Posted inଜାତୀୟ

ଅକ୍ଟୋବରରେ ୧୯ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି…

ଶ୍ରୀନଗର,୧।୧୧: ଅକ୍ଟୋବରରେ ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜାରି ରହିଥିବା ଆତଙ୍କବାଦୀ ବିରୋଧୀ ଅଭିଯାନ ଅପରେଶନ୍‌ ଅଲ୍‌ଆଉଟ୍‌କୁ ସଫଳତା ମିଳିଛି। ମାସକ ମଧ୍ୟରେ ଆତଙ୍କବାଦୀ ଆକ୍ରମଣ ଘଟଣାରେ ୪୪ ଜଣଙ୍କ ମୃତ୍ୟୁ ଘଟିଛି। ସେଥି ମଧ୍ୟରେ ୧୯ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଥିବାବେଳେ ଆତଙ୍କବାଦୀମାନେ ୧୩ ଜଣ ସାଧାରଣ ଲୋକଙ୍କ ହତ୍ୟା କରିଛନ୍ତି।

ଅପରପକ୍ଷରେ ସର୍ଚ୍ଚ ଅପରେଶନ୍‌ ସମୟରେ ୧୨ ଜଣ ସୁରକ୍ଷା କର୍ମୀ ଶହୀଦ ହୋଇଛନ୍ତି। ଭାରତ ପାକିସ୍ତାନ ମଧ୍ୟରେ ଏଲ୍‌ଓସିରେ ଅସ୍ତ୍ରବିରତି ଉଲ୍ଲଂଘନ ଏବଂ ଅନୁପ୍ରବେଶ ଘଟଣା ହ୍ରାସ ପାଇଛି। ତେବେ ଜମ୍ମୁ-କଶ୍ମୀରର କେତେକ ଅଞ୍ଚଳରେ ହିଂସାତ୍ମକ ଘଟଣା ବୃଦ୍ଧି ପାଇଛି। ଆତଙ୍କବାଦୀମାନେ ୫ ଜଣ ବାହାର ରାଜ୍ୟର ଶ୍ରମିକଙ୍କ ସମେତ ମୋଟ ୧୩ ଜଣ ସାଧାରଣ ନାଗରିକଙ୍କୁ ହତ୍ୟା କରିଛନ୍ତି।

ଆତଙ୍କବାଦୀମାନେ ସାଧାରଣ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିବାକୁ ଚେଷ୍ଟା କରିଛନ୍ତି। ଫଳରେ ସ୍ଥାନାନ୍ତରଣ ମଧ୍ୟ ବୃଦ୍ଧି ପାଇଛି। ଇତିମଧ୍ୟରେ ୩୫୦ରୁ ଅଧିକ ପରିବାର ଜମ୍ମୁ-କଶ୍ମୀର ଛାଡ଼ିଛନ୍ତି। ତେବେ ଆତଙ୍କବାଦୀ ଆକ୍ରମଣର ଜବାବରେ ସୁରକ୍ଷା ବାହିନୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଗତ ୨୨ ଦିନ ଧରି ସୁରକ୍ଷା ବାହିନୀ ରାଜୌରୀ-ପୁଞ୍ଚ ଜଙ୍ଗଲରେ ଆତଙ୍କବାଦୀଙ୍କୁ ଘେରି ରହିଛନ୍ତି।

ଏପର୍ଯ୍ୟନ୍ତ ସୁରକ୍ଷା ବାହିନୀ ୧୪ ଟି ମୁହାଁମୁହିଁ ଘଟଣାରେ ୧୯ ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରିଛନ୍ତି। ସରକାରଙ୍କ ପକ୍ଷରୁ କଡ଼ାପଦକ୍ଷେପ ଗ୍ରହଣ କରାଯାଇ ଆତଙ୍କବାଦୀଙ୍କ ସମର୍ଥକକୁ ଚାକିରିରୁ ହଟାଇ ଦେଇଛନ୍ତି। ଏହା ସହିତ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri