୧ରୁ ଯୁକ୍ତ୨ ପ୍ରାକ୍ଟିକାଲ: ହବ୍‌ ସେଣ୍ଟରକୁ ଗଲା ପ୍ରଶ୍ନପତ୍ର

ଭୁବନେଶ୍ୱର, ୩୧ା୧(ବ୍ୟୁରୋ): ସିଏଚ୍‌ଏସ୍‌ଇ ଦ୍ୱାରା ପରିଚାଳିତ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା ଆସନ୍ତା ୧ ତାରିଖରୁ ଆରମ୍ଭ ହେବ। ସୋମବାର ରାଜ୍ୟର ସମସ୍ତ ହବ୍‌ ସେଣ୍ଟରକୁ ଉଭୟ ପ୍ରାକ୍ଟିକାଲ ପ୍ରଶ୍ନପତ୍ର ଏବଂ ଉତ୍ତର ଖାତା ପଠାଯାଇଛି। ୧୦ ତାରିଖ ମଧ୍ୟରେ ପ୍ରାକ୍ଟିକାଲ ପରୀକ୍ଷା ଶେଷ କରିବାକୁ କୁହାଯାଇଛି। ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକ ସୁବିଧା ଅନୁସାରେ ପରୀକ୍ଷା କରିବେ। ପ୍ରାକ୍ଟିକାଲ ପରୀକ୍ଷା ପରେ ୧୭ ତାରିଖ ସୁଦ୍ଧା ପ୍ରାକ୍ଟିକାଲ ଉତ୍ତର ଖାତା ଏବଂ ମାର୍କ ସିଏଚ୍‌ଏସ୍‌ଇରେ କଲେଜ କର୍ତ୍ତୃପକ୍ଷ ପୈଠ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟରେ ସଂସ୍କୃତ କଲେଜକୁ ବାଦ୍‌ ଦେଲେ ସରକାରୀ, ଅନୁଦାନପ୍ରାପ୍ତ ଏବଂ ଘରୋଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସଂଖ୍ୟା ୧,୫୯୦ ରହିଛି। ସେଥିରୁ ଏଥର ୧,୧୪୪ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ପରୀକ୍ଷା କେନ୍ଦ୍ର ଭାବେ ମନୋନୀତ କରାଯାଇଛି। ପରୀକ୍ଷାରେ ସ୍ବଚ୍ଛତା ଆଣିବା ଲାଗି ପ୍ରଶ୍ନପତ୍ର ସୁରକ୍ଷାକୁ ଗୁରୁତ୍ୱ ଦେଇ ୨୦୨ଟି ହବ୍‌ କେନ୍ଦ୍ର ପ୍ରସ୍ତୁତ କରାଯାଇଛି। ମୋଟ ଉପରେ ୧,୧୪୪ଟି ପରୀକ୍ଷା କେନ୍ଦ୍ରରେ ଥିଓରୀ ଏବଂ ୧,୫୯୦ କଲେଜରେ ପ୍ରାକ୍ଟିକାଲ ପରୀକ୍ଷା କରାଯିବ। ଚଳିତବର୍ଷ ୩ଥର ଫର୍ମ ପୂରଣ ପ୍ରକ୍ରିୟା ଶେଷ ହେବାପରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ମୋଟ୍‌ ମୋଟ ୩ଲକ୍ଷ ୫୮ହଜାର ୪୯୯ଜଣ ଛାତ୍ରୀଛାତ୍ର ଯୁକ୍ତ୨ ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରେ ୩,୩୮,୭୪୭ଜଣ ରେଗୁଲାର ଏବଂ ୧୭,୭୦୨ଜଣ ଏକ୍ସ ରେଗୁଲାର ଛାତ୍ରୀଛାତ୍ର ରହିଛନ୍ତି। ରେଗୁଲାର ଛାତ୍ରୀଛାତ୍ରଙ୍କ ମଧ୍ୟରୁ କଳାରେ ୨,୧୯,୧୧୦ ଜଣ ଥିବା ବେଳେ ବିଜ୍ଞାନରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫,୧୧୦ଜଣ ଛାତ୍ରୀଛାତ୍ର ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri