Posted inଜାତୀୟ

୧୯୮୪ ଶିଖ୍‌ବିରୋଧୀ ଦଙ୍ଗା ମାମଲା : ଟାଇଟଲରଙ୍କ ସ୍ବର ନମୁନା ସଂଗ୍ରହ କଲା ସିବିଆଇ

ନୂଆଦିଲ୍ଲୀ , ୧୧ା୪: ୧୯୮୪ରେ ଦିଲ୍ଲୀ ଶିଖ୍‌ ବିରୋଧୀ ଦଙ୍ଗା ମାମଲାରେ ସିବିଆଇ ମଙ୍ଗଳବାର କଂଗ୍ରେସ ନେତା ଜଗଦୀଶ ଟାଇଟଲରଙ୍କ ସ୍ବର ନମୁନା ସଂଗ୍ରହ କରିଛି। ସିବିଆଇ ଉକ୍ତ ମାମଲାରେ ୩ଟି କ୍ଲୋଜର ରିପୋର୍ଟ ଦାଖଲ କରିଥିଲା। ତେବେ ସାନି ପ୍ରମାଣ ମିଳିବା ପରେ ତଦନ୍ତକାରୀ ସଂସ୍ଥା ଟାଇଟଲରଙ୍କ ସ୍ବର ନମୁନା ନେବା ଲାଗି ତାଙ୍କୁ ସିଜିଓ କମ୍ଲେକ୍ସରେ ଥିବା କେନ୍ଦ୍ରୀୟ ଫୋରେନ୍‌ସିକ୍‌ ସାଇନ୍ସ ଲାବରେଟୋରିକୁ ଡାକିଥିଲା। ୧୯୮୪ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ତାଙ୍କର ଶିଖ୍‌ ଅଙ୍ଗରକ୍ଷୀ ହତ୍ୟା କରିବା ପରେ ଦିଲ୍ଲୀରେ ଶିଖ୍‌ ବିରୋଧୀ ଦଙ୍ଗା ସୃଷ୍ଟି ହୋଇଥିଲା। ନଭେମ୍ବର ୧ରେ ଉତ୍ତର ଦିଲ୍ଲୀର ଗୁରୁଦ୍ୱାରା ପୁଲ୍‌ ବଙ୍ଗେଶ ଦଙ୍ଗାରେ ୩ ଜଣଙ୍କ ଜୀବନ ଯାଇଥିଲା। କ୍ଲୋଜର ରିପୋର୍ଟ ବିରୋଧରେ ମୃତକଙ୍କ ପରିବାର କୋର୍ଟଙ୍କ ଦ୍ୱାରସ୍ଥ ହେବା ପରେ ସିବିଆଇ ପୁନର୍ବାର ତଦନ୍ତ ଆରମ୍ଭ କରିଥିଲା। ସ୍ବର ନମୁନା ଦାଖଲ କରିବା ପରେ ଟାଇଟଲର ଗଣମାଧ୍ୟମକୁ କହିଛନ୍ତି, ସେ କୌଣସି ଭୁଲ୍‌ କରି ନାହାନ୍ତି। ଯଦି ତାଙ୍କ ବିରୋଧରେ ପ୍ରମାଣ ଥାଏ, ତେବେ ସେ ଫାଶୀ ପାଇବାକୁ ପ୍ରସ୍ତୁତ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା; ମୃତ୍ୟୁସଂଖ୍ୟା ୩୯୨କୁ ବୃଦ୍ଧି, ୨୯୦ ଭାରତୀୟ ନିଖୋଜ

ନୂଆଦିଲ୍ଲୀ/କାଠମାଣ୍ଡୁ,୨୮।୮(ପି.ଟି.): ନେପାଳ-ତିବ୍ବତ ସୀମାନ୍ତରେ ସୃଷ୍ଟ ଆକସ୍ମିକ ବନ୍ୟାରେ ସ୍ଥିତି ଅତ୍ୟନ୍ତ ସଙ୍କଟଜନକ ହୋଇପଡ଼ିଛି। ନୂତନ ତଥ୍ୟ ଅନୁଯାୟୀ ମୋଟ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇ ୩୯୨ରେ ପହଞ୍ଚିଛି, ଯେଉଁଥିରୁ…

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ମଡେଲଙ୍କୁ ଛୁରିଭୁସି ହତ୍ୟା

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର…

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri