୧୯୯୨ ମ୍ୟାଟ୍ରିକ ବ୍ୟାଚର ବନ୍ଧୁମିଳନ କାର୍ଯ୍ୟକ୍ରମ: ଔଷଧୀୟ ଚାରାରୋପଣ

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋରିପଦର ଗ୍ରାମ ହାଇସ୍କୁଲ ମ୍ୟାଟ୍ରିକ ୧୯୯୨ ବ୍ୟାଚର ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। କଇଠଖଣ୍ଡି ପଞ୍ଚାୟତର ମଧୁବନ ଗ୍ରାମସ୍ଥିତ ଶ୍ରୀ ଲୋକନାଥେଶର ମନ୍ଦିର ପରିସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମନୋରଞ୍ଜନ ପାଣିଗ୍ରାହୀ ସଭାପତିତ୍ୱ କରିଥିଲେ। ପ୍ରାରମ୍ଭରେ ଦିବଙ୍ଗତ ଶିକ୍ଷକ ଓ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ଏକ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ପରେ ଉପସ୍ଥିତ ଥିବା ପଣ୍ଡିତ ଉଦୟନାଥ ତ୍ରିପାଠୀ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଗିରୀଶ ଚନ୍ଦ୍ର ମିଶ୍ର, ଭୀମସେନ ଗୌଡ, ସୁବାସ ଚନ୍ଦ୍ର ସାହୁ, ସୁବାସ ଚନ୍ଦ୍ର ପାଣିଗ୍ରାହୀ, ବୈକୁଣ୍ଠ ନାଥ ଶୁକ୍ଲାଙ୍କ ସମେତ ଅଭିମନ୍ୟୁ ଗୌଡ, ଅନୁ ଗୌଡ ଏବଂ ଗଣେଶ ଗୌଡଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ପ୍ରଦାନ ପୂର୍ବକ ସମ୍ମାନିତ କରାଯାଇଥିଲା। ଏଥିରେ ପୁରାତନ ଓ ଆଧୁନିକ ଶିକ୍ଷା ବ୍ୟବସ୍ଥାରେ ରହିଥିବା ଗୁରୁ-ଶିଷ୍ୟ ପରମ୍ପରା ଏବଂ ସମାଜରେ ତାହାର ପ୍ରଭାବ ଉପରେ ତୁଳନାତ୍ମକ ଚିତ୍ର ଦେଖିବାକୁ ମିଳିଥିଲା। ଏପରିକି ଦୀର୍ଘବର୍ଷ ପରେ ଏକାଠି ହୋଇଥିବା ହାଇସ୍କୁଲ ଶିକ୍ଷକ ଓ ଛାତ୍ରୀଛାତ୍ର ଗଣ ଅତୀତର ସ୍ମୃତିକୁ ରୋମନ୍ଥନ କରୁଥିବା ବେଳେ ଭାବବିହ୍ବଳ ହୋଇ ପଡିଥିଲେ। କାର୍ଯ୍ୟକ୍ରମରେ ବହୁ ପୁରାତନ ଛାତ୍ରୀଛାତ୍ର ଯୋଗଦେଇଥିବାବେଳେ ଶେଷରେ ପ୍ରଦୀପ କୁମାର କର ଧନ୍ୟବାଦ ଅର୍ପଣ କରିଥିଲେ। ଶେଷରେ ଶ୍ରୀ ଲୋକନାଥେଶ୍ବର ମନ୍ଦିର ପରିସରରେ ବିଭିନ୍ନ ଔଷଧୀୟ ଚାରା ରୋପଣ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷ ପରେ ଭଞ୍ଜନଗର କେଭି ପାଳିଲା ପ୍ରତିଷ୍ଠା ଦିବସ, ବିଧାୟକ କହିଲେ ଆତ୍ମନିର୍ଭର ଭାରତର ସ୍ବପ୍ନ…

ଭଞ୍ଜନଗର,୬ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ(କେଭି) ସ୍ଥାପନାର ୧୬ ବର୍ଷ ପରେ ଗୁରୁବାର ପ୍ରଥମ ଥର ପାଇଁ ପ୍ରତିଷ୍ଠା ଦିବସ ଧୂମ୍‌ଧାମରେ ପାଳନ କରିଛି।…

ନୀଳାଚଳଙ୍କ ନିବେଦନ ପରେ ସରପଞ୍ଚଙ୍କ ତତ୍ପରତା, ଖୁବଶୀଘ୍ର ମିଳିବ…

ଗଞ୍ଜାମ,୬ା୮ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ୍ ମଲାଡ ପଞ୍ଚାୟତ ଅନ୍ତର୍ଗତ ଲୁଙ୍ଗୁରୀ ଗ୍ରାମର ନୀଳାଞ୍ଚଳ ରାସ୍ତା କଡ଼ରେ ଗୋଟିଏ ନଡ଼ିଆ ବାହୁଙ୍ଗା ଓ ଜରି ପାଲ…

ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍‌ଇ-ଠିକାଦାର ଗିରଫ

ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର…

ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ…

ଘରୋଇ କଳିର କରୁଣ ପରିଣତି, ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

ଭବାନୀପାଟଣା,୬ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର…

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri