୬ ଦଫା ଦାବି ନେଇ କେନ୍ଦୁପତ୍ର ଶ୍ରମିକଙ୍କ ରାସ୍ତାରୋକୋ

ଜମନକିରା,୧୧।୩(ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ଅଞ୍ଚଳରେ କାର୍ଯ୍ୟରତ କେନ୍ଦୁପତ୍ର ଶ୍ରମିକ, ତୋଳାଳି କର୍ମଚାରୀ, ବନ୍ଧେଇ ଶ୍ରମିକମାନେ ବୁଧବାର ଜମନକିରା ବ୍ଲକ୍‌ ମୁଖ୍ୟଛକ ରାଜରାସ୍ତା ୫୩କୁ ଅବରୋଧ କରିଛନ୍ତି। କର୍ମଚାରୀମାନଙ୍କ ଦରମା ବୃଦ୍ଧି, ସାମାଜିକ ସୁରକ୍ଷା, କେନ୍ଦୁପତ୍ର ବିକ୍ରି ନୀତିରେ ସଂଶୋଧନ, କେନ୍ଦୁପତ୍ରରୁ ଜିଏସ୍‌ଟି ପ୍ରତ୍ୟାହାର ଆଦି ଦାବିନେଇ ପୂର୍ବ ନିଷ୍ପତ୍ତିକ୍ରମେ ଏହି ଅବରୋଧ ହୋଇଛି। ପୂର୍ବାହ୍ନ ସାଢ଼େ ୧୦ଟାରୁ ଅପରାହ୍ନ ସାଢ଼େ ୧ଟା ପର୍ଯ୍ୟନ୍ତ ଅବରୋଧ କରାଯାଇଥିଲା। ଫଳରେ ଉଭୟ ପାର୍ଶ୍ୱରେ ଯାନବାହନ ଅଟକି ରହିଥିଲା। ତେବେ ଦୋକାନ ବଜାର, ସରକାରୀ ବେସରକାରୀ କାର୍ଯ୍ୟାଳୟ ଗୁଡ଼ିକ ସ୍ବାଭାବିକ ରହିଥିଲା।
କେନ୍ଦୁପତ୍ର ତୋଳାଳି କର୍ମଚାରୀ ଓ ବନ୍ଧେଇ ଶ୍ରମିକ ପ୍ରତି ସରକାରଙ୍କ ଅନ୍ୟାୟ ବିରୋଧରେ ମାର୍ଚ୍ଚ ୨ ଓ ୩ ତାରିଖ ଦୁଇଦିନ ଧରି ରେଞ୍ଜ କାର୍ଯ୍ୟାଳୟ ଗୁଡ଼ିକରେ ଗଣଧାରଣା ଦେଇଥିଲେ। ପରେ ମଧ୍ୟ ସରକାର ସମସ୍ୟା ସମାଧାନ ନ କରିବାରୁ ବୁଧବାର ରାଜରାସ୍ତାକୁ ଅବରୋଧ କରାଯାଇଛି।


All Right Reserved By Dharitri.Com

ପ୍ରଭାବଶାଳୀଙ୍କ ଜବରଦଖଲରେ ଡ୍ରେନ୍‌

ଜଗତ୍‌ସିଂହପୁର ଅଫିସ, ୨୬ା୨: ନିୟମ ରହିଛି ପ୍ରାକୃତିକ ନାଳ କିମ୍ବା ଡ୍ରେନ୍‌ ରୋକାଯାଇ ପାରିବନାହିଁ। ଏହାର ଗତି ବଦଳାଯିବନି। କେହି ଜବରଦଖଲ କଲେ ଆଇନ ଅନୁଯାୟୀ...

ଜିଲା ପାଠାଗାରରେ ଅବ୍ୟବସ୍ଥା: ଆସୁଛନ୍ତି ହାତଗଣତି ପାଠକ

ନୟାଗଡ଼ ଅଫିସ,୨୮ା୧୧: ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିସରରେ ଥିବା ଜିଲା ପାଠାଗାର ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ଭିତ୍ତିଭୂମି ସୁଦୃଢ଼ ଥିବା ସତ୍ତ୍ୱେ...

ଛତ୍ରପୁର କଲେଜରେ ଛାତ୍ରୀଛାତ୍ରଙ୍କ ଧାରଣା

ଛତ୍ରପୁର,୧୩ା୯(ଡି.ଏନ.ଏ.)- ଛତ୍ରପୁର ସରକାରୀ ବିଜ୍ଞାନ କଲେଜର ଛାତ୍ରୀଛାତ୍ର ଓ ପୂର୍ବତନ ଛାତ୍ର ସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ଗୁରୁବାର ଧାରଣା ଦିଆଯାଇଥିଲା। ଖଲ୍ଲିକୋଟ କ୍ଲଷ୍ଟର...

କଟକରେ ପ୍ରଥମ ଥର ପାଇଁ ଆୟୋଜନ ହେଲା ପଥ ଉତ୍ସବ

କଟକ ଅଫିସ, ୧୩ା୧୧:ବାଲିଯାତ୍ରା ଉପଲକ୍ଷେ କଟକ ସହରରେ ପ୍ରଥମ ଥର ପାଇଁ ଜିଲା ପ୍ରଶାସନ ପକ୍ଷରୁ ‘ପଥ ଉତ୍ସବ’ ଆୟୋଜିତ ହୋଇଛି। ବୁଧବାର ପ୍ରଥମ ଦିନରେ...

କୋରାପୁଟ ଏସ୍‌ପିଙ୍କୁ ପୁରସ୍କୃତ କରିବ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

କୋରାପୁଟ,୧୩ା୮(ସ୍ବ.ପ୍ର.): କୋରାପୁଟ ଏସ୍‌ପି କନୱର ବିଶାଳ ସିଂ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀଙ୍କଠାରୁ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଅଗଷ୍ଟ ୧୫ରେ ଦିଲ୍ଲୀରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ...

ସାନଭାଇ ଆତ୍ମହତ୍ୟା କରୁଥିବା ଦେଖି ମଧ୍ୟ ବଞ୍ଚାଇ ପାରିଲେନି ବଡ଼ଭାଇ

ଯୋଡ଼ା,୭।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ଉପକଣ୍ଠ ଶାସ୍ତ୍ରୀନଗରର ଏକ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୋଲିସ। ପୋଲିସ ସୂତ୍ରରୁ ପ୍ରକାଶ,...

କନ୍ଧମାଳରେ ୫୭.୪ ପ୍ରତିଶତ ମତଦାନ

ଫୁଲବାଣୀ ଅଫିସ, ୧୯ା୪-କନ୍ଧମାଳ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଗୁରୁବାର ଅନୁଷ୍ଠିତ ହୋଇଯାଇଛି| କନ୍ଧମାଳ ଲୋକ ସଭା ଅଧୀନ ୭ ବିଧାନସଭା  ନିର୍ବାଚନମଣ୍ଡଳୀରେ ସନ୍ଧ୍ୟା ୫ଟା...

ସଚେତନତା ସତ୍ତ୍ୱେ ଗଞ୍ଜାମରେ ଅଲୋଡ଼ା ଶିଶୁକନ୍ୟା: ଦୁଇଟି ସ୍ଥାନରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର ଅଫିସ, ୧୫ା୨- ସରକାର କନ୍ୟା ସନ୍ତାନର ସୁରକ୍ଷା ପାଇଁ ଅନେକ ଯୋଜନା କରିଛନ୍ତି । ଏପରିକି କନ୍ୟା ସନ୍ତାନମାନେ ଦେଶର ଅମୂଲ୍ୟ ସମ୍ପତ୍ତି ବୋଲି...

Leave a comment

Your email address will not be published. Required fields are marked *