୧୯୯୯ ମହାବାତ୍ୟା ବ୍ୟାପକ କ୍ଷତି ଘଟାଇଥିଲା: ସିଏସ୍‌

ଭୁବନେଶ୍ବର, ୧୮ା୪(ବ୍ୟୁରୋ): ଭାରତୀୟ ସାଂସ୍କୃତିକ ସମ୍ବନ୍ଧ ପରିଷଦ (ଆଇସିସିଆର) ପକ୍ଷରୁ ଭାରତ ଗସ୍ତରେ ଆସିଥିବା ୮ଟି ଦେଶର ପ୍ରତିନିଧିଙ୍କୁ ନେଇ ଓଡ଼ିଶାରେ ବିପର୍ଯ୍ୟୟ ପରିଚାଳନା ସମ୍ପର୍କିତ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଛି। ଏହି ‘ଜେନ୍‌ ନେକ୍ସଟ୍‌-ଡେମୋକ୍ରାସି-ନେଟ୍‌ ୱର୍କ’ ଆଲୋଚନାଚକ୍ରରେ ମୁଖ୍ୟ ଶାସନ ସଚିବ(ସିଏସ୍‌) ପ୍ରଦୀପ କୁମାର ଜେନା ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଆଲୋଚନାଚକ୍ରରେ ବେଲଜିୟମ, ବ୍ରାଜିଲ, ବୁଲଗେରିଆ, କ୍ରୋଏସିଆ, ଗୁଏନା, ମଙ୍ଗୋଲିଆ, ପର୍ତ୍ତୁଗାଲ୍‌ ଓ ଦକ୍ଷିଣ ଆଫ୍ରିକା ସମେତ ୮ଟି ଦେଶରୁ ୨୬ ଜଣ ପ୍ରତିନିଧି ଅଂଶଗ୍ରହଣ କରିଛନ୍ତି। ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ସହଯୋଗରେ ଲୋକସେବା ଭବନ ସ୍ଥିତ କନଭେନଶନ ସେଣ୍ଟରଠାରେ ଆୟୋଜିତ ଏହି ଆଲୋଚନାଚକ୍ରରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଯୋଗଦେଇ କହିଛନ୍ତି, ୨୦୦୦ ମସିହା ପରଠାରୁ ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶା ବିପର୍ଯ୍ୟୟକୁ ସଫଳତାର ସହ ମୁକାବିଲା କରିପାରିଛି।
ଓଡ଼ିଶାରେ ବିପର୍ଯ୍ୟୟ ପରିଚାଳନା ସମ୍ପର୍କିତ ଅନୁଭୂତି ବିଷୟରେ ମୁଖ୍ୟ ଶାସନ ସଚିବ ଆଲୋଚନାଚକ୍ରରେ ଅଂଶଗ୍ରହଣ କରିଥିବା ବିଭିନ୍ନ ଦେଶର ଯୁବ ପ୍ରତିନିଧି ୧୯୯୯ ମହାବାତ୍ୟା ରାଜ୍ୟର ବ୍ୟାପକ କ୍ଷୟକ୍ଷତି ଘଟାଇଥିଲା ବୋଲି କହିଥିଲେ। ଏହି ବାତ୍ୟା ସମ୍ପର୍କରେ ଅସ୍ପଷ୍ଟ ଆକଳନ, ଆମର ଯଥେଷ୍ଟ ପ୍ରସ୍ତୁତି ନ ରହିବା, ବାତ୍ୟା ସମୟରେ ୨୬୯ ରୁ ୩୦୦ କି.ମି. ପ୍ରତି ଘଣ୍ଟା ପବନର ବେଗକୁ ସମ୍ମୁଖୀନ ହେବାରେ ଆମର କ୍ଷମତା ଏବଂ ବିପର୍ଯ୍ୟୟ ପ୍ରତିରୋଧୀ ଭିତ୍ତିଭୂମିର ଅଭାବ ଯୋଗୁ ଓଡ଼ିଶାରେ ପ୍ରାୟ ୧୦ ହଜାର ଜୀବନ ହାନି ଘଟିଥିଲା। ଏହାସହ ୧୮ ଲକ୍ଷ ହେକ୍ଟର ଫସଲ ନଷ୍ଟ ଓ ୨୦ ଲକ୍ଷ ଘର ଭାଙ୍ଗିଥିଲା। ୨୦୧୩ରେ ‘ଫାଇଲିନ୍‌’ ବାତ୍ୟାରେ ୨୧ ଜଣ, ୨୦୧୪ରେ ‘ହୁଡ୍‌ ହୁଡ୍‌’ରେ ୩ ଜଣ, ୨୦୧୮ ‘ତିତ୍‌ଲି’ରେ ଭୂସ୍ଖଳନ ଯୋଗୁ ୭୨ ଜଣ ଓ ୨୦୧୯ ରେ ‘ଫନୀ’ ଗ୍ରୀଷ୍ମକାଳୀନ ଆକସ୍ମିକ ବାତ୍ୟାରେ ୬୪ ଜଣଙ୍କ ଜୀବନ ହାନି ଘଟିଥିବାବେଳେ ପରବର୍ତ୍ତୀ ସମୟରେ ଆମର ସୁଦୃଢ ବିପର୍ଯ୍ୟୟ ପରିଚାଳନା ପ୍ରସ୍ତୁତି ଯୋଗୁ ଆମେ ୨୦୧୯ ‘ବୁଲ୍‌ବୁଲ୍‌’ ବାତ୍ୟାଠାରୁ ଏ ପର୍ଯ୍ୟନ୍ତ ଜିରୋ କାଜୁଆଲିଟି (ଶୂନ ମୃତାହତ)କୁ ନିଶ୍ଚିତ କରିଆସିଛୁ। ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳ (ଏନଡିଆର୍‌ଏଫ୍‌) ଏବଂ ଓଡ଼ିଶା ବିପର୍ଯ୍ୟୟ ତ୍ୱରିତ କ୍ରିୟାନୁଷ୍ଠାନ ବଳ(ଓଡ୍ରାଫ୍‌), ଅଗ୍ନିଶମ ସେବା ବ୍ୟବସ୍ଥା ସହ ଆବଶ୍ୟକ ସମୟରେ ଭାରତୀୟ ପ୍ରତିରକ୍ଷା ବାହିନୀର ସେବା ଆମର ବିପର୍ଯ୍ୟୟ ପରିଚାଳନାର ମୂଳ ପୁଞ୍ଜି ବୋଲି ସେ କହିଛନ୍ତି। ଏଥିରେ ଅଂଶଗ୍ରହଣ କରିଥିବା ବିଦେଶୀ ପ୍ରତିନିଧିମାନେ ଓଡ଼ିଶାର ବିପର୍ଯ୍ୟୟ ପରିଚାଳନା ମଡେଲକୁ ପ୍ରଶଂସା କରିବା ସହ ଏ ସମ୍ପର୍କରେ ଅଧିକ ଜାଣିବା ପାଇଁ ଉତ୍କଣ୍ଠାର ସହ ବିଭିନ୍ନ ପ୍ରଶ୍ନ ପଚାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri