ଭୁବନେଶ୍ୱର ବିମାନବନ୍ଦରରୁ କେଜିଏ ସୁନା ଜବତ, ମଳଦ୍ୱାରରେ ଲୁଚାଇ ନେଉଥିଲେ ଯାତ୍ରୀ

ଭୁବନେଶ୍ୱର,୧୭।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ କଷ୍ଟମ ବିଭାଗ ଚଢ଼ାଉ କରି ଜଣେ ଯାତ୍ରୀଙ୍କଠାରୁ ୧ କେଜି ସୁନା ଜବତ କରିଛି। ଚାଲାଣକାରୀ ଜଣକ ମହାରାଷ୍ଟ୍ରର ବାସିନ୍ଦା ବୋଲି ଜଣାପଡିଛି। ସେ ବ୍ୟାଙ୍କକ୍‌ରୁ ବିମାନ ଯୋଗେ ଆସି ମଙ୍ଗଳବାର ଅପରାହ୍ନରେ ଏଠାରେ ଓହ୍ଲାଇବା ପରେ ଧରାପଡ଼ିଥିଲେ। ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ତାଙ୍କଠାରୁ ଜବତ ହୋଇଥିବା ସୁନା ମଧ୍ୟରେ ୩ଟି ସୁନା କ୍ୟାପସୁଲ ରହିଥିବାବେଳେ ତାହା ଅଭିଯୁକ୍ତଙ୍କ ମଳଦ୍ୱାରରୁ ବାହାରିଥିଲା। ଏଥିସହ ଆଉ ଏକ ସୁନା ମୁଦି ଓ ଘଣ୍ଟା ତଳେ ଲୁଚାଯାଇଥିବା ଏକ ସୁନା ଖଣ୍ଡ ରହିଛି। ସୁନା ଚାଲାଣ ନେଇ ଖବର ପାଇବା ପରେ କଷ୍ଟମ ବିଭାଗର ଗୋଇନ୍ଦା ୟୁନିଟ୍‌ ବିମାନ ବନ୍ଦରରେ ଚଢ଼ାଉ କରି ଧରିବାରେ ସଫଳ ହୋଇଥିଲା। ଏନେଇ କଷ୍ଟମ ବିଭାଗ ତଦନ୍ତ ଜାରି ରଖିଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri