ବରୀ ନିର୍ବାଚନମଣ୍ଡଳୀରୁ ଯୋଗଦେବେ ୩୦୦୦କର୍ମୀ

ରସୁଲପୁର,୨୯।୨(ଡିଏନଏ): ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଜନ୍ମଦିବସ ୫ମାର୍ଚ୍ଚକୁ ପଞ୍ଚାୟତିରାଜ ଦିବସଭାବେ ପାଳନ କରାଯାଉଥିବାବେଳେ ଚଳିତବର୍ଷ ମଧ୍ୟ ବିଜୁ ଜନତା ଦଳ ପକ୍ଷରୁ ରାଜ୍ୟସ୍ତରୀୟ ବିଜୁଜୟନ୍ତୀ ଓ ପଞ୍ଚୟତିରାଜ ଦିବସ କଟକ ସହରରେ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ବରୀ ନିର୍ବାଚନ ମଣ୍ଡଳୀ ଅଧୀନ ୪୭ଟି ପଞ୍ଚାୟତରୁ ୩୦୦୦ ଛାମୁଆ କର୍ମୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ବରୀ ନିର୍ବାଚନ ମଣ୍ଡଳୀ ବିଧାୟିକା ସୁନନ୍ଦା ଦାସଙ୍କ ନେତୃତ୍ୱରେ ଅନେକ ସାଂଗଠନିକ କାର୍ଯ୍ୟକ୍ରମ ସଫଳତାର ରୂପ ନେଇଥିବାବେଳେ ଏବେ ପଞ୍ଚାୟତିରାଜ ଦିବସରେ ୩୦୦୦ କର୍ମୀଙ୍କୁ ପ୍ରତ୍ୟେକ ପଞ୍ଚାୟତରୁ ନେବା ପାଇଁ ପ୍ରସ୍ତୁତି ଚଳାଇଛନ୍ତି। ଯାହାକି ଉକ୍ତ କାର୍ଯ୍ୟକ୍ରମକୁ ସଫଳ କରିବାରେ ବରୀ ନିର୍ବାଚନ ମଣ୍ଡଳୀର ଅଂଶଗ୍ରହଣ ପ୍ରମୁଖ ଭୂମିକା ନେବାକୁ ଲକ୍ଷ୍ୟ ରଖିଛି ବୋଲି ବରୀ ବିଧାୟିକା ସୁନନ୍ଦା ଦାସ ପ୍ରକାଶ କରିଛନ୍ତି। ପ୍ରତି ପଞ୍ଚାୟତରୁ ଅନ୍ୟୁନ ୫୦ଜଣ କର୍ମୀ ଅଂଶଗ୍ରହଣ କରିବା ନେଇ ପ୍ରସ୍ତୁତି ଚଳାଇବାକୁ ପରାମର୍ଶ ଦିଆଯାଇଛି। ଏହିକ୍ରମରେ ଶୁକ୍ରବାର ଅପରାହ୍ନରେ ରସୁଲପୁର ବ୍ଲକ ୧୬ନଂ ଜାତୀୟ ରାଜପଥ ପାର୍ଶ୍ୱସ୍ଥ ଗୋପାଳପୁରସ୍ଥିତ ପୂର୍ତ୍ତ ବିଭାଗ ଡାକବଙ୍ଗଳାଠାରେ ଏକ ପ୍ରସ୍ତୁତି ବୈଠକ ବରୀର ବରିଷ୍ଠ ବିଜେଡି ନେତା ଦେବେନ୍ଦ୍ର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଧାୟିକା ଦାସ ଯୋଗଦେଇ ଏହି ବ୍ଲକରୁ ବରୀ ନିର୍ବାଚନ ମଣ୍ଡଳୀରେ ସାମିଲ ହୋଇଥିବା ୧୦ଟି ପଞ୍ଚାୟତରୁ ଜନପ୍ରତିନିଧି, ସଂଗଠନ, ଛାମୁଆ କର୍ମୀଙ୍କୁ ସମ୍ବୋଧିତ କରିଥିଲେ। ସରପଞ୍ଚ ପ୍ରଫୁଲ ସାହୁ, ସୂର୍ଯ୍ୟମଣି ବେହେରା, ଅଭିମନ୍ୟୁ ମହାଳିକ, ନାଏବ ସରପଞ୍ଚ କୈଳାସ ଚନ୍ଦ୍ର ସାହୁ, ପୂର୍ବତନ ସରପଞ୍ଚ ଅର୍ଜୁନ ଚରଣ ନାୟକ, ବେଣୁଧର ଦାସ, ଶିକ୍ଷାବିତ୍‌ ସନାତନ ବାରିକ ପ୍ରମୁଖ ଯୋଗଦେଇ ମତବ୍ୟକ୍ତ କରିଥିଲେ। ଏଥିସହ ବିଧାୟିକା ଦଳୀୟ ସାଂଗଠନିକ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିବା ସହ ଏ ଦିଗରେ ଭୋଟରଙ୍କ ସହାୟତା କାମନା କରିଥିଲେ।


All Right Reserved By Dharitri.Com

ଝଡ଼ତୋଫାନ, କୁଆପଥର ବର୍ଷା

ଆଠମଲ୍ଲିକ, ୪ା୩(ଡି.ଏନ.ଏ.) – ଅନୁଗୋଳ ଜିଲା ଆଠମଲ୍ଲିକ ସହରରେ ବୁଧବାର ଅପରାହ୍ନରେ ହଠାତ୍‌ ପ୍ରବଳ ବେଗରେ ପବନ ମାଡ଼ିଆସିବା ସହ କୁଆପଥର ବର୍ଷା ହୋଇ ବ୍ୟାପକ...

ଗାଧୋଇବା ବେଳେ ବ୍ରାହ୍ମଣୀରେ ବୁଡ଼ି ଯାଇଥିଲେ, ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ପରଜଙ୍ଗ,୨୪।୫(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ନବୋଦୟ ବିଦ୍ୟାଳୟ ନିକଟ ବ୍ରାହ୍ମଣୀ ନଦୀର ଘାଟରେ ଗୁରୁବାର ଅପରାହ୍ନରେ ବୁଡ଼ି ଯାଇ ନିଖୋଜ...

ପ୍ରତିଶ୍ରୁତି ପୂରଣ କଲାନି ଏସ୍‌ଆର୍‌ ଷ୍ଟିଲ୍‌ କମ୍ପାନୀ, ଅନଶନରେ ବସିଲେ ବଡକାଳୀମାଟି ଗ୍ରାମବାସୀ

ଚମ୍ପୁଆ ୧୮ା୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡର ଦୁବୁନାଠାରେ ଥିବା ଏସ୍‌ଆର୍‌ ଷ୍ଟିଲ୍‌ କମ୍ପାନୀ ଦେଇଥିବା ପ୍ରତିଶ୍ରୁତି ପୂରଣ ନ କରିବାରୁ ବଡକାଳୀମାଟି ଗ୍ରାମବାସୀ ଚମ୍ପୁଆ ଉପଜିଲାପାଳ...

୨ଲୁଟେରାଙ୍କୁ ଗୋଡ଼ାଇ ଧରିଲା ପୋଲିସ

ରସୁଲପୁର,୪ା୧୨(ଡି.ଏନ୍‌.ଏ.)- ରସୁଲପୁର ବ୍ଲକ ଅନ୍ତର୍ଗତ ବନ୍ଧଡିହ ପଞ୍ଚାୟତରେ ଦୁଇଜଣ ମହିଳାଙ୍କୁ ଟଙ୍କା ଲୁଟି ନେଇ ଫେରା ହୋଇଯାଉଥିବା ୨ଜଣ ଅଭିଯୁକ୍ତଙ୍କୁ ପୋଲିସ ଗୋଡ଼େଇ ଗୋଡ଼େଇ କୁଆଖିଆ...

କହ୍ନେଇପୁର ଗାଁ ରାସ୍ତା ଶୋଚନୀୟ

ଚିଲିକା,୧୦।୧୧(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବାଣପୁର ବ୍ଲକର କହ୍ନେଇପୁର ଗାଁ । ଏହି ଗାଁ ର ପୂର୍ବପଟରେ ରହିଛି ଜଗତି ପାହାଡ଼, ପଶ୍ଚିମରେ ୧୬ ନଂ ଜାତୀୟ...

ପୁରୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫ ଛୁଇଁଲା

ପୁରୀ ଅଫିସ, ୧୭।୫: ରାଜ୍ୟରେ କରୋନା ଆକ୍ରାନ୍ତ ହୁ ହୁ ହୋଇ ବୃଦ୍ଧି ପାଉଥିବା ବେଳେ ପୁରୀ ଜିଲାରେ ବି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି।...

ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତା: ଶୁଭମ୍‌, ଆଦିତ୍ୟ ଚାମ୍ପିୟନ

ବାଲେଶ୍ୱର ଅଫିସ,୨୪।୧୨-ବାଲେଶ୍ୱର ଏକ ଘରୋଇ ପବ୍ଲିକ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଥିବା ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାରେ ଫକୀରମୋହନ କନିଷ୍ଠ ମହାବିଦ୍ୟାଳୟର ଯୁକ୍ତ ୨ ପ୍ରଥମବର୍ଷ ବିଜ୍ଞାନ...

ଭିତ୍ତିଭୂମି ସୁଦୃଢ଼ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦାବି

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ଓଡ଼ିଶାରେ ୨ ଜଣଙ୍କ ଶରୀରରେ କରୋନା ପଜିଟିଭ୍‌ ଥିବା ଜଣାପଡିଲାଣି। ପ୍ରତିଦିନ ନମୁନା ପରୀକ୍ଷା କରାଯାଉଛି। ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ବୃଦ୍ଧି ପାଇବା ଆଶଙ୍କା...

Leave a comment

Your email address will not be published. Required fields are marked *