ଦେଶରେ ୧୯୬ଜଣ ଡାକ୍ତରଙ୍କ ଜୀବନ ନେଲାଣି କରୋନା

ନୂଆଦିଲ୍ଲୀ, ୮।୮: କରୋନା ମହାମାରୀ ଏପର୍ଯ୍ୟନ୍ତ ଭାରତରେ ୧୯୬ ଜଣ ଡାକ୍ତରଙ୍କ ଜୀବନ ନେଇସାରିଲାଣି। ସେମାନଙ୍କ ମଧ୍ୟରୁ ଅଧିକାଂଶ ସାଧାରଣ ଚିକିତ୍ସକ। ଇଣ୍ଡିଆନ ମେଡିକାଲ ଆସୋସିଏଶନ (ଆଇଏମ୍‌ଏସ୍‌) ପକ୍ଷରୁ ଶନିବାର ଏହି ସୂଚନା ଦିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଥିପ୍ରତି ବିଶେଷ ଧ୍ୟାନ ଦେବାକୁ ଆଇଏମ୍‌ଏସ୍‌ ପକ୍ଷରୁ ଏହି ଅବସରରେ ନିବେଦନ କରାଯାଇଛି।
ସଂକ୍ରମିତ ଡାକ୍ତରଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଅନେକ ଡାକ୍ତର ପ୍ରତିଦିନ ପ୍ରାଣ ହରାଉଛନ୍ତି। କରୋନା ବିରୋଧୀ ଯୁଦ୍ଧରେ ଜୀବନକୁ ବିପଦରେ ପକାଇ ସେବା ଯୋଗାଇ ଆସୁଥିବା ଡାକ୍ତରଙ୍କ ସୁରକ୍ଷାକୁ ନେଇ ଆଇଏମ୍‌ଏସ୍‌ ଉଦ୍‌ବେଗ ପ୍ରକାଶ କରିଛି। ଆଇଏମ୍‌ଏସ୍‌ ପକ୍ଷରୁ ସଂଗୃହୀତ ତଥ୍ୟ ଅନୁଯାୟୀ ୭ ଅଗଷ୍ଟ ସୁଦ୍ଧା କରୋନା ଲାଗି ଦେଶ ୧୯୬ ଜଣ ଡାକ୍ତରଙ୍କୁ ହରାଇଛି। ସେମାନଙ୍କ ମଧ୍ୟରୁ ୧୭୦ ଜଣଙ୍କ ବୟସ ୫୦ ବର୍ଷରୁ ଊର୍ଦ୍ଧ୍ୱ ଥିବା ଜଣାପଡ଼ିଛି। ସେହିଭଳି ପ୍ରାଣ ହରାଇଥିବା ଡାକ୍ତରଙ୍କ ମଧ୍ୟରୁ ୪୦ ପ୍ରତିଶତ ସାଧାରଣ ଚିକିତ୍ସକ ଥିଲେ। ଯେହେତୁ ଅଧିକାଂଶ ଲୋକ ଜ୍ୱର କିମ୍ବା ଥଣ୍ଡା ହେଲାପରେ ସାଧାରଣ ଚିକିତ୍ସକଙ୍କ ନିକଟକୁ ଯାଇଥାନ୍ତି ତେଣୁ ସେମାନେ ହିଁ ସର୍ବପ୍ରଥମେ ସଂକ୍ରମଣର ଶିକାର ହୋଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?