Posted inଖେଳ

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି। ଅଭିଷେକ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ ବୋଲରଙ୍କ ଶୃଙ୍ଖଳିତ ପ୍ରଦର୍ଶନ ବଳରେ ଭାରତ ସିରିଜ୍‌ରେ ୧-୦ରେ ଅଗ୍ରଣୀ ହାସଲ କରିଛି।

ଟସ୍ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ୍ ହରାଇ ୨୩୮ ରନ୍‌ର ପାହାଡ଼ ସଦୃଶ ସ୍କୋର ଛିଡ଼ା କରିଥିଲା। ଭାରତ ପାଇଁ ଅଭିଷେକ ଶର୍ମା ମାତ୍ର ୩୫ ବଲ୍‌ରୁ ୮୪ ରନ୍‌ ସଂଗ୍ରହ କରିଥିଲେ। ମାତ୍ର ୨୨ ବଲ୍‌ରେ ଅର୍ଦ୍ଧଶତକ ପୂରଣ କରି ସେ ଆନ୍ତର୍ଜାତୀୟ ଟି-୨୦ରେ ୮ମ ଥର ପାଇଁ ୨୫ ବଲ୍‌ରୁ କମ୍‌ରେ ଅର୍ଦ୍ଧଶତକ ହାସଲ କରିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ରିଙ୍କୁ ସିଂ ଶେଷ ଭାଗରେ ୨୦ ବଲ୍‌ରୁ ଅପରାଜିତ ୪୪ ରନ୍‌ର ଇନିଂସ ଖେଳି ଭାରତକୁ ଏକ ମଜବୁତ ସ୍ଥିତିରେ ପହଞ୍ଚାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ସୂର୍ଯ୍ୟକୁମାର ଯାଦବ (୩୨) ଏବଂ ହାର୍ଦ୍ଦିକ ପାଣ୍ଡ୍ୟା (୨୫) ମଧ୍ୟ ଗୁରୁତ୍ୱପୂର୍ଣ୍ଣ ରନ୍ ଯୋଡ଼ିଥିଲେ।

୨୩୯ ରନ୍‌ର ବିଶାଳ ଲକ୍ଷ୍ୟକୁ ପିଛା କରି ନ୍ୟୁଜିଲାଣ୍ଡ ୭ ଉଇକେଟ୍ ହରାଇ ୧୯୦ ରନ୍ କରିବାକୁ ସକ୍ଷମ ହୋଇଥିଲା। ବରୁଣ ଚକ୍ରବର୍ତ୍ତୀ ଏବଂ ଶିବମ ଦୁବେ ପ୍ରତ୍ୟେକ ୨ଟି ଲେଖାଏଁ ଉଇକେଟ୍ ନେଇ କିୱି ଦଳର ବ୍ୟାଟିଂ ମେରୁଦଣ୍ଡ ଭାଙ୍ଗି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପୂର୍ବରୁ ଅଚାନକ ରିଟାୟର ଘୋଷଣା କଲେ ଏହି ଖେଳାଳି, କ୍ରିକେଟ ଜଗତରେ ହଇଚଇ!

ନୂଆଦିଲ୍‌ଲୀ,୮।୩: ନ୍ୟୁଜିଲାଣ୍ଡର ଷ୍ଟାର ଫାଷ୍ଟ ବୋଲର ଲିଆ ତାହୁହୁ ODI ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ସେ କିୱି ଦଳର ଜଣେ ସଫଳ ଫାଷ୍ଟ ବୋଲର। ୨୦୨୬ରେ…

ଇରାନ ଯୁଦ୍ଧକୁ ନେଇ ଭାରତର ବଡ଼ ନଷ୍ପତ୍ତି, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୮।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀକୁ ନେଇ ଚାଲିଥିବା ସଙ୍କଟ ମଧ୍ୟରେ, ଭାରତ ସରକାର ପାରସ୍ୟ ଉପସାଗରରେ ଫସି ରହିଥିବା ଜାହାଜଗୁଡ଼ିକୁ ସୁରକ୍ଷା…

ଟି-୨୦ ଫାଇନାଲ ଭାରତୀୟ ଅଧିନାୟକଙ୍କ ପାଇଁ ସତର୍କ ଘଣ୍ଟି! ସୂର୍ଯ୍ୟଙ୍କ ଶେଷ ହୋଇଯିବ…

ନୂଆଦିଲ୍‌ଲୀ,୮।୩: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ, ଟିମ ଇଣ୍ଡିଆ ଇତିହାସ ରଚିବାଠାରୁ ମାତ୍ର ଗୋଟିଏ ପାଦ ଦୂରରେ ଅଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ ଫାଇନାଲ…

IND VS NZ: ଫାଇନାଲ ମ୍ୟାଚ ଉପରେ ୪,୫୦୦ ପୋଲିସ କର୍ମଚାରୀଙ୍କ ସହ ନଜର ରଖିବ ୩୦୦ ସିସିଟିଭି କ୍ୟାମେରା

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ T20 ବିଶ୍ୱକପ ୨୦୨୬ର ଫାଇନାଲ ମ୍ୟାଚ ୮ ମାର୍ଚ୍ଚରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ନରେନ୍ଦ୍ର ମୋଦି ଷ୍ଟାଡିୟମ…

ସଫଳ ହେଲା ଜୟଶଙ୍କରଙ୍କ କୂଟନୀତି, ଇରାନ ଦେଖାଇଲା ଉଦାରତା

ନୂଆଦିଲ୍ଲୀ,୭।୩: ରବିବାର ନବମ ଦିନ ପାଇଁ ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି। ଉପସାଗରରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଦୁଇଟି ଭାରତୀୟ ମାଲବାହୀ…

ବରୁଣ ଚକ୍ରବର୍ତ୍ତୀ ନୁହେଁ, ଫାଇନାଲରେ ଖେଳିବେ ଏହି ଖେଳାଳି! ପ୍ଲେଇଂ ଇଲେଭେନର ନୂଆ ଅପଡେଟ କରୁଛି ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୩: ଫାଇନାଲରେ ବରୁଣ ଚକ୍ରବର୍ତ୍ତୀ ଖେଳିବେ କି ନାହିଁ ତାହା ଏକ ପ୍ରମୁଖ ପ୍ରଶ୍ନ ହୋଇ ରହିଛି। ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ସେ ଚାରି ଓଭରରେ ୬୪ରନ…

ଯୁଦ୍ଧ ଭିତରୁ ଏବେ ପର୍ଯ୍ୟନ୍ତ କେତେ ଭାରତୀୟ ସୁରକ୍ଷିତ ଫେରିଛନ୍ତି ସ୍ବଦେଶ ସରକାର ଦେଲେ ତଥ୍ୟ

ନୂଆଦିଲ୍ଲୀ,୮।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ ଆକ୍ରମଣ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଏହାକୁ ନେଇ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି…

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri