ରାଜ୍ୟରେ ୧୯୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୧୯୭ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୨ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୪୮ ହଜାର ୮୮୦ ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯୪ ଆକ୍ରାନ୍ତ ଥିବା ବେଳେ ବାଲେଶ୍ୱରରୁ ୨, ବରଗଡରୁ ୧, ଭଦ୍ରକରୁ ୩, କଟକରୁ ୬, ଦେବଗଡରୁ ୩, ଢେଙ୍କାନାଳରୁ ୪, ଗଞାମରୁ ୧, ଜଗତସିଂହପୁରରୁ ୨, ଯାଜପୁରରୁ ୮, ଝାରସୁଗୁଡାରୁ ୫, କେନ୍ଦ୍ରାପଡାରୁ ୨, କେନ୍ଦୁଝରରୁ ୧ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି ମୟୂରଭଞ୍ଜରୁ ୯, ନବରଙ୍ଗପୁରରୁ ୨, ନୟାଗଡରୁ ୩, ରାୟଗଡାରୁ ୧, ସମ୍ବଲପୁରରୁ ୧୬, ସୁନ୍ଦରଗଡରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୨୨ ଅଛନ୍ତି।