Posted inଖେଳ

କୁସ୍ତିଯୋଦ୍ଧାଙ୍କୁ ୧୯୮୩ ବିଶ୍ୱକପ୍‌ ବିଜୟୀଙ୍କ ସମର୍ଥନ

ନୂଆଦିଲ୍ଲୀ, ୩ା୬(ପି.ଟି.): ବିକ୍ଷୋଭ ପ୍ରଦର୍ଶନକାରୀ କୁସ୍ତିଯୋଦ୍ଧାମାନଙ୍କୁ ୧୯୮୩ କ୍ରିକେଟ ବିଶ୍ୱକପ୍‌ ବିଜୟୀ ଦଳର ସଦସ୍ୟମାନେ ସମର୍ଥନ ଜ୍ଞାପନ କରିଛନ୍ତି। ଖେଳାଳିମାନଙ୍କ ବିଷୟ ଶୁଣାଯିବ ଏବଂ ସମାଧାନ କରାଯିବ ବୋଲି ସେମାନେ ଆଶା କରିଛନ୍ତିି। ତେଣୁ ତରବରିଆ ଭାବେ କୌଣସି ନିଷ୍ପତ୍ତି ନ ନେବା ଲାଗି ପରାମର୍ଶ ଦେଇଛନ୍ତି। ୧୯୮୩ ବିଶ୍ୱକପ୍‌ ବିଜୟୀ ଦଳର ସଦସ୍ୟମାନେ ଏକ ମିଳିତ ବିବୃତିରେ କହିିଛନ୍ତି, କୁସ୍ତିଯୋଦ୍ଧାଙ୍କ ଉପରେ ପୋଲିସର ବଳ ପ୍ରୟୋଗ ଦୃଶ୍ୟ ସେମାନଙ୍କୁ ବ୍ୟଥିତ ଓ ବିବ୍ରତ କରିଛି। କିନ୍ତୁ ଦେଶର ଆଇନ ବ୍ୟବସ୍ଥା ଉପରେ ସେମାନଙ୍କର ଭରସା ରହିଛି। ମହିଳା କୁସ୍ତିଯୋଦ୍ଧାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗରେ ଭାରତ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ମୁଖ୍ୟ ବ୍ରିଜ୍‌ ଭୂଷଣ ଶରଣ ସିଂଙ୍କୁ ଗିରଫ କରିବା ଲାଗି ଭିନେଶ ଫୋଗତ, ସାକ୍ଷୀ ମଲିକ ଓ ବଜରଙ୍ଗ ପୁନିଆ ସମେତ ବହୁ କୁସ୍ତିଯୋଦ୍ଧା ଦାବିକରି ଆସୁଛନ୍ତି। ଗତ ମେ’ ୩୦ରେ ସେମାନେ ସମର୍ଥକମାନଙ୍କ ସହ ହରିଦ୍ୱାରରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ତୁରନ୍ତ ଦାବି ପୂରଣ ନ ହେଲେ ସେମାନେ ପବିତ୍ର ଗଙ୍ଗା ନଦୀରେ ସେମାନଙ୍କ ପଦକକୁ ବିସର୍ଜନ କରିଦେବେ ବେଲେି ଧମକ ଦେଇଥିଲେ। ସୂଚନାଯୋଗ୍ୟ, ଗତ ମେ’ ୨୮ରେ ଆନ୍ଦୋଳନକାରୀ କୁସ୍ତିଯୋଦ୍ଧାମାନେ ନୂଆ ପାର୍ଲାମେଣ୍ଟ ଭବନ ଆଡକୁ ଅଗ୍ରସର ହେଉଥିବା ବେଳେ ଆଇନ ଶୃଙ୍ଖଳା ଭଙ୍ଗ ଅଭିଯୋଗରେ ପୋଲିସ ସେମାନଙ୍କୁ ଗିରଫ କରି ଅଟକ ରଖିଥିଲା। କେବଳ ସେତିକି ନୁହେଁ ପୋଲିସ ଯନ୍ତରମନ୍ତରସ୍ଥିତ କୁସ୍ତିଯୋଦ୍ଧାଙ୍କ ଧାରଣାସ୍ଥଳକୁ ଯାଇ ସେମାନଙ୍କ ଜନିଷପତ୍ରକୁ ହଟାଇ ଦେଇଥିଲା। କୁସ୍ତିଯୋଦ୍ଧାମାନଙ୍କୁ ଆଉ ଧାରଣାରେ ବସିବାକୁ ଦିଆଯିବ ନାହିଁ ବୋଲି ପୋଲିସ ପକ୍ଷରୁ ସୂଚାଇ ଦିଆଯାଇଥିଲା। କୁସ୍ତିଯୋଦ୍ଧାଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି। ବହୁ ବର୍ଷର କଠିନ ପରିଶ୍ରମ ଓ ଅଧ୍ୟବସାୟ ଯୋଗୁ ପଦକ ହାସଲ କରାଯାଇପାରିଛି। ଏହି ପଦକଗୁଡ଼ିକ କେବଳ ଆମର ବ୍ୟକ୍ତିଗତ ନୁହେଁ, ବରଂ ଦେଶ ପାଇଁ ଗର୍ବ ଓ ଖୁସିର ବିଷୟ ବୋଲି କୁହାଯାଇଛି। କପିଳ ଦେବଙ୍କ ନେତୃତ୍ୱରେ ଭାରତୀୟ କ୍ରିକେଟ ଦଳ କ୍ଳାଇଭ୍‌ ଲୟଡଙ୍କ ନେତୃତ୍ୱାଧୀନ ଶକ୍ତିଶାଳୀ ଓ୍ବେଷ୍ଟଇଣ୍ଡିଜକୁ ପରାସ୍ତ କରି ବିଶ୍ୱକପ୍‌ ଟ୍ରଫି ହାସଲ କରିଥିଲା। ଏହା ୧୯୮୩ ବିଶ୍ୱକପ୍‌ ବିଜୟୀ ଦଳର ସମସ୍ତ ସଦସ୍ୟଙ୍କ ମିଳିତ ବିବୃତି ବୋଲି କପିଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri