ଭୁବନେଶ୍ୱରରେ ଲାଟ୍‌ ଲିଭ୍‌ର ୧ମ ଏକ୍ସକ୍ଲୁସିଭ ଷ୍ଟୋର

ଭୁବନେଶ୍ୱର,୧୯।୨: ବର୍ତ୍ତମାନର ଜଟିଳ ସମୟ ମଧ୍ୟରେ ସହରବାସୀଙ୍କୁ ଗୋଟିଏ ଛାତ ତଳେ ସମସ୍ତ ପ୍ରକାର ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇଦେବା ଲକ୍ଷ୍ୟ ନେଇ କମ୍ପାନୀ ଭୁବନେଶ୍ୱରରେ ତା’ର ପ୍ରଥମ ‘ଲାଟ୍‌ ଲିଭ୍‌’ ଏକ୍ସକ୍ଲୁସିଭ୍‌ ଷ୍ଟୋରର ଶୁଭାରମ୍ଭ କରିଛି। ଗୁରୁବାର ସ୍ଥାନୀୟ କଳ୍ପନା ଛକସ୍ଥିତ ଉତ୍କଳ କନିକା ଗ୍ୟାଲେରିଆ ପରିସରରେ ଏହାର ନୂତନ ଷ୍ଟୋର ଉଦ୍‌ଘାଟନ ହୋଇଯାଇଛି। ଏହି ଅବସରରେ ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଏହି ଷ୍ଟୋରରେ ୪ହଜାରରୁ ଊର୍ଦ୍ଧ୍ୱ ଫ୍ୟାଶନ ଲାଇଫ୍‌ ଷ୍ଟାଇଲ୍‌ର ସାମଗ୍ରୀ ଉପଲବ୍ଧ ରହିଛି। ଯେଉଁଥିରେ ଫ୍ୟାଶନ, ବିୟୁଟି, ଷ୍ଟେଶନେରି, ଡିଜିଟାଲ, କିଚେନ୍‌, ଗିଫ୍ଟି୍ଟ, ପିଲାଙ୍କ ଆନୁଷଙ୍ଗିକ ସହ ଘର ଉପକରଣ ସାମଗ୍ରୀ ରହିଛି। ସେହିପରି ୨ଶହରୁ ଊର୍ଦ୍ଧ୍ୱ କ୍ଲାସିକ ସାମଗ୍ରୀ ମଧ୍ୟ ଏଠାରେ ଉପଲବ୍ଧ । ଏହି ଅବସରରେ ଷ୍ଟୋରର ନିର୍ଦ୍ଦେଶକ ସିଲ୍ଲା ରାମାରାଓ ଓ ନିର୍ଦ୍ଦେଶିକା ସିଲ୍ଲା ସରୋଜା କହିଛନ୍ତି, ସାରା ଦେଶରେ ‘ଲାଟ୍‌ ଲିଭ୍‌’ର ୩୦ରୁ ଊର୍ଦ୍ଧ୍ୱ ଶାଖା ରହିଥିବାବେଳେ ଭୁବନେଶ୍ୱରରେ ଏହା ପ୍ରଥମ ଷ୍ଟୋର ଭାବେ ଗ୍ୟାଲେରିଆ ପରିସରରେ ଆରମ୍ଭ କରାଯାଇଛି। ଏଠାରେ ସମସ୍ତ ପ୍ରକାର ସାମଗ୍ରୀ ସୁଲଭ ମୂଲ୍ୟରେ ଗ୍ରାହକଙ୍କୁ ଯୋଗାଇଦିଆଯିବ ବୋଲି ସରୋଜା କହିଛନ୍ତି। ଆଗାମୀ ଦିନରେ ଓଡ଼ିଶାର ପ୍ରମୁଖ ସହରଗୁଡ଼ିକରେ ଏହାର ଶାଖା ଖୋଲିବା ଯୋଜନା ରହିଛି। ଅନ୍ୟମାନଙ୍କ ମଧ୍ୟରେ କମ୍ପାନୀର ବ୍ରାଣ୍ଡ ମୁଖ୍ୟ ଛାୟା ଠାକେରଙ୍କ ସମେତ ଅନ୍ୟ ସମସ୍ତ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମୁଁ ଯାହା କିଛି… ଜାଣନ୍ତୁ କାହାକୁ ସଫଳତାର ଶ୍ରେୟ ଦେଲେ ମୋଦି

ନୂଆଦିଲ୍ଲୀ,୭।୧୦: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ନିରନ୍ତର ୨୫ ବର୍ଷର ଜନସେବା ପୂରଣ କରିଛନ୍ତି। ଏହି ଅବସରରେ ବୁଧବାର ନୂଆଦିଲ୍ଲୀରେ ଆୟୋଜିତ ଭାରତ…

୫ କୋଟି ଟଙ୍କାର ଖବର, ପ୍ରେମାନନ୍ଦ ମହାରାଜଙ୍କୁ ନେଇ ବଡ଼ କଥା କହିଲେ ବିରାଟ କୋହଲି, ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୭।୧୦: ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ରସିକ ଦୁଲାରୀ ଶରଣ (ଯିଏ ଦୀପକ ଲୋଦି ନାମରେ ମଧ୍ୟ ଜଣାଶୁଣା)ଙ୍କ ମୃତ୍ୟୁ ପରେ ‘କେଳିକୁଞ୍ଜ ଆଶ୍ରମ’ କ୍ରମାଗତ ଭାବେ ଆଲୋଚନାର…

ମା’ ତାରାତାରିଣୀଙ୍କ ଦାନହୁଣ୍ଡିରୁ ମିଳିଲା ଦୁଇ ଶିଶୁଙ୍କ ଭାବବିହ୍ବଳ ଚିଠି: ଏଥିରେ ଲେଖାଅଛି ମୋ’ ବାବାଙ୍କୁ ଭଲ ବାଟକୁ ଆଣ, ମୋ ମା’କୁ…

ପୁରୁଷୋତ୍ତମପୁର,୭ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡି ଖୋଲାଯାଇଥିବା ବେଳେ ସେଥିମଧ୍ୟରୁ ମିଳିଛି ଦୁଇଟି ଶିଶୁଙ୍କ ଚିଠି। ଗୋଟିଏ ଓଡ଼ିଆରେ ଲେଖା…

କେବେ ଭାବିଛନ୍ତି କି, ଗୋଟିଏ ମାସରେ ପୂରା ଭାରତର ବିଜୁଳି ବିଲ କେତେ ଆସୁଥିବ?

ଆଜିକାଲି ବଢ଼ୁଥିବା ମହଙ୍ଗା ମାଡ଼ରେ ଘରର ବଜେଟ ସମ୍ଭାଳିବା ବହୁତ କଷ୍ଟକର ହୋଇପଡ଼ିଛି। ଯଦି ପରିବାରରେ କେବଳ ଜଣେ ହିଁ ରୋଜଗାରକ୍ଷମ ବ୍ୟକ୍ତି ଥାଆନ୍ତି, ତେବେ ପ୍ରତି…

ଖୁସି ଖବର ଦେଲେ କିଆରା ଆଡଭାନୀ, ଦେଢ଼ ବର୍ଷ ପରେ ପୁଣି ଥରେ ଶେୟାର କଲେ ଏମିତି ଖବର

ମୁମ୍ବାଇ: ବଲିଉଡର ବିୟୁଟି ଅଭିନେତ୍ରୀ କିଆରା ଆଡଭାନୀ ଏବଂ ସିଦ୍ଧାର୍ଥ ମଲହୋତ୍ରାଙ୍କ ଜୀବନରେ ପୁଣିଥରେ ଖୁସିର ଆଗମନ ହୋଇଛି। ଏହି ଦମ୍ପତି ନିଜ ପ୍ରଶଂସକଙ୍କ ସହ ଏକ…

ପ୍ରିୟଙ୍କା-ରାହୁଲଙ୍କ ବିରୋଧରେ FIR; ଲାଗିଲା ଗୁରୁତର ଅଭିଯୋଗ!

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଉଦ୍ଦେଶ୍ୟରେ ଆୟୋଜିତ ଏକ ଶୋଭାଯାତ୍ରା ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଆକାଶବାଣୀ ଭବନରେ…

କେବେ ଭାବି ନ ଥିଲି ଏମିତି ଦିନ ଆସିବ: ଭାବବିହ୍ବଳ ହୋଇପଡ଼ିଲେ ମୋଦି

ନୂଆଦିଲ୍ଲୀ,୭।୧୦: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର…

Chanakya Niti: ଜୀବନରେ ସଫଳତା ପାଇବାକୁ ହେଲେ ମାନନ୍ତୁ ଏହି ୩ ବଡ଼ କଥା…

ଆଚାର୍ଯ୍ୟ ଚାଣକ୍ୟଙ୍କ ‘ଚାଣକ୍ୟ ନୀତି’ରେ ମାନବ ସମାଜ, ବ୍ୟକ୍ତିଗତ ବ୍ୟବହାର, ଏବଂ ଜୀବନରେ ସଫଳତା ପାଇଁ ଅନେକ ବାସ୍ତବିକ ଉପଦେଶ ରହିଛି। ସେଥିମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହେଲା……

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?