ନ୍ୟୁୟର୍କ: ୧୯ ବର୍ଷୀୟା ଆମେରିକୀୟ କଣ୍ଟେଣ୍ଟ୍ କ୍ରିଏଟର ସୋଫିଆ ଲି ବର୍ତ୍ତମାନ ସୁଦ୍ଧା ୯୦ଟି ଦେଶ ଭ୍ରମଣ ଶେଷ କରି ସମସ୍ତଙ୍କୁ ଚକିତ କରିଛନ୍ତି। ସେ ଇନ୍ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି। ଖୁବ୍ଶୀଘ୍ର ସବୁଠୁ କମ୍ ବୟସ୍କ ଭାବେ ସର୍ବାଧିକ ଦେଶ ଭ୍ରମଣ କରିବା ବର୍ଗରେ ଗିନିଜ୍ ଓ୍ବାର୍ଲଡ୍ ରେକର୍ଡ ହାସଲ କରିବା ପାଇଁ ସେ ଲକ୍ଷ୍ୟ ରଖିଛନ୍ତି। ଏହି ଭିଡିଓରେ ସେ ଭ୍ରମଣ କରିସାରିଥିବା ତାଙ୍କର ୬ ପସନ୍ଦଯୋଗ୍ୟ ଦେଶର ତାଲିକାକୁ ମଧ୍ୟ ପ୍ରକାଶ କରିଛନ୍ତି। ଉକ୍ତ ତାଲିକାରେ ସେ ତାଞ୍ଜାନିଆକୁ ଷଷ୍ଠ ସ୍ଥାନରେ ରଖିଛନ୍ତି। ସେହିପରି ସେ ଫ୍ରାନ୍ସକୁ ପଞ୍ଚମ ସ୍ଥାନରେ, କୋଷ୍ଟାରିକାକୁ ଚତୁର୍ଥ ସ୍ଥାନରେ, ଜର୍ଜିଆକୁ ତୃତୀୟ ସ୍ଥାନରେ ଏବଂ ଥାଇଲାଣ୍ଡକୁ ଦ୍ୱିତୀୟ ସ୍ଥାନରେ ରଖିଛନ୍ତି। ଅନ୍ୟପକ୍ଷରେ ଭ୍ରମଣ ପାଇଁ ଭାରତ ତାଙ୍କର ସର୍ବୋତ୍ତମ ପସନ୍ଦଯୋଗ୍ୟ ଦେଶ ବୋଲି ସୋଫିଆ କହିଛନ୍ତି।
ଅଂଶୁଘାତ ନେଲା ୧୬ ଜୀବନ
ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…
ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ
ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…
ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ
ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…
କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ
ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…
ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର
ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…
ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …
ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…
ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା
କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…
କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍
ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…
Archives

