Posted inRasifala

ରାଶିଫଳ: ଶନିବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ
ରାଶିରେ ଏକାଧିକ ପାପଗ୍ରହ ଥିବାରୁ ଚିନ୍ତାଧାରା ବିକ୍ଷିପ୍ତ ରହିପାରେ। କୃତ୍ତିକା ନକ୍ଷତ୍ର ପ୍ରତ୍ୟେକ କାମ ପାଇଁ ଉତ୍ସାହିତ କରିବ। ଉତ୍ତମ ବୁଝାମଣା ଥିବାରୁ ପାରିବାରିକ ଜୀବନରେ ସ୍ଥିରତା ଅବ୍ୟାହତ ରହିବ। କୌଣସି ଏକ ନିର୍ଦ୍ଦିିଷ୍ଟ ଦିଗରେ ଖର୍ଚ୍ଚ କରିବାକୁ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖ ପ୍ରକାଶ କରିବେ।
ବୃଷ
ବୃଷ
ରାଶ୍ୟାଧିପତି ଶୁକ୍ରଙ୍କ ପ୍ରତି ଶନିଙ୍କ କ୍ରୂରଦୃଷ୍ଟି ପ୍ରତ୍ୟେକ ପ୍ରକାରର ଅଶାନ୍ତ ପରିସ୍ଥିତି ସୃଷ୍ଟି କରିପାରେ। ରୋହିଣୀ ନକ୍ଷତ୍ର ସକାଶେ କର୍ମକ୍ଷେତ୍ରରେ ବିଶେଷ ଅସୁବିଧା ହେବ ନାହିଁ। ଅଟକି ରହିଥିବା କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ସରକାରୀ ସ୍ତରରୁ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି।
ମିଥୁନ
ମିଥୁନ
ତୃତୀୟାଧିପତି କର୍ମଭାବସ୍ଥ ଯୋଗୁ ଆପଣ ବନ୍ଧୁଙ୍କ ସାହାଯ୍ୟରେ କାର୍ଯ୍ୟ ହାସଲ କରିବେ। ଅନୁକୂଳ ବାତାବରଣ ମଧ୍ୟରେ ଆପଣଙ୍କର ପ୍ରତ୍ୟେକ କାର୍ଯ୍ୟକୁ ସମ୍ପନ୍ନ କରିପାରିବେ। ମୃଗଶିରା ନକ୍ଷତ୍ର ବ୍ୟକ୍ତି ଯେତେ ଭଲ କାମ କଲେ ମଧ୍ୟ ନିନ୍ଦିତ ହେବେ। ପରିବାର ଭିତରେ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି।
କର୍କଟ
କର୍କଟ
ସହକର୍ମୀଙ୍କ ଉଦାରତାରୁ କାର୍ଯ୍ୟରେ ସହଯୋଗ ଜନିତ ଟେନସନ୍‌ କିିଛି ମାତ୍ରାରେ କମିଯିବ। ଯାତ୍ରା କାଳରେ ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ଠିକଣା ଜାଗାରେ ନ ପାଇ ବ୍ୟସ୍ତ ହୋଇପଡ଼ିବେ। ପଡ଼ୋଶୀଙ୍କ ସହାୟତାରେ ପରିବାରରେ ପୂର୍ବ ସମସ୍ୟା ସମାଧାନ ହେବାର ଆଶା ରହିଛି। କିନ୍ତୁ ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡ଼ିକ ସମ୍ପୂର୍ଣ୍ଣ ହେବ ନାହିଁ।
ସି˚ହ
ସି˚ହ
ଆଜି ବନ୍ଧୁଙ୍କ ସହ ଆଲୋଚନାରେ ସତକଥା କହି ବିବାଦ ଘେରରେ ପଡ଼ିପାରନ୍ତି। ଗବେଷଣା ଲବ୍ଧଜ୍ଞାନ ପରିବେଷଣ ତଥା ସାହିତ୍ୟ,କଳା,ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ସାଧାରଣ ବ୍ୟତିକ୍ରମ ଜନିତ କୌଣସି କ୍ଷେତ୍ରରେ ଭାଙ୍ଗି ପଡନ୍ତୁ ନାହିଁ। ଉତ୍ତରାଫାଲଗୁନୀ ନକ୍ଷତ୍ରର ଶତ୍ରୁତା, ଅଶାନ୍ତି ଓ ଋଣଭାର ହ୍ରାସ ପାଇବ।
କନ୍ୟା
କର୍ମକ୍ଷେତ୍ରରେ ଜଣା ପଡୁ ନ ଥିବା ବ୍ୟକ୍ତିଙ୍କ ଦ୍ୱାରା ମିଥ୍ୟା ଗୁଜବ ମନକୁ ଚହଲାଇ ଦେବ। ନିଜ ପରିସରରେ କଲ୍ୟାଣମୂଳକ କାମରେ ସହଯୋଗ,ସୁଖ ସମ୍ମାନ ପାଇ ଖୁସି ହେବେ। ଟଙ୍କାପଇସା ଦେବା ନେବାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ।
ତୁଳା
ତୁଳା
ଦୀର୍ଘଦିନର ଆଶା ଫଳବତୀ ହେବା କାରଣରୁ ସାମୟିକ ଆନନ୍ଦ ଲାଭ କରିପାରନ୍ତି। ବିଶାଖା ନକ୍ଷତ୍ରର କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ଆଗମନୀ ବାର୍ତ୍ତା ଦେଇଥିବା କୌଣସି ବିଶିଷ୍ଟ ଅତିଥିଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ସ୍ବାତୀ ନକ୍ଷତ୍ରର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ।
ବିଛା
ବିଛା
ହାତକୁ ନେଇଥିବା କାମ ଠିକ୍‌ ସମୟରେ ସମ୍ପନ୍ନ ହେବାରୁ ମାନସିକ ସ୍ତରରେ ଖୁସି ଅନୁଭବ କରିବେ। କର୍ମକ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ। ବିଶାଖା ନକ୍ଷତ୍ର ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ବନ୍ଧୁମାନଙ୍କ ସହିତ ମାତ୍ରାଧିକ ଭ୍ରମଣ ହେତୁକ କ୍ଳାନ୍ତି ଅନୁଭବ କରିବେ।
ଧନୁ
ଧନୁ
ଅତି ଦରକାରୀ ଜିନିଷଗୁଡ଼ିକ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି। ମୂଳା ନକ୍ଷତ୍ର ବହୁଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାର୍ଯ୍ୟକାରୀ କରିବେ। ବିବାଦୀୟ ପରିସ୍ଥିତିରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି। ପରିଜନଙ୍କ ସହିତ ନୂତନ ସ୍ଥାନ ଭ୍ରମଣ ସୁଯୋଗ ଜୁଟିବ।
ମକର
ମକର
ଆଜି ପାରିବାରିକ ଦୁଶ୍ଚିନ୍ତା କାରଣରୁ ରକ୍ତଚାପ ମଧ୍ୟ ବଢ଼ିପାରେ। ନିଜର କଠୋର ଏବଂ ରୁକ୍ଷ ବ୍ୟବହାର ଯୋଗୁ ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ଅଧସ୍ତନ କର୍ମଚାରୀଙ୍କ ସହ ଅପ୍ରିୟ ସତ୍ୟ ବ୍ୟବହାର କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପତ୍ନ କରିପାରେ। ଆଶା କରିଥିବା କାମ ଶେଷ ପର୍ଯ୍ୟାୟକୁ ନେଇପାରିବେ।
କୁମ୍ଭ
କୁମ୍ଭ
ପରିବାରର ବରାଦ ଅନୁଯାୟୀ ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇବେ। ସଭାସମିତିରେ ସ୍ଥାନୀୟ ବ୍ୟକ୍ତି ବିଶେଷଙ୍କ ସହଯୋଗ ଦ୍ୱାରା ଉପକୃତ ହୋଇପାରନ୍ତି। କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆଜିର ଦୂରଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ।
ମୀନମୀନ
ଆଜି କର୍ମକ୍ଷେତ୍ରରୁ ଫେରିବା ବେଳକୁ ଘରର ଅଶାନ୍ତ ପରିବେଶ କେତେକାଂଶରେ ଶାନ୍ତ ପଡ଼ିଯାଇଥିବ। ବାଟରେ ବନ୍ଧୁଙ୍କୁ ଭେଟି ଆଗାମୀ କାଲିର ଯୋଜନା ପ୍ରସ୍ତୁତ କରିପାରନ୍ତି। କର୍ମକ୍ଷେତ୍ରରେ ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି। ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?