୧୯୩୩ଙ୍କୁ ମିଳିଛି ଶହେ ଦିନର କାମ

ଛେଣ୍ଡିପଦା,୨୫।୩(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ସଭାଗୃହରେ ବ୍ଲକସ୍ତରୀୟ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ଓ ଆବାସ ଯୋଜନା ୨୦୨୨-୨୩ ବର୍ଷର ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବିଡିଓ ତ୍ରିବିକ୍ରମ କୁମୁରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନଶୁଣାଣିରେ ଅନୁଗୋଳ ଅତିରିକ୍ତ ଜିଲାପାଳ (ରାଜସ୍ବ) ସନ୍ତୋଷ କୁମାର ପ୍ରଧାନ, ବ୍ଲକ ଅଧ୍ୟକ୍ଷା ସୁମିତ୍ରା ସାହୁ, ଉପଧ୍ୟକ୍ଷା ଝରଣା ସ୍ବାଇଁ, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ଶେଖର ସାହୁ, ସହକାରୀ ନିର୍ବାହୀ ଯନ୍ତ୍ରୀ ରଞ୍ଜନ କୁମାର ସେଠୀ ଓ ବ୍ଲକ ଏଫଇଓ ସାଗରିକା ସାହୁ ପ୍ରମୁଖ ଯୋଗଦେଇଥିଲେ। ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଜନଶୁଣାଣିର ଆଭିମୁଖ୍ୟ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ଏହାପରେ ସହକାରୀ କାର୍ଯ୍ୟକ୍ରମ ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲାପାଳ ସନ୍ତୋଷ କୁମାର ପ୍ରଧାନ ୨୦୨୨-୨୩ ଆର୍ଥିକ ବର୍ଷର କାର୍ଯ୍ୟ କରାଯାଇଥିବା ବିଭିନ୍ନ ପ୍ରକଳ୍ପର ବ୍ୟୟ ଅଟକଳ ଉପସ୍ଥାପନା କରିବା ସହିତ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ର ସମୀକ୍ଷା କରିଥିଲେ। ୨୦୨୨-୨୩ଆର୍ଥିକ ବର୍ଷରେ ୨୫ କୋଟି ୮୮ ଲକ୍ଷ ୧୯ ହଜାର ଟଙ୍କା ଖର୍ଚ୍ଚ ହୋଇଛି। ୧ ହଜାର ୯୩୩ ଜଣଙ୍କୁ ୧୦୦ ଦିନର କାମ ଯୋଗାଇ ଦିଆଯାଇଛି। ୯ ଲକ୍ଷ ୭୬ ହଜାର ୪୦ ଜଣଙ୍କୁ ଗତ ଆର୍ଥିକ ବର୍ଷରେ କାମ ଯୋଗାଇ ଦିଆଯାଇଛି। ୩୪ଟି ପଞ୍ଚାୟତରେ ୧୪ କୋଟି ୬୮ ଲକ୍ଷ ୬୫ ହଜାର ଟଙ୍କା ଖର୍ଚ୍ଚ ହୋଇଥିବା ବେଳେ ଛେଣ୍ଡିପଦା ପଞ୍ଚାୟତ ସମିତି ପକ୍ଷରୁ ବିଭିନ୍ନ ପଞ୍ଚାୟତରେ ୪ କୋଟି ୪୭ ଲକ୍ଷ ୪୬ ହଜାର ଟଙ୍କା, ବନବିଭାଗ ପକ୍ଷରୁ ୬୫ ଲକ୍ଷ, ୱାଟର ସେଡ୍‌ ବିଭାଗ ପକ୍ଷରୁ ୫ କୋଟି ୬୩ ଲକ୍ଷ ୯୩ ହଜାର ଟଙ୍କା ଖର୍ଚ୍ଚ କରାଯାଇଛି। ତେବେ ପାତ୍ରପଡା ଓ ଟାଙ୍ଗିର ପଞ୍ଚାୟତରେ ୱାଟର ଶେଡ୍‌ ପକ୍ଷରୁ କୌଣସି କାଗଜପତ୍ର ପଇଠ କରାଯାଇ ନ ଥିବାରୁ ଶିବିରରେ ଅତିରିକ୍ତ ଜିଲାପାଳ ପ୍ରଧାନ ଅସନ୍ତୋଷ ପ୍ରକାଶ କରିଥିଲେ। ଏହି ଜନଶୁଣାଣିରେ ବ୍ଲକର ୩୪ଟି ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ, ଜିଲା ପରିଷଦ ସଦସ୍ୟ, ପଞ୍ଚାୟତ ନିର୍ବାହୀ ଅଧିକାରୀ, ଗ୍ରାମ ରୋଜଗାର ସେବକ, ସାମାଜିକ ସୁରକ୍ଷା ବିଭାଗ, ବନ ବିଭାଗ, ଉଦ୍ୟାନ ବିଭାଗ, ଜଳଛାୟା ପ୍ରକଳ୍ପ ବିଭାଗୀୟ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri