ରାଜ୍ୟରେ ୧,୭୦୩ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୧,୭୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୮୮ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ବାକି ୭୧୫ ଟି ହେଉଛି ଲୋକାଲ କେସ। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୮୬ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୪୦ ଜଣ ଚିହ୍ନଟ ହୋଇଛନ୍ତି।
୧,୭୦୩ଟି ନୂଆ କେସ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୨ ହଜାର ୫୧୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୪୯ହଜାର ୩୫୦ ଜଣ ସୁସ୍ଥ ହୋଇସାରିଛନ୍ତି। ୧୭ ହଜାର ୪୧୧ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।