କୁଲଡ଼ିହା ହାତୀ ମୃତ୍ୟୁ ଘଟଣା: ଫରେଷ୍ଟର, ଗାର୍ଡ଼ ନିଲମ୍ବିତ

ସଜନାଗଡ଼, ୭।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡର କୁଲଡ଼ିହା ଅଭୟାରଣ୍ୟରେ ଗତ ୫ତାରିଖରେ ଏକ ଦନ୍ତାହାତୀର ମୃତଦେହ ମିଳିଥିଲା। ହାତୀର ମୃତ୍ୟୁକୁ ନେଇ ବନବିଭାଗ କୌଣସି ଟେର୍‌ ନ ପାଇବାରୁ ସାଧାରଣରେ ଅସନ୍ତୋଷ ଦେଖାଦେଇଥିଲା। ଏହି ପରିପ୍ରେକ୍ଷୀରେ ବନବିଭାଗର ଡିଏଫ୍‌ଓ ବିଶ୍ୱରାଜ ପଣ୍ଡା ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। କୁଲଡ଼ିହାର ଫରେଷ୍ଟର କିଶୋର ଭୂୟାଁ ଓ ଗାର୍ଡ଼ ଲାଲମୋହନ ସିଂଙ୍କୁ ନିଲମ୍ବନ କରାଯାଇଛି। ଏହାସହ କୁଲଡ଼ିହାର ଏସିଏଫ୍‌ଓ ଲକ୍ଷ୍ମଣ ପ୍ରଧାନଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି। କୁଲଡ଼ିହାରେ ରାତ୍ରି ପାଟ୍ରୋଲିଂ ବ୍ୟବସ୍ଥାକୁ କଡାକଡି କରାଯିବ ବୋଲି ଡିଏଫ୍‌ଓ ପଣ୍ଡା ସୂଚନା ଦେଇଛନ୍ତି।
ଗତ ୫ତାରିଖରେ କୁଲଡ଼ିହା ବନବିଭାଗର କର୍ମଚାରୀ ଅଭୟାରଣ୍ୟ ଭିତର ଭାଲୁବସା ନିକଟରେ ଏକ ହାତୀର ମୃତଦେହ ଉଦ୍ଧାର କରିଥିଲେ। ବନବିଭାଗର ସୂଚନାନୁସାରେ ଉଦ୍ଧାର ହାତୀର ଦୁଇଟିଯାକ ଦାନ୍ତ ନ ଥିବାବେଳେ ଦୁଇ ତିନି ଦିନ ପୂର୍ବରୁ ତା’ର ମୃତ୍ୟୁ ହୋଇଥିଲା। ଏହାପରେ ବନବିଭାଗର ଉଚ୍ଚପଦସ୍ଥ କର୍ମଚାରୀମାନେ ହାତୀ ମୃତ୍ୟୁକୁ ନେଇ ତଦନ୍ତ ଆରମ୍ଭ କରିଥିଲେ। ପରେ ପ୍ରାଣୀ ଚିକିତ୍ସାଧିକାରୀଙ୍କ ଉପସ୍ଥିତିରେ ମୃତ ହାତୀର ଶବ ବ୍ୟବଚ୍ଛେଦ କରାଯାଇ ପୋତି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଲୁଟ୍, ସିସିଟିଭିରେ କଏଦ ହେଲା ଘଟଣା

ବସ୍ତା, ୪।୭ (ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା  ବସ୍ତା ଥାନା ଅନ୍ତର୍ଗତ ଦରଡାସ୍ଥିତ ଏକ ପେଟ୍ରୋଲ ପମ୍ପରୁ ବନ୍ଧୁକ ଦେଖାଇ ଲୁଟ୍ ହୋଇଥିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ…

ପେଟ୍ରୋଲ ପମ୍ପରେ ବନ୍ଧୁକ ଦେଖାଇ ଲୁଟ୍‌

ବାଲେଶ୍ୱର, ୪।୭( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଗାନ୍ଧୀ ଛକ – ବାଲିଆପାଳ ରାସ୍ତାର ଦରଡା ପେଟ୍ରୋଲ ପମ୍ପରୁ ଶୁକ୍ରବାର ବିଳମ୍ୱିତ ରାତିରେ…

ଋଣ ଟଙ୍କା ଦେଉନ, ଆତ୍ମହତ୍ୟା କରିବି: ବିଷ ବୋତଲ ଧରି ବ୍ୟାଙ୍କ ମ୍ୟାନଜର୍‌ଙ୍କ ଆଗରେ…

ଭୋଗରାଇ,୪ା୭(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଚନ୍ଦନେଶ୍ୱର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବ୍ୟାଙ୍କ ମ୍ୟାନେଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri