୧୯୩୩ଙ୍କୁ ମିଳିଛି ଶହେ ଦିନର କାମ

ଛେଣ୍ଡିପଦା,୨୫।୩(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ସଭାଗୃହରେ ବ୍ଲକସ୍ତରୀୟ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ଓ ଆବାସ ଯୋଜନା ୨୦୨୨-୨୩ ବର୍ଷର ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବିଡିଓ ତ୍ରିବିକ୍ରମ କୁମୁରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନଶୁଣାଣିରେ ଅନୁଗୋଳ ଅତିରିକ୍ତ ଜିଲାପାଳ (ରାଜସ୍ବ) ସନ୍ତୋଷ କୁମାର ପ୍ରଧାନ, ବ୍ଲକ ଅଧ୍ୟକ୍ଷା ସୁମିତ୍ରା ସାହୁ, ଉପଧ୍ୟକ୍ଷା ଝରଣା ସ୍ବାଇଁ, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ଶେଖର ସାହୁ, ସହକାରୀ ନିର୍ବାହୀ ଯନ୍ତ୍ରୀ ରଞ୍ଜନ କୁମାର ସେଠୀ ଓ ବ୍ଲକ ଏଫଇଓ ସାଗରିକା ସାହୁ ପ୍ରମୁଖ ଯୋଗଦେଇଥିଲେ। ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଜନଶୁଣାଣିର ଆଭିମୁଖ୍ୟ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ଏହାପରେ ସହକାରୀ କାର୍ଯ୍ୟକ୍ରମ ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲାପାଳ ସନ୍ତୋଷ କୁମାର ପ୍ରଧାନ ୨୦୨୨-୨୩ ଆର୍ଥିକ ବର୍ଷର କାର୍ଯ୍ୟ କରାଯାଇଥିବା ବିଭିନ୍ନ ପ୍ରକଳ୍ପର ବ୍ୟୟ ଅଟକଳ ଉପସ୍ଥାପନା କରିବା ସହିତ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ର ସମୀକ୍ଷା କରିଥିଲେ। ୨୦୨୨-୨୩ଆର୍ଥିକ ବର୍ଷରେ ୨୫ କୋଟି ୮୮ ଲକ୍ଷ ୧୯ ହଜାର ଟଙ୍କା ଖର୍ଚ୍ଚ ହୋଇଛି। ୧ ହଜାର ୯୩୩ ଜଣଙ୍କୁ ୧୦୦ ଦିନର କାମ ଯୋଗାଇ ଦିଆଯାଇଛି। ୯ ଲକ୍ଷ ୭୬ ହଜାର ୪୦ ଜଣଙ୍କୁ ଗତ ଆର୍ଥିକ ବର୍ଷରେ କାମ ଯୋଗାଇ ଦିଆଯାଇଛି। ୩୪ଟି ପଞ୍ଚାୟତରେ ୧୪ କୋଟି ୬୮ ଲକ୍ଷ ୬୫ ହଜାର ଟଙ୍କା ଖର୍ଚ୍ଚ ହୋଇଥିବା ବେଳେ ଛେଣ୍ଡିପଦା ପଞ୍ଚାୟତ ସମିତି ପକ୍ଷରୁ ବିଭିନ୍ନ ପଞ୍ଚାୟତରେ ୪ କୋଟି ୪୭ ଲକ୍ଷ ୪୬ ହଜାର ଟଙ୍କା, ବନବିଭାଗ ପକ୍ଷରୁ ୬୫ ଲକ୍ଷ, ୱାଟର ସେଡ୍‌ ବିଭାଗ ପକ୍ଷରୁ ୫ କୋଟି ୬୩ ଲକ୍ଷ ୯୩ ହଜାର ଟଙ୍କା ଖର୍ଚ୍ଚ କରାଯାଇଛି। ତେବେ ପାତ୍ରପଡା ଓ ଟାଙ୍ଗିର ପଞ୍ଚାୟତରେ ୱାଟର ଶେଡ୍‌ ପକ୍ଷରୁ କୌଣସି କାଗଜପତ୍ର ପଇଠ କରାଯାଇ ନ ଥିବାରୁ ଶିବିରରେ ଅତିରିକ୍ତ ଜିଲାପାଳ ପ୍ରଧାନ ଅସନ୍ତୋଷ ପ୍ରକାଶ କରିଥିଲେ। ଏହି ଜନଶୁଣାଣିରେ ବ୍ଲକର ୩୪ଟି ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ, ଜିଲା ପରିଷଦ ସଦସ୍ୟ, ପଞ୍ଚାୟତ ନିର୍ବାହୀ ଅଧିକାରୀ, ଗ୍ରାମ ରୋଜଗାର ସେବକ, ସାମାଜିକ ସୁରକ୍ଷା ବିଭାଗ, ବନ ବିଭାଗ, ଉଦ୍ୟାନ ବିଭାଗ, ଜଳଛାୟା ପ୍ରକଳ୍ପ ବିଭାଗୀୟ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri