Posted inଜାତୀୟ

୧୯୯୮ ରାୟର ପୁନଃ ଯାଞ୍ଚ କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୧ା୯ : ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌) ଏମ୍‌ପିମାନଙ୍କୁ ଲାଞ୍ଚ ଦେବା ଘଟଣାରେ ପି.ଭି. ନରସିଂହ ରାଓ ସରକାରଙ୍କ ସମ୍ପୃକ୍ତିକୁ ନେଇ ସୁପ୍ରିମକୋର୍ଟଙ୍କ ୧୯୯୮ ରାୟର ପୁନଃ ଯାଞ୍ଚ କରିବା ଲାଗି ସର୍ବୋଚ୍ଚ ଅଦାଲତ ବୁଧବାର ରାଜି ହୋଇଛନ୍ତି। ଏହା ଏକ ଗୁରୁତ୍ୱର୍ପୂ୍‌ଣ୍ଣ ପ୍ରସଙ୍ଗ ଯାହା ରାଜନୈତିକ ନୈତିକତା ବହନ କରୁଥିବା ଅଦାଲତ କହିଛନ୍ତି।

୧୯୯୩ରେ ନରସିଂହ ରାୟ ପ୍ରଧାନମନ୍ତ୍ରୀ ଥିବାବେଳେ ପାର୍ଲାମେଣ୍ଟରେ ଗୁରୁତ୍ୱପୂର୍ଣ୍ଣ ଅନାସ୍ଥା ପ୍ରସ୍ତାବରେ ସରକାରଙ୍କ ସପକ୍ଷରେ ଭୋଟ ଦେବା ପାଇଁ ଜେଏମ୍‌ଏମ୍‌ ଏମ୍‌ପିମାନଙ୍କୁ ଲାଞ୍ଚ ଦିଆଯାଇଥିବା ଅଭିଯୋଗ ହୋଇଥିଲା। ପାର୍ଲାମେଣ୍ଟ କିମ୍ବା ରାଜ୍ୟ ବିଧାନସଭାଗୁଡ଼ିକରେ ବକ୍ତବ୍ୟ ଦେବା କିମ୍ବା ଭୋଟ ଦେବା ପାଇଁ ଲାଞ୍ଚ ନେବା ପ୍ରସଙ୍ଗରେ ଏମ୍‌ପି ଏବଂ ବିଧାୟକମାନଙ୍କୁ ମକଦ୍ଦମାରୁ ବାଦ୍‌ ଦିଆଯିବ କି ନାହିଁ, ଏନେଇ ୧୯୯୮ ରାୟର ପୁନଃ ଅନୁଧ୍ୟାନ କରାଯିବ ବୋଲି ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ୫ ଜଣିଆ ସାମ୍ବିଧାନିକ ପୀଠ କହିଛନ୍ତି।

ଏଥିପାଇଁ ସର୍ବୋଚ୍ଚ ଅଦାଲତ ୭ ଜଣିଆ ପୀଠ ଗଠନ କରାଯିବ। ଉକ୍ତ ପ୍ରସଙ୍ଗର ବ୍ୟାପକ ପ୍ରଭାବ ଓ ଗୁରୁତ୍ୱ ରହିଥିବାରୁ ୨୦୧୯ରେ ତତ୍କାଳୀନ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ଏହାକୁ ୫ ଜଣିଆ ପୀଠକୁ ପଠାଇଥିଲେ। ଜେଏମ୍‌ଏମ୍‌ ବିଧାୟକ ସୀତା ସୋରେନ୍‌ଙ୍କ ଆବେଦନ ଉପରେ ୩ ଜଣିଆ ଖଣ୍ଡପୀଠ ଉପରୋକ୍ତ ଲାଞ୍ଚ ମାମଲାର ପୁନଃ ଯାଞ୍ଚ କରିବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri