Posted inଖେଳ

ପ୍ରଥମ ଦିନିକିଆ: ଟସ୍‌ ଜିତିଲା ଅଷ୍ଟ୍ରେଲିଆ, ଭାରତ ପକ୍ଷରୁ ନୀତିଶ ରେଡ୍ଡିଙ୍କ ଡେବ୍ୟୁ… 

ପର୍ଥ,୧୯।୧୦: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ODI(ଦିନିକିଆ) ପର୍ଥର Optus ଷ୍ଟାଡିୟମରେ ଖେଳାଯାଉଛି। ଆଜିର ମୁକାବିଲା ଦିନିକିଆ ଅଧିନାୟକ ଭାବେ ଗିଲ୍‌ଙ୍କ ପ୍ରଥମ ମ୍ୟାଚ୍‌। ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ଅର୍ଥାତ ଭାରତ ଟିମ୍‌ ପ୍ରଥମେ ବ୍ୟାଟିଂ କରିବ। ପର୍ଥରେ ଭାରତ ପକ୍ଷରୁ ନୀତିଶ ରେଡ୍ଡୀ ଡେବ୍ୟୁ କରୁଛନ୍ତି। ତାଙ୍କୁ ରୋହିତ ଶର୍ମା  ଡେବ୍ୟୁ କ୍ୟାପ୍‌ ପ୍ରଦାନ କରିଥିଲେ।
ଭାରତ ୨୦୨୫ ଚାମ୍ପିଅନ୍ସ ଟ୍ରଫି ଜିତିବା ପରେ ODI ଫର୍ମାଟରେ ଖେଳିବାକୁ ଯାଉଛି। ପର୍ଥ ଷ୍ଟାଡିୟମରେ ଆୟୋଜକ ଅଷ୍ଟ୍ରେଲିଆର ୧୦୦% ପରାଜୟ ରେକର୍ଡ ଅଛି। ସେମାନେ ସେଠାରେ ତିନୋଟି ମ୍ୟାଚ୍‌ ଖେଳିଛନ୍ତି ଏବଂ ସମସ୍ତ ହାରିଛନ୍ତି।
ପର୍ଥରେ ରୋହିତ ଶର୍ମା ଇତିହାସ ରଚିବେ। କାରଣ ଏହା ତାଙ୍କର ୫୦୦ତମ ଅନ୍ତର୍ଜାତୀୟ ମ୍ୟାଚ୍‌ ହେବ। ସେ ଏହି ଉପଲବ୍ଧି ହାସଲ କରିଥିବା ବିଶ୍ୱର ୧୧ତମ ଏବଂ ଭାରତର ୫ମ କ୍ରିକେଟର ହେବେ।

ଭାରତର ପ୍ଲେଇଂ ୧୧:

ରୋହିତ ଶର୍ମା, ଶୁଭମନ ଗିଲ (ଅଧିନାୟକ), ବିରାଟ କୋହଲି, ଶ୍ରେୟସ ଆୟର, କେଏଲ ରାହୁଲ, ଅକ୍ଷର ପଟେଲ, ନୀତିଶ ରେଡ୍ଡୀ, ୱାଶିଂଟନ ସୁନ୍ଦର, ହର୍ଷିତ ରାଣା, ମହମ୍ମଦ ସିରାଜ, ଅର୍ଶଦୀପ ସିଂହ

ଅଷ୍ଟ୍ରେଲିଆର ପ୍ଲେଇଂ ୧୧:

ଟ୍ରାଭିସ୍ ହେଡ୍, ମିଚେଲ ମାର୍ଶ (ଅଧିନାୟକ), ମାଥ୍ୟୁ ସର୍ଟ, ମ୍ୟାଟ୍ ରେନଶା, ଜୋଶ ଫିଲିପ୍ସ, ମିଚେଲ ଓୱେନ୍, କୁପର କନୋଲି, ମିଚେଲ ଷ୍ଟାର୍କ, ନାଥନ୍ ଏଲିସ୍, ମ୍ୟାଟ୍ କୁନହେମାନ, ଜୋଶ ହାଜେଲଉଡ୍


Enter your email to get our daily news in your inbox.

All Right Reserved By Dharitri.Com

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

୪୦ ବର୍ଷ ପରେ ଖୋଲେ ଭାଗ୍ୟର ତାଲା! ଏହି ୩ ରାଶିର ଲୋକଙ୍କ ଉପରେ ବର୍ଷେ ଧନ , ଯଶ

ଜୀବନରେ ଅନେକ ସଂଘର୍ଷ କରିବା ପରେ ମଧ୍ୟ ଯଦି ସଫଳତା ମିଳୁନାହିଁ, ତେବେ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏହା ପଛରେ ଗ୍ରହ ନକ୍ଷତ୍ରର ପ୍ରଭାବ ଥାଇପାରେ। ଜ୍ୟୋତିଷର…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri