ରାଜ୍ୟରେ ଖାଦ୍ୟଶସ୍ୟ ଉତ୍ପାଦନ ବୃଦ୍ଧିପାଉଛି : ମନ୍ତ୍ରୀ

ଭୁବନେଶ୍ୱର, ୮।୩(ବ୍ୟୁରୋ): ଓଡ଼ିଶା ଗତ ୧୦୦ ବର୍ଷରେ ଛୋଟବଡ଼ ୧୩୫ଥର ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କରିଛି। ଗତ ୨୦ବର୍ଷ ମଧ୍ୟରେ ରାଜ୍ୟ ୩୨ଥର ବନ୍ୟା, ବାତ୍ୟା, ମରୁଡ଼ି ଏବଂ ରୋଗପୋକ ଆକ୍ରମଣର ଶିକାର ହୋଇଛି। ତେବେ ରାଜ୍ୟ ସରକାରଙ୍କ ଦ୍ୱାରା ସମୟୋଚିତ ପଦକ୍ଷେପ ଏବଂ କୃଷକଙ୍କ କଠିନ ପରିଶ୍ରମ ଫଳରେ ରାଜ୍ୟରେ ଖାଦ୍ୟଶସ୍ୟ ଉତ୍ପାଦନ କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଶନିବାର ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି) ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ କୃଷକ ମେଳା-୨୦୨୦କୁ ଉଦ୍‌ଘାଟନ କରି କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ଅରୁଣ କୁମାର ସାହୁ ଏହା କହିଛନ୍ତି।

ସେ କହିଲେ, ଧାନ ଉତ୍ପାଦନରେ ଓଡ଼ିଶା ବଳକା ରାଜ୍ୟରେ ପରିଣତ ହୋଇଥିବାବେଳେ ଡାଲି, ତୈଳବୀଜ ଓ ପନିପରିବା ଆଦିର ଉତ୍ପାଦନ ବୃଦ୍ଧି ପାଇଛି। ଓୟୁଏଟି ବୈଜ୍ଞାନିକଙ୍କ ଗବେଷଣାଲବ୍ଧ ଜ୍ଞାନକୌଶଳକୁ ଉପଯୋଗ କରି କ୍ଷୁଦ୍ର ଓ ନାମମାତ୍ର କୃଷକଙ୍କ ଆୟ ବୃଦ୍ଧି କରାଯାଇପାରିବ। ସାମ୍ପ୍ରତିକ ସମୟରେ ଜଳବାୟୁ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ବିଶ୍ୱବିଦ୍ୟାଳୟ ପକ୍ଷରୁ କୃଷି କୌଶଳର ବିକାଶ କରାଯିବା ଆବଶ୍ୟକ। ରାଜ୍ୟ ସରକାର ଓୟୁଏଟିର ସାମଗ୍ରିକ ଉନ୍ନତି ନିମନ୍ତେ ପଦକ୍ଷେପ ଗ୍ରହଣ କରିଥିବାବେଳେ ଏହାକୁ ଏକ ଉତ୍କର୍ଷ ବିଶ୍ୱବିଦ୍ୟାଳୟରେ ପରିଣତ କରିବା ପାଇଁ ମନ୍ତ୍ରୀ ଆହ୍ବାନ ଦେଇଥିଲେ। ଏହି ଅବସରରେ ମନ୍ତ୍ରୀ ବିକଶିତ ଜ୍ଞାନକୌଶଳକୁ ଚାଷୀଙ୍କ ନିକଟରେ ସୁଲଭ ମୂଲ୍ୟରେ ଓ ଠିକଣା ସମୟରେ ପହଞ୍ଚାଇବା ପାଇଁ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରସ୍ତୁତ କରାଯାଇଥିବା ‘କଳିଙ୍ଗ ବ୍ରାଣ୍ଡ’ର ଶୁଭ ଉଦ୍‌ଘାଟନ କରିଥିଲେ। ଏଥିସହିତ ବହୁ ପୁସ୍ତକ ଓ ପତ୍ରପତ୍ରିକାକୁ ମନ୍ତ୍ରୀ ଉନ୍ମୋଚନ କରିଥିଲେ।

ଉତ୍ସବରେ ବିଶ୍ୱବିଦ୍ୟାଳୟ କୁଳପତି ଡ. ପବନ କୁମାର ଅଗ୍ରୱାଲ ଅଧ୍ୟକ୍ଷତା କରି କହିଲେ, ବିଶ୍ୱବିଦ୍ୟାଳୟ ପକ୍ଷରୁ କୃଷକ ମେଳାର ଆୟୋଜନ ଓଡ଼ିଶାର ଚାଷୀଙ୍କୁ ନିଶ୍ଚିତ ରୂପେ ଉତ୍ସାହିତ କରିବ। ଏଣିକି ପ୍ରତିବର୍ଷ ଦୁଇଥର କୃଷକ ମେଳାର ଆୟୋଜନ କରାଯିବାକୁ ଯୋଜନା ହେଉଛି। ଏହି ଅବସରରେ ଓଡ଼ିଶା ତଥା ପଶ୍ଚିମବଙ୍ଗରୁ ଆସିଥିବା ସଫଳ ଚାଷୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସମ୍ପ୍ରସାରଣ ଶିକ୍ଷା ନିର୍ଦ୍ଦେଶାଳୟର ଅଧ୍ୟକ୍ଷ ପ୍ରଫେସର ଲଳିତ ମୋହନ ଗଡ଼ନାୟକ ସ୍ବାଗତ ଭାଷଣ ଓ କୃଷି ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର କୁମ୍ଭକର୍ଣ୍ଣ ରାଉତ ଧନ୍ୟବାଦ ଦେଇଥିଲେ। ପରେ କୃଷି-ବୈଜ୍ଞାନିକ ଆଲୋଚନାଚକ୍ର ଓ ଫସଲ କିସମ ସୁରକ୍ଷା ଏବଂ କୃଷକଙ୍କ ଅଧିକାର ସମ୍ପର୍କରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଥିଲା। ଏଥିସହିତ ଅଭିନବ କୃଷିକୌଶଳ ଏବଂ ବିଭିନ୍ନ ଫସଲର ଦେଶୀୟ କିସମ ଉପରେ ଏକ କୃଷି ପ୍ରଦର୍ଶନୀର ଆୟୋଜନ କରାଯାଇଥିଲା। କୃଷକ ମେଳାରେ ଓଡ଼ିଶା ଓ ପଶ୍ଚିମବଙ୍ଗରୁ ଶତାଧିକ କୃଷକ, ବୈଜ୍ଞାନିକ ଓ ବିଶେଷଜ୍ଞମାନେ ଯୋଗଦେଇଥିଲେ ା


All Right Reserved By Dharitri.Com

ଜିଲା ଚିଠି: ଗଜପତିରେ ଆରଟିଓ ସେବା ବିପର୍ଯ୍ୟସ୍ତ, ଦୌଡି ଦୌଡି ନିରାଶ ହେଉଛନ୍ତି ଜିଲାବାସୀ

୧୯୯୨ ମସିହା, ଅବିଭକ୍ତ ଗଞ୍ଜାମ ଜିଲାରୁ ପୃଥକ୍‌ ହୋଇ ସ୍ବତନ୍ତ୍ର ଜିଲାର ମାନ୍ୟତା ପାଇଥିଲା ଗଜପତି। ଏହାର ୧୧ ବର୍ଷ ପରେ ଅର୍ଥାତ୍‌ ୨୦୦୩ରେ ଜିଲାର...

ସୁନ୍ଦର ହେବ ବ୍ରହ୍ମପୁର: ପୋଷ୍ଟର୍‌ ଚିରା ଅଭିଯାନରେ ସାମିଲ ହୋଇ ଜିଲାପାଳ କହିଲେ ‘ଜନଭାଗିତା ଦ୍ୱାରା ପରିବର୍ତ୍ତନ ସମ୍ଭବ’

ବ୍ରହ୍ମପୁର ଅଫିସ୍‌, ୨୮।୭: ଗଞ୍ଜାମ ଜିଲା ବ୍ରହ୍ମପୁର ସହରକୁ ସୁନ୍ଦର କରିବା ପାଇଁ ସରକାରୀସ୍ତରରେ ପ୍ରୟାସ ଚାଲିଛି । ଏଥିରେ ସହରର ବୁଦ୍ଧିଜୀବୀ ଏବଂ ବିଭିନ୍ନ...

ସହକାରୀ ଯନ୍ତ୍ରୀଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ

ବରଗଡ଼ ଅଫିସ, ୧୬।୧୧: ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶନିବାର ସକାଳୁ ବରଗଡ଼ ଉଠା ଜଳସେଚନ ବିଭାଗରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀଙ୍କ ବାସଭବନରେ ଭିଜିଲାନ୍ସ...

ମାନବିକତା ଭୁଲିଗଲେ ପୁଅବୋହୂ: ପାଇଖାନା ଘରେ ରହୁଛନ୍ତି ୮୨ ବର୍ଷର ମା’

ଗୋପ, ୩।୮(ଡି.ଏନ୍‌.ଏ.): ଦଶମାସ ୧୦ ଦିନ ଗର୍ଭରେ ଧରି ସନ୍ତାନଙ୍କୁ ଜନ୍ମ ଦେଇଥିବା ବୃଦ୍ଧା ମା’ ଆଜି ପାଇଖାନା ଘରେ। ନିଜର ୪ ପୁଅବୋହୂ ଥିବାବେଳେ...

ବସ-ଟ୍ରକ୍‌ ଦୁର୍ଘଟଣା : ୧୫ ଆହତ, ଗୁରୁତରଙ୍କୁ କଟକ ମେଡିକାଲ ସ୍ଥାନାନ୍ତର

ଚୌଦ୍ୱାର,୨୭।୧୦(ଡି.ଏନ୍‌.ଏ.): କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥର ବ୍ୟାଙ୍କଛକଠାରେ ବସ୍‌-ଟ୍ରକ୍‌ ଧକ୍କାରେ ୧୫ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ...

ସ୍ମିତାରାଣୀ ମୃତ୍ୟୁ ପ୍ରସଙ୍ଗ : ‘ଶାସକ ଦଳ ନେତାଙ୍କୁ ବଞ୍ଚାଇବାକୁ ଆତ୍ମହତ୍ୟା ରୂପ ଦିଆଯାଉଛି’

ଭୁବନେଶ୍ୱର,୧।୧୧(ବ୍ୟୁରୋ) : ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ ସରକାରଙ୍କ ଉପରେ କଂଗ୍ରେସ...

କର୍ତ୍ତୃପକ୍ଷଙ୍କ ଖାମଖିଆଲ ମନୋଭାବ: ଗୋପ ବ୍ଲକରୁ ଫେରିବ ୬୧୧ ଆବାସ ଗୃହ

ଗୋପ, ୧୦।୯(ଡି.ଏନ୍‌.ଏ.)-ଗୋପ ବ୍ଲକ କର୍ତ୍ତୃପକ୍ଷଙ୍କ ଖାମଖିଆଲ ମନୋଭାବ ଯୋଗୁ ଆବାସ ଗୃହ ଫେରିଯିବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ଆବାସ ଯୋଜନା ଗୃହ ପାଇଁ ବ୍ଲକ୍‌...

ନୂଆ ମୋଟର ଯାନ ଆଇନ: ଆଜିଠୁ କଡ଼ାକଡ଼ି ଯାଞ୍ଚ, ଖସିପାରିବେନି ଉଲ୍ଲଂଘନକାରୀ

ଭୁବନେଶ୍ୱର,୧ା୧୨(ବ୍ୟୁରୋ): ରବିବାରଠାରୁ ରାଜ୍ୟରେ କଡ଼ାକଡ଼ି ଲାଗୁହେବ ନୂଆ ମୋଟର ଯାନ ଆଇନ। କେବଳ ଗାଡ଼ି କାଗଜପତ୍ର ଯାଞ୍ଚକୁ ୩ ମାସ କୋହଳ କରାଯାଇଥିବାବେଳେ ଅନ୍ୟ ୧୦...

Leave a comment

Your email address will not be published. Required fields are marked *