Posted inଖେଳ

ପ୍ରଥମ ଟି ୨୦: ଓ୍ବେଷ୍ଟଇଣ୍ଡିଜକୁ ଜିତାଇଲେ ବୋଲର

ତ୍ରିନିଦାଦ,୪/୮: ଭାରତ ଓ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚକୁ ୪ ରନ୍‌ରେ ଜିତି ନେଇଛି ଘରୋଇ ଦଳ। ପ୍ରଥମେ ବ୍ୟାଟିଂ କରି େଓଷ୍ଟେଇଣ୍ଡିଜ୍‌ ୨୦ ଓଭରରେ ୬ ଉଇକେଟ ହରାଇ ୧୪୯ ରନ୍‌ ସଂଗ୍ରହ କରିଥିଲା। ଦଳ ପକ୍ଷରୁ ରୋଭମାନ ପାଓ୍ବେଲ ୪୮ ଓ ନିକୋଲାସ ପୁରନ ୪୧ ରନ୍‌ କରିଥିଲେ। ଜବାବରେ ଭାରତ ନିର୍ଦ୍ଧାରିତ ଓଭରରେ ୯ ଉଇକେଟ ହରାଇ ୧୪୫ ରନ୍‌ କରିଥିଲା। ଓ୍ବେଷ୍ଟଇଣ୍ଡିଜ୍‌ ବୋଲର ଚମତ୍କାର ବୋଲିଂ କରିବା ସହିତ ଭାରତ ହାତରୁ ମ୍ୟାଚ୍‌ ଛଡାଇ ନେଇଥିଲେ। ଭାରତ ପକ୍ଷରୁ ଏହି ମ୍ୟାଚ୍‌ରେ ଆଇପିଏଲ୍‌ ସେନସେସନ୍‌ ତିଳକ ବର୍ମା ଓ ମୁକେଶ କୁମାର ଟି ୨୦ ପଦାର୍ପଣ କରିଥିଲେ।
ପ୍ରଥମ ଉଇକେଟରେ ଓ୍ବେଷ୍ଟଇଣ୍ଡିଜର ଦୁଇ ଓପନର ବ୍ରାଣ୍ଡନ କିଙ୍ଗ ଓ କାଇଲ ମେୟର୍ସ ୨୯ ରନ୍‌ ଯୋଡିଥିଲେ। ବ୍ରାଣ୍ଡନ୍‌ କିଙ୍ଗ ଧୂଆଁଧାର ବ୍ୟାଟିଂ କରିବା ସହ ୧୯ ବଲ୍‌ରୁ ୪ ଚୌକା ଓ ୧ ଛକା ସହ ୨୮ ରନ୍‌ କରିଥିଲେ। ୫ମ ଓଭରରେ ୟୁଜବେନ୍ଦ୍ର ଚହଲ ଉଭୟ ଓପନରଙ୍କୁ ପ୍ୟାଭିଲିୟନ୍‌ ପଠାଇଥିଲେ। ନିକୋଲାସ ପୁରନ୍‌ ଦ୍ରୁତ ୪୧ ରନ୍‌ ସ୍କୋର କରିଥିବା ବେଳେ ଅଧିନାୟକ ରୋଭମାନ୍‌ ପାଓ୍ବେଲ(୪୮)ଙ୍କ ସହ ୩୮ ରନ୍‌ ଯୋଡିଥିଲେ। ୨୮ ବଲ୍‌ ଖେଳି ପୁରନ୍‌ ଦୁଇଟି ଲେଖାଏ ଛକା ଓ ଚୌକା ମାରିଥିଲେ। ଅଧିନାୟକ ରୋଭମାନ ପାଓ୍ବେଲ ୩୨ ବଲ୍‌ ଖେଳି ୪୮ ରନ୍‌ ସ୍କୋର କରିଥିଲେ। ତାଙ୍କ ଇନିଂସରେ ୩ ଚୌକା ଓ ୩ ଛକା ସାମିଲ ଥିଲା। ଭାରତ ପକ୍ଷରୁ ୟୁଜବେନ୍ଦ୍ର ଚହଲ ଓ ଅର୍ଶଦୀପ ସିଂ ୨ଟି ଲେଖାଏ ଉଇକେଟ ନେଇଥିଲେ। ଭାରତ ପାଇଁ ୧୫୦ ରନ୍‌ର ଲକ୍ଷ୍ୟ ସହଜ ହେବା ନେଇ ଆଶା କରାଯାଉଥିଲା। ତେବେ ଡେବ୍ୟୁଟାଣ୍ଟ ତିଲକ ବର୍ମାଙ୍କୁ ଛାଡି ଅନ୍ୟ କୌଣସି ବ୍ୟାଟର ଦ୍ରୁତ ରନ୍‌ କରି ପାରିନଥିଲେ। ତିଲକ ୨୨ ବଲ୍‌ ଖେଳି ୨ ଚୌକା ଓ ୩ ଛକା ସହିତ ୩୯ ରନ୍‌ କରିଥିଲେ। ସୂର୍ଯ୍ୟକୁମାର ଯାଦବ ୨୧, ହାର୍ଦ୍ଦିକ ପାଣ୍ଡ୍ୟା ୧୯ ଓ ସଞ୍ଜୁ ସାମସନ୍‌ ୧୨ ରନ୍‌ କରିଥିଲେ। ଜାସନ୍‌ ହୋଲ୍ଡର, ଓବେଡ ମ୍ୟାକୟ ଓ ରୋମାରିଓ ଶେଫର୍ଡ ଦୁଇଟି ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

ସଞ୍ଜୁଙ୍କୁ ଦେଖି ପାକିସ୍ତାନୀ ଫ୍ୟାନ୍‌ କହିଲେ ‘ଆଇ ଲଭ ୟୁ’: କଲେ ଏମିତି ଅନୁରୋଧ, ଶୁଣିକି ସମସ୍ତେ…ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୫।୯: ଜାପାନର ସାନୋ ସହରରେ ଖେଳାଯାଇଥିବା ଭାରତ-ଜାପାନ ଏକମାତ୍ର ଟି-୨୦ ମ୍ୟାଚ ପରେ ମୈଦାନ ବାହାରେ ଦେଖିବାକୁ ମିଳିଥିଲା ଏକ ମଜାଦାର ଦୃଶ୍ୟ। ଭାରତୀୟ ଷ୍ଟାର ବ୍ୟାଟର…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?