୧୩ ଜିଲାରେ ୧୯ ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ଭିତ୍ତି ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୧(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ରାଜ୍ୟର ୧୩ ଜିଲାରେ ୧୯ଟି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ପାଇଁ ଭିତ୍ତି ସ୍ଥାପନ କରିଛନ୍ତି। ଏଥିପାଇଁ ୪,୬୦୦ କୋଟି ଟଙ୍କା ଖର୍ଚ୍ଚ ହେବ।

ଏହି ଅବସରରେ ବିଭିନ୍ନ ସ୍ଥାନରେ ଆୟୋଜିତ କାର୍ଯ୍ୟକ୍ରମରେ ଲୋକମାନଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା। କେନ୍ଦ୍ରାପଡ଼ାରେ ୧୫ ହଜାରରୁ ଅଧିକ ଚାଷୀ ଉପସ୍ଥିତ ଥିଲେ। ସେମାନଙ୍କ ମଧ୍ୟରୁ ପ୍ରାୟ ୧୦ ହଜାର ମହିଳା ଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ଆମର ଏହି ପ୍ରକଳ୍ପ ଦ୍ୱାରା ଚାଷୀ ଭଉଣୀ-ଭାଇ ବହୁଳ ଭାବେ ଉପକୃତ ହେବେ। ବିଶେଷକରି ପିଇବା ପାଣି ଯୋଗାଣ କ୍ଷେତ୍ରରେ ସୁବିଧା ହେବ। ଏହା ସହିତ ମାଛଚାଷ, ପଶୁପାଳନ ଆଦିରେ ମଧ୍ୟ ସହାୟକ ହେବ। ଏହି ପ୍ରକଳ୍ପ ସବୁ ଭୂତଳ ଜଳସ୍ତର ବୃଦ୍ଧି କରି ପରିବେଶକୁ ସନ୍ତୁଳିତ କରିବ।

ମୁଖ୍ୟମନ୍ତ୍ରୀ କହିଥିଲେ, ୨୦୨୦ରେ ଅନ୍ତଃ ନଦୀ ଜଳାଶୟ ପାଇଁ ୧୧ ହଜାର ୭୦୦ କୋଟି ଟଙ୍କାରେ ଯୋଜନା ଆରମ୍ଭ ହୋଇଥିଲା। ବର୍ତ୍ତମାନ ସୁଦ୍ଧା ୩ଟି ପର୍ଯ୍ୟାୟରେ ୭୨ଟି ପ୍ରକଳ୍ପ ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଛି।

ଆଜି ୧୩ ଜିଲା ବରଗଡ, ବଲାଙ୍ଗୀର, ବୌଦ୍ଧ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଳାହାଣ୍ଡି, କେନ୍ଦୁଝର, ଖୋର୍ଦ୍ଧା, ପୁରୀ, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ରେ ୧୯ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ରଖାଯାଇଛି।

ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ପାଇଁ ଭିତ୍ତି ସ୍ଥାପନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହ  ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ଥିଲେ। ଏହି ଅବସରରେ ସେ କେନ୍ଦ୍ରାପଡ଼ାବାସୀଙ୍କୁ ଧନ୍ୟବାଦ ଜଣାଇ କହିଛନ୍ତି, ମୁଖ୍ୟମନ୍ତ୍ରୀ ରାଜ୍ୟର ସବୁ ସ୍ଥାନର ଉନ୍ନତି ପାଇଁ ପ୍ରକଳ୍ପ କରୁଛନ୍ତି। କେନ୍ଦ୍ରାପଡ଼ାର ସବୁ ବିକାଶ କାର୍ଯ୍ୟକ୍ରମରେ ଲୋକଙ୍କ ଭରପୁର ସହଯୋଗ ମିଳୁଛି । ସେଥିପାଇଁ କେନ୍ଦ୍ରାପଡ଼ାବାସୀ ଧନ୍ୟବାଦର ପାତ୍ର। କେନ୍ଦ୍ରାପଡ଼ାରେ ଆର୍ସେଲର୍ ମିତ୍ତଲ ନିପନ୍ ଷ୍ଟିଲ ପ୍ରକଳ୍ପ ପାଇଁ ଜାପାନ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଖୁବ୍ ଉଦ୍ୟମ କରିଥିଲେ । ଲୋକଙ୍କ ସହଯୋଗରେ ମୁଖ୍ୟମନ୍ତ୍ରୀ ଖୁବ୍ ଶୀଘ୍ର ଏଥିପାଇଁ ଶୁଭ ଦେବେ ବୋଲି କହିଛନ୍ତି ୫-ଟି ଅଧ୍ୟକ୍ଷ। କେନ୍ଦ୍ରାପଡ଼ା ମହାକାଳପଡ଼ାଠାରେ ଉପସ୍ଥିତ ଥିବା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଇସ୍ପାତ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ଓ ୫-ଟି  ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଦେଇଛନ୍ତି । କେନ୍ଦ୍ରାପଡ଼ାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଗୁରୁତ୍ୱ ଦେଇ ଆସିଛନ୍ତି। କେବଳ ଆର୍ସେଲର୍ ମିତ୍ତଲ ପ୍ରକଳ୍ପ ନୁହେଁ, କେନ୍ଦ୍ରାପଡ଼ାରେ ଅନେକ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ବୋଲି କହିବା ସହିତ ଧନ୍ୟବାଦ ଜଣାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୪।୩(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀ ସଙ୍ଗଠନକୁ ଏକ ବଡ଼ ଝଟ୍‌କା ଲାଗିଛି। ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓ ମଙ୍ଗଳବାର ଛତିଶଗଡ଼ ବିଜାପୁର ପୋଲିସ ନିକଟରେ…

ମାନସିକ ବିକୃତ ମସ୍ତିଷ୍କ ମହିଳା ଗର୍ଭବତୀ ଅଭିଯୁକ୍ତଙ୍କ ଗିରଫ ଦାବିରେ ଫାଣ୍ଡିରେ ଗ୍ରାମବାସୀଙ୍କ ହୋ ହାଲା

ଗଞ୍ଜାମ, ୨୪।୩(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନାର ହୁମା ଫାଣ୍ଡି ଅନ୍ତର୍ଗତ ନୀଳାଦ୍ରିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମାନସିକ ବିକୃତ ମହିଳା…

IPL 2026କୁ ନେଇ କଡ଼ା ନିୟମ: ଖେଳାଳି ତଥା ତାଙ୍କ ପରିବାର ପାଇଁ ନୂଆ ନିୟମ ଆଣିଲା BCCI, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, BCCI ସମସ୍ତ ୧୦ଟି ଫ୍ରାଞ୍ଚାଇଜ ପାଇଁ ଏକ ନୂଆ ଏବଂ କଠୋର ନିୟମ ଜାରି କରିଛି। ଏହି ନିୟମଗୁଡ଼ିକର…

ରାତିରେ ଘରକୁ ଫେରିଲେନି ସ୍ବାମୀ, ସକାଳୁ ରକ୍ତାକ୍ତ ମୃତଦେହ….

ଜଗନ୍ନାଥ ପ୍ରସାଦ,୨୪।୩(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ବ୍ଲକ ଚଢିଆ ପଲ୍ଲୀ ପଞ୍ଚାୟତ ଗୁପ୍ତ ପଲ୍ଲୀରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିବା…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri