ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି ଅତିରିକ୍ତ ତହସିଲଦାର ତଥା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ଦିଲ୍ଲୀପ କୁମାର ଜେନାଙ୍କ ଉପସ୍ଥିତିରେ ଅବକାରୀ ଟିମ୍ ଏବଂ ପାଟପୁର ଥାନା ପୋଲିସ ଟିମ୍ ମିଳିତ ଭାବେ ଚଢାଉ କରି ଚୋରା ମଦ କାରଖାନା ଭାଙ୍ଗିଥିବା ଜଣାପଡିଛି। ବ୍ରହ୍ମପୁର ଅବକାରୀ ଡେପୁଟି ସୁପରିଟେଣ୍ଡେଣ୍ଟ ସ୍ନେହଲତା ନାୟକ,ଦିଗପହଣ୍ଡି ଅବକାରୀ ଥାନା ଓଆଇସି ସସ୍ମିତା ମଲ୍ଲିକ,ଏଏସଆଇ ଏନ୍. ତ୍ରିପତି, ଚିକିଟି ଅବକାରୀ ଏସ.ଆଇ ସଞ୍ଜୟ ଭୁକ୍ତା, ଏଏସଆଇ ସୁକାନ୍ତି କଅଁର, ବ୍ରହ୍ମପୁର ଅବକାରୀ ମୋବାଇଲ ଏସ.ଆଇ ଅରୁଣ ଭୋଇଙ୍କ ସମେତ ଦିଗପହଣ୍ଡି ଏବଂ ଚିକିଟି ଅବକାରୀ ଥାନା କର୍ମଚାରୀ ବୃନ୍ଦ ଜଙ୍ଗଲରେ ଅତର୍କିତ ଚଢାଉ କରି ୧୯ ହଜାର ଲିଟର ଗୁଡ଼ ମିଶ୍ରିତ ମହୁଆ ମଦ ପୋଚ ସହ ୧୧ ଶହ ଲିଟର ରନ୍ଧା ଦେଶୀମଦ,ବିପୁଳ ପରିଣାମର ମଦ ରନ୍ଧା ସରଞ୍ଜାମ ପ୍ଲାଷ୍ଟିକ ଡ୍ରମ,ବାଲଟି, ଡେକଚି ଜବତ କରିଥିବା ଜଣାପଡିଛି। ଏନେଇ ଅବକାରୀ ବିଭାଗ ପକ୍ଷରୁ ୩ ଟି  ମକଦ୍ଦମା ରୁଜୁ କରାଯାଇଛି। ଏହି ଚଢାଉ ଧରପଗଡ ରେ କନେଷ୍ଟବଳ ରାଜେଶ ଜେନା,ବଳରାମ ପାତ୍ର,ଏସ.କେ.ରାଜେଶ ଉଦ୍ଦିନ୍, ଆଲଫଲତା ସାହୁ ଙ୍କ ସମେତ ପାଟପୁର ଥାନାର ବହୁ ସଂଖ୍ୟକ ଏପିଆର ଫୋର୍ସ ସାମିଲ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନରେ ୩ ରାଶି ହେବେ ଭାଗ୍ୟଶାଳୀ; କ୍ୟାରିୟରରେ ବଡ଼ ଅଫର୍‌, ଘରକୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷରେ ବୁଧ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଗ୍ରହ, ଯିଏକି ପ୍ରତ୍ୟକ୍ଷ ଭାବରେ ଜୀବନକୁ ଗଭୀର ଭାବେ ପ୍ରଭାବିତ କରନ୍ତି। ଜ୍ୟୋତିଷଙ୍କ ଅନୁଯାୟୀ, ବୁଧ ଗ୍ରହ ମାନସିକ…

କମ୍‌ ବୟସରେ ଧନୀ ହୁଅନ୍ତି ଏହି ୩ ରାଶିର ଲୋକ: ମା’ ଲକ୍ଷ୍ମୀଙ୍କ ରହିଥାଏ ବିଶେଷ କୃପା, କେବେ ରହେନି ଅଭାବ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ୧୨ଟି ରାଶି ଓ ୨୭ଟି ନକ୍ଷତ୍ରର ବର୍ଣ୍ଣନା ରହିଛି। ପ୍ରତ୍ୟେକ ରାଶି ଉପରେ କୌଣସି ନା କୌଣସି ଗ୍ରହଙ୍କ ଆଧିପତ୍ୟ ରହିଥାଏ। ତେଣୁ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ବର୍ଷକୁ ବ୍ୟାଙ୍କରେ କେତେ କ୍ୟାଶ୍‌ ଜମା କରିପାରିବେ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୮।୯: ସଞ୍ଚୟ ଖାତାରେ (Savings Account) ନଗଦ ଟଙ୍କା ଜମା କରିବା ଏକ ସାଧାରଣ ପ୍ରକ୍ରିୟା, କିନ୍ତୁ ଆପଣ ଜାଣନ୍ତି କି ଏକ ନିର୍ଦ୍ଦିଷ୍ଟ ସୀମାରୁ ଅଧିକ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri