୧୯, ୧୦୬ ଜଣ ହିତାଧିକାରୀ ପାଇଲେ ବର୍ଦ୍ଧିତ ଭତ୍ତା

ଖୋର୍ଦ୍ଧା,୧୫ା୧(ପ୍ରଭାତ ପାଣିଗ୍ରାହୀ): ସାମାଜିକ ସୁରକ୍ଷା ଭତ୍ତା ୩୫୦୦ ଟଙ୍କାକୁ ବୃଦ୍ଧି ପାଇଲା। ମଧୁବାବୁ ଭତ୍ତା ଯୋଜନା ଓ ଜାତୀୟ ସାମାଜିକ ସୁରକ୍ଷା ଅଧୀନରେ ବୃଦ୍ଧାବୃଦ୍ଧଙ୍କୁ ମିଳିବ ଏହି ବର୍ଦ୍ଧିତ ଭତ୍ତା। ୮୦ ବର୍ଷରୁ ଅଧିକ ବରିଷ୍ଠ ନାଗରିକ ଏବଂ ୮୦ ପ୍ରତିଶତ କିମ୍ବା ତା’ଠାରୁ ଅଧିକ ବିକଳାଙ୍ଗ ଥିବା ଦିବ୍ୟାଙ୍ଗ ଏହା ଦ୍ବାରା ହେବେ ଉପକୃତ। ଖୋର୍ଦ୍ଧା ଜିଲାରେ ୧୯,୧୦୬ଜଣ ଏହି ବର୍ଦ୍ଧିତ ଭତ୍ତା ପାଇବେ। ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ବୁଧବାର ସାମାଜିକ ସୁରକ୍ଷା ଓ ସଶକ୍ତିକରଣ ବିଭାଗ ଖୋର୍ଦ୍ଧା ଜିଲାର ବିଜେବି ହାଇସ୍କୁଲ ସମ୍ମିଳନୀ କକ୍ଷରେ ବର୍ଦ୍ଧିତ ଭତ୍ତା ବିତରଣ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ପ୍ରତାପ ଚନ୍ଦ୍ର ବେଉରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଜିଲା ପରିଷଦ ଉନ୍ନୟନ ଅଧିକାରୀ ଜ୍ୟୋତିଶଙ୍କର ସାହୁ, ଉପଜିଲାପାଳ ଦିପ୍ତୀରଞ୍ଜନ ସେଠୀ, ସିଡିଏମ୍‌ଓ ରାଜଶ୍ରୀ ପଟ୍ଟନାୟକ, ଜିଲା ସମାଜ ମଙ୍ଗଳ ଅଧିକାରୀ ସୁଷମା ପ୍ରହରାଜ, ଖୋର୍ଦ୍ଧା ପଞ୍ଚାୟତ ସମିତି ଅଧ୍ୟକ୍ଷା ରୁପଶ୍ରୀ ପ୍ରିୟଦର୍ଶିନୀ, ଏମ୍‌ପି ପ୍ରତିନିଧି ଦିଲ୍ଲୀପ ହୋତା, ଜିଲା ସାମାଜିକ ଓ ସୁରକ୍ଷା ଅଧିକାରୀ ଦିଲ୍ଲୀପ କୁମାର ଦିହାଲ, ଜିଲା ପଞ୍ଚାୟତ ଅଧିକାରୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।

ବିଧାୟକ ଜଗଦ୍ଦେବ କହିଛନ୍ତି, ନିର୍ବାଚନ ସମୟରେ ଭାଜପା ସରକାର ଦେଇଥିବା ପ୍ରତିଶ୍ରୁତି ରଖିଛନ୍ତି। ସମସ୍ତ ସରକାରୀ ଯୋଜନା ଲୋକଙ୍କ ନିକଟରେ ପହଞ୍ଚିବ। ଲୋକଙ୍କ ସରକାର ଲୋକଙ୍କ ସୁଖଦୁଃଖ ସାଥୀ ଭାବେ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦେବେ। ଖୋର୍ଦ୍ଧାର ନବ ନିର୍ମାଣ ପାଇଁ ସମନ୍ବୟ, ସହଭାଗିତା ଜରୁରୀ ବୋଲି କହିଥିଲେ। ବୃଦ୍ଧ ମାତାପିତାଙ୍କୁ ପରିଣତ ବୟସରେ ହେୟଜ୍ଞାନ କରନାହିଁ। ସେମାନଙ୍କୁ ଯଥୋଚିତ ସମ୍ମାନ ଦେବେ ପ୍ରତ୍ୟେକ ଝିଅପୁଅଙ୍କ ନୈତିକ ଦାୟିତ୍ୱ।

ଅତିରିକ୍ତ ଜିଲାପାଳ କହିଛନ୍ତି , ବରିଷ୍ଠ ନାଗରିକ ପରିବାର, ସମାଜର ମାର୍ଗଦର୍ଶକ। ପିଲାମାନଙ୍କ ପଥପ୍ରଦର୍ଶକ। ତାଙ୍କୁ ଯଥୋଚିତ ସମ୍ମାନ ଦେବା ଉଚିତ। ବୃଦ୍ଧାବସ୍ଥାରେ ତାଙ୍କୁ ସମ୍ମାନର ସହ ବଞ୍ଚିବାର ଅଧିକାର ରହିଛି। ବରିଷ୍ଠ ନାଗରିକ ଭରଣପୋଷଣ, ସେବା ଶୁଶ୍ରୁଷା ପାଇଁ ବିଭିନ୍ନ ଯୋଜନା କରିଛନ୍ତି। ସେମାନଙ୍କୁ ହଇରାଣ କରିଲେ ଆଇନରେ ଦଣ୍ଡ ବିଧାନ ମଧ୍ୟ ରହିଛି। ବରିଷ୍ଠ ନାଗରିକ ସେବା ଶୁଶ୍ରୁଷା କରିବା ପ୍ରତ୍ୟେକଙ୍କ ଦାୟିତ୍ୱ ଏବଂ କର୍ତ୍ତବ୍ୟ। ରାମାୟଣ ଓ ମହାଭାରରେ ମଧ୍ୟ ବରିଷ୍ଠଙ୍କ ମାର୍ଗଦର୍ଶନକୁ ସମ୍ମାନ, ପରାମର୍ଶ ନେବା ଦେଖିବାକୁ ମିଳେ। ପ୍ରତ୍ୟେକଙ୍କ ଯୁବାବସ୍ଥା ପରେ ବୃଦ୍ଧାବସ୍ଥା ଆସିବ। ଏ ବୟସରେ ସେମାନଙ୍କ ଉପଯୁକ୍ତ ସେବା, ଯତ୍ନ ନେବା ପ୍ରତ୍ୟେକଙ୍କ ନୈତିକ ଦାୟିତ୍ୱ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

ରାୟପୁର-ଭାଇଜାଗ୍‌ କରିଡର: ଓଡ଼ିଶା ସମେତ ୩ ରାଜ୍ୟରେ ଆଣିବ ବିକାଶର ଧାରା

ଭୁବନେଶ୍ୱର,୭ା୧୨: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଦ୍ୱାରା ନିର୍ମାଣାଧୀନ ୬-ଲେନ୍ ବିଶିଷ୍ଟ ରାୟପୁର–ବିଶାଖାପାଟଣା ଅର୍ଥନୈତିକ କରିଡର ଆଗାମୀ ଦିନରେ ଓଡ଼ିଶା ସମେତ ତିନୋଟି...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ବାରବାଟୀ T20: ମ୍ୟାଚ୍ ଦେଖବାକୁ ଆସୁଥିଲେ ଏସବୁ ସ୍ଥାନରେ କରନ୍ତୁ ପାର୍କିଂ

କଟକ,୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍ ବାରବାଟୀରେ ଆୟୋଜିତ ହେବାକୁ ଥିବା T20 ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଉଭୟ ଦଳକୁ କଡ଼ା...

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

୩୦ ବର୍ଷ ପରେ ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ, ଏହି ୪ରାଶିରେ ପଡିବ ଖରାପ ପ୍ରଭାବ, ଅଡୁଆରେ ପଡି ଫସିବେ…

ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ 2025, ଯାହା ଗ୍ରହମାନଙ୍କର ରାଜା ସୂର୍ଯ୍ୟଙ୍କ କନ୍ୟା ରାଶିରେ ପ୍ରବେଶ ସହିତ ଆରମ୍ଭ ହୋଇଥିଲା। ସୂର୍ଯ୍ୟ ବର୍ତ୍ତମାନ କନ୍ୟା ରାଶିରେ ଅଛନ୍ତି...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri