ଖିମ୍‌ଜୀ ଜୁଏଲର୍ସ ପୁରୀର ପ୍ରଥମ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୨୭।୨: ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ‘ଖିମ୍‌ଜୀ ଜୁଏଲର୍ସ’ର ପୁରୀ ଆଲଟ୍‌ଲେଟ୍‌(ଷ୍ଟୋର) ପକ୍ଷରୁ ପ୍ରତିଷ୍ଠାନର ପ୍ରଥମ ବାର୍ଷିକ ଉତ୍ସବ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଖିମ୍‌ଜୀ ଜୁଏଲର୍ସର ଗ୍ରାହକମାନଙ୍କ ପାଇଁ ଏକ ଆକର୍ଷଣୀୟ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ସୁନା ଓ ହୀରା ଅଳଙ୍କାରର ଗଢ଼ାମୂଲ୍ୟ ଉପରେ ଫ୍ଲାଟ୍‌ ୫୦% ରିହାତି ସହିତ ଏକ ନିଆରା ଶପିଂ ଅନୁଭୂତିରେ ଯୋଗଦେବା ପାଇଁ ଖିମ୍‌ଜୀ ଜୁଏଲର୍ସ ପକ୍ଷରୁ ଗ୍ରାହକମାନଙ୍କୁ ଆମନ୍ତ୍ରଣ କରାଯାଇଛି। ଏହି ଅଫର ୨୦୨୪ ମାର୍ଚ୍ଚ ୩ ପର୍ଯ୍ୟନ୍ତ ଉପଲବ୍ଧ। ଏ ସମ୍ପର୍କରେ ଖିମ୍‌ଜୀ ଜୁଏଲର୍ସର ପରିଚାଳନା ନିର୍ଦ୍ଦେଶକ ମିତେଶ ଖିମ୍‌ଜୀ କହିଛନ୍ତି, ପୁରୀ ଷ୍ଟୋରର ପ୍ରଥମ ବାର୍ଷିକ ଉତ୍ସବ ଆମ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଅବସର ହୋଇଥିବାବେଳେ ଗତ ଏକବର୍ଷ ମଧ୍ୟରେ ଗ୍ରାହକଙ୍କ ଅତୁଟ ବିଶ୍ୱାସ ଏବଂ ସମର୍ଥନ ଆମ ଲାଗି ବେଶ୍‌ ଉତ୍ସାହର ସମୟ ହୋଇଥିବାରୁ ଆମେ ଗଭୀର ଭାବେ ସମସ୍ତଙ୍କ ନିକଟରେ କୃତଜ୍ଞ। ଏହି ମାଇଲଖୁଣ୍ଟର ଅବସରକୁ ଆମେ ଉତ୍ସବ ଆକାରରେ ପାଳନ କରୁଥିବାବେଳେ ଆମର ମୂଲ୍ୟବାନ୍‌ ଗ୍ରାହକଙ୍କ ପାଇଁ ଏହି ସ୍ବତନ୍ତ୍ର ଅଫରକୁ ବିସ୍ତାର କରି ଆମେ ବେଶ୍‌ ଆନନ୍ଦିତ। ବିଶେଷକରି ଗଢ଼ାମଜୁରି ଉପରେ ଫ୍ଲାଟ୍‌ ୫୦% ରିହାତି ଆମର ଉତ୍କୃଷ୍ଟ ଅଳଙ୍କାରକୁ ଅଧିକ ସୁଲଭ କରୁଥିବା ବେଳେ ଖିମ୍‌ଜୀ ଜୁଏଲର୍ସକୁ ସଂଜ୍ଞା ଦେଉଥିବା କାରିଗରି ଏବଂ ସୁନ୍ଦରତାର ସ୍ଥାୟୀ ପରମ୍ପରା ପ୍ରତି ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ଏପରିକି ଗ୍ରାହକ ସନ୍ତୁଷ୍ଟି ଉପରେ ବ୍ରାଣ୍ଡ ନିରନ୍ତର ଧ୍ୟାନ ଦେଇଥିବାବେଳେ ପ୍ରତିଷ୍ଠାନ ଗ୍ରାହକଙ୍କ ଅନନ୍ୟ ପସନ୍ଦ ଏବଂ ଆବଶ୍ୟକତା ପୂରଣ କରି ଆଶାଠାରୁ ଅଧିକ କରିବାକୁ ଚେଷ୍ଟା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri