍ଧି ପାଉଥିବା ପ୍ରକୋପକୁ ଦୃଷ୍ଟିରେ ରଖି, ଭାରତ ଏବଂ ଆଫ୍ରିକୀୟ ସଂଘ ମଧ୍ୟରେ ସ୍ଥିର ହୋଇଥିବା ଶିଖର ସମ୍ମିଳନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri