କାନାଡାରେ ଶିଖ୍‌ ନେତାଙ୍କୁ ହତ୍ୟା

ଓଟାଓ୍ବା,୧୫।୭: କାନାଡାର ଶିଖ ନେତା ତଥା ପଞ୍ଜାବୀ ମୂଳ ବ୍ୟବସାୟୀ ରିପୁଦାମାନ ସିଂ ମଲିକଙ୍କୁ ଗୁଳି ମାରି ହତ୍ୟା କରାଯାଇଛି। ସେ ତାଙ୍କ କାରରେ ଯାଉଥିବାବେଳେ ତାଙ୍କୁ ହତ୍ୟା କରାଯାଇଥିଲା। ହତ୍ୟାକାରୀମାନେ ଏକ କାରରେ ଆସିଥିଲେ। କାରକୁ କିଛି ଦୂରରେ ପାର୍କିଂ କରି ବାଇକ୍‌ରେ ଆସି ଗୁଳି ମାରିଥିଲେ। ପରେ ପ୍ରମାଣ ନଷ୍ଟ ପାଇଁ କାରରେ ନିଆଁ ଲଗାଇ ସେଠାରୁ ପଳାଇଥିଲେ। ବର୍ତ୍ତମାନ ହତ୍ୟାକାଣ୍ଡର କାରଣ ଜଣା ପଡିନାହିଁ।
ରିପୁଦାମାନ ସିଂ କାନାଡାରେ ଜଣେ ସଫଳ ବ୍ୟବସାୟୀ ତଥା ଶିଖ ସଂଗଠନର ପ୍ରତିନିଧୀ ଥିଲେ। ୧୯୮୫ରେ ତାଙ୍କ ନାଁରେ ଏୟାର ଇଣ୍ଡିଆ ବିମାନ ଅପହରଣ କରି ସେଥିରେ ବିସ୍ଫୋରଣ କରିଥିବା ଅଭିଯୋଗ ହୋଇଥିଲା। ମାଣ୍ଟ୍ରିଆଲରୁ ନୂଆଦିଲ୍ଲୀକୁ ଆସୁଥିବା ବିମାନରେ ବିସ୍ଫୋରଣ ଘଟିଥିଲା। ଏହି ଘଟଣାରେ ୩୨୯ ଯାତ୍ରୀଙ୍କ ମୃତ୍ୟୁ ଘଟିଥିଲା। ଏହି ମାମଲାରେ ରିପୁଦାମାନ ୨୦୦୫ ପର୍ଯ୍ୟନ୍ତ କାନାଡାର କାରାଗାରରେ ରହିଥିଲେ ଏବଂ ପରେ ତାଙ୍କୁ ନିର୍ଦ୍ଦୋଷରେ ଖଲାସ କରାଯାଇଥିଲା। ରିପୁଦାମାନ ପୂର୍ବରୁ ଖଲିସ୍ତାନର ସମର୍ଥକ ଥିଲେ କିନ୍ତୁ ପରେ ତାଙ୍କର ଆଦର୍ଶ ବଦଳିଗଲା। ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ ସେ ଶିଖ ସମ୍ପ୍ରଦାୟର ଲୋକଙ୍କୁ ବିଚ୍ଛିନ୍ନତାବାଦୀ ନେତାଙ୍କଠାରୁ ଦୂରରେ ରହିବାକୁ ପ୍ରେରଣା ଦେଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri