Posted inRasifala

ରାଶିଫଳ: ଶନିବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ
ରାଶିରେ ଏକାଧିକ ପାପଗ୍ରହ ଥିବାରୁ ଚିନ୍ତାଧାରା ବିକ୍ଷିପ୍ତ ରହିପାରେ। କୃତ୍ତିକା ନକ୍ଷତ୍ର ପ୍ରତ୍ୟେକ କାମ ପାଇଁ ଉତ୍ସାହିତ କରିବ। ଉତ୍ତମ ବୁଝାମଣା ଥିବାରୁ ପାରିବାରିକ ଜୀବନରେ ସ୍ଥିରତା ଅବ୍ୟାହତ ରହିବ। କୌଣସି ଏକ ନିର୍ଦ୍ଦିିଷ୍ଟ ଦିଗରେ ଖର୍ଚ୍ଚ କରିବାକୁ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖ ପ୍ରକାଶ କରିବେ।
ବୃଷ
ବୃଷ
ରାଶ୍ୟାଧିପତି ଶୁକ୍ରଙ୍କ ପ୍ରତି ଶନିଙ୍କ କ୍ରୂରଦୃଷ୍ଟି ପ୍ରତ୍ୟେକ ପ୍ରକାରର ଅଶାନ୍ତ ପରିସ୍ଥିତି ସୃଷ୍ଟି କରିପାରେ। ରୋହିଣୀ ନକ୍ଷତ୍ର ସକାଶେ କର୍ମକ୍ଷେତ୍ରରେ ବିଶେଷ ଅସୁବିଧା ହେବ ନାହିଁ। ଅଟକି ରହିଥିବା କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ସରକାରୀ ସ୍ତରରୁ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି।
ମିଥୁନ
ମିଥୁନ
ତୃତୀୟାଧିପତି କର୍ମଭାବସ୍ଥ ଯୋଗୁ ଆପଣ ବନ୍ଧୁଙ୍କ ସାହାଯ୍ୟରେ କାର୍ଯ୍ୟ ହାସଲ କରିବେ। ଅନୁକୂଳ ବାତାବରଣ ମଧ୍ୟରେ ଆପଣଙ୍କର ପ୍ରତ୍ୟେକ କାର୍ଯ୍ୟକୁ ସମ୍ପନ୍ନ କରିପାରିବେ। ମୃଗଶିରା ନକ୍ଷତ୍ର ବ୍ୟକ୍ତି ଯେତେ ଭଲ କାମ କଲେ ମଧ୍ୟ ନିନ୍ଦିତ ହେବେ। ପରିବାର ଭିତରେ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି।
କର୍କଟ
କର୍କଟ
ସହକର୍ମୀଙ୍କ ଉଦାରତାରୁ କାର୍ଯ୍ୟରେ ସହଯୋଗ ଜନିତ ଟେନସନ୍‌ କିିଛି ମାତ୍ରାରେ କମିଯିବ। ଯାତ୍ରା କାଳରେ ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ଠିକଣା ଜାଗାରେ ନ ପାଇ ବ୍ୟସ୍ତ ହୋଇପଡ଼ିବେ। ପଡ଼ୋଶୀଙ୍କ ସହାୟତାରେ ପରିବାରରେ ପୂର୍ବ ସମସ୍ୟା ସମାଧାନ ହେବାର ଆଶା ରହିଛି। କିନ୍ତୁ ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡ଼ିକ ସମ୍ପୂର୍ଣ୍ଣ ହେବ ନାହିଁ।
ସି˚ହ
ସି˚ହ
ଆଜି ବନ୍ଧୁଙ୍କ ସହ ଆଲୋଚନାରେ ସତକଥା କହି ବିବାଦ ଘେରରେ ପଡ଼ିପାରନ୍ତି। ଗବେଷଣା ଲବ୍ଧଜ୍ଞାନ ପରିବେଷଣ ତଥା ସାହିତ୍ୟ,କଳା,ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ସାଧାରଣ ବ୍ୟତିକ୍ରମ ଜନିତ କୌଣସି କ୍ଷେତ୍ରରେ ଭାଙ୍ଗି ପଡନ୍ତୁ ନାହିଁ। ଉତ୍ତରାଫାଲଗୁନୀ ନକ୍ଷତ୍ରର ଶତ୍ରୁତା, ଅଶାନ୍ତି ଓ ଋଣଭାର ହ୍ରାସ ପାଇବ।
କନ୍ୟା
କର୍ମକ୍ଷେତ୍ରରେ ଜଣା ପଡୁ ନ ଥିବା ବ୍ୟକ୍ତିଙ୍କ ଦ୍ୱାରା ମିଥ୍ୟା ଗୁଜବ ମନକୁ ଚହଲାଇ ଦେବ। ନିଜ ପରିସରରେ କଲ୍ୟାଣମୂଳକ କାମରେ ସହଯୋଗ,ସୁଖ ସମ୍ମାନ ପାଇ ଖୁସି ହେବେ। ଟଙ୍କାପଇସା ଦେବା ନେବାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ।
ତୁଳା
ତୁଳା
ଦୀର୍ଘଦିନର ଆଶା ଫଳବତୀ ହେବା କାରଣରୁ ସାମୟିକ ଆନନ୍ଦ ଲାଭ କରିପାରନ୍ତି। ବିଶାଖା ନକ୍ଷତ୍ରର କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ଆଗମନୀ ବାର୍ତ୍ତା ଦେଇଥିବା କୌଣସି ବିଶିଷ୍ଟ ଅତିଥିଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ସ୍ବାତୀ ନକ୍ଷତ୍ରର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ।
ବିଛା
ବିଛା
ହାତକୁ ନେଇଥିବା କାମ ଠିକ୍‌ ସମୟରେ ସମ୍ପନ୍ନ ହେବାରୁ ମାନସିକ ସ୍ତରରେ ଖୁସି ଅନୁଭବ କରିବେ। କର୍ମକ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ। ବିଶାଖା ନକ୍ଷତ୍ର ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ବନ୍ଧୁମାନଙ୍କ ସହିତ ମାତ୍ରାଧିକ ଭ୍ରମଣ ହେତୁକ କ୍ଳାନ୍ତି ଅନୁଭବ କରିବେ।
ଧନୁ
ଧନୁ
ଅତି ଦରକାରୀ ଜିନିଷଗୁଡ଼ିକ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି। ମୂଳା ନକ୍ଷତ୍ର ବହୁଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାର୍ଯ୍ୟକାରୀ କରିବେ। ବିବାଦୀୟ ପରିସ୍ଥିତିରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି। ପରିଜନଙ୍କ ସହିତ ନୂତନ ସ୍ଥାନ ଭ୍ରମଣ ସୁଯୋଗ ଜୁଟିବ।
ମକର
ମକର
ଆଜି ପାରିବାରିକ ଦୁଶ୍ଚିନ୍ତା କାରଣରୁ ରକ୍ତଚାପ ମଧ୍ୟ ବଢ଼ିପାରେ। ନିଜର କଠୋର ଏବଂ ରୁକ୍ଷ ବ୍ୟବହାର ଯୋଗୁ ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ଅଧସ୍ତନ କର୍ମଚାରୀଙ୍କ ସହ ଅପ୍ରିୟ ସତ୍ୟ ବ୍ୟବହାର କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପତ୍ନ କରିପାରେ। ଆଶା କରିଥିବା କାମ ଶେଷ ପର୍ଯ୍ୟାୟକୁ ନେଇପାରିବେ।
କୁମ୍ଭ
କୁମ୍ଭ
ପରିବାରର ବରାଦ ଅନୁଯାୟୀ ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇବେ। ସଭାସମିତିରେ ସ୍ଥାନୀୟ ବ୍ୟକ୍ତି ବିଶେଷଙ୍କ ସହଯୋଗ ଦ୍ୱାରା ଉପକୃତ ହୋଇପାରନ୍ତି। କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆଜିର ଦୂରଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ।
ମୀନମୀନ
ଆଜି କର୍ମକ୍ଷେତ୍ରରୁ ଫେରିବା ବେଳକୁ ଘରର ଅଶାନ୍ତ ପରିବେଶ କେତେକାଂଶରେ ଶାନ୍ତ ପଡ଼ିଯାଇଥିବ। ବାଟରେ ବନ୍ଧୁଙ୍କୁ ଭେଟି ଆଗାମୀ କାଲିର ଯୋଜନା ପ୍ରସ୍ତୁତ କରିପାରନ୍ତି। କର୍ମକ୍ଷେତ୍ରରେ ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି। ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୩୧ ତାରିଖ – Daily Horoscope

ମେଷ ଆଜିର ଜନ୍ମ ଚନ୍ଦ୍ର ପ୍ରଭାବରେ ପ୍ରତ୍ୟୁଷ ଯାତ୍ରାରେ ସମସ୍ୟାର ସମ୍ମୁଖୀନ ହେବେ। ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହେବ। କାର୍ଯ୍ୟକୁଶଳତା...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri