ଗୋଟିଏ କୋଠରିରେ ପ୍ରଥମରୁ ପଞ୍ଚମ ଶ୍ରେଣୀର ପିଲା

ବେହେରା,୬।୨(ଡି.ଏନ.ଏ.):କଳାହାଣ୍ଡି ଜିଲା ଦଣ୍ଡପାଟ ଅଞ୍ଚଳରେ ଶିକ୍ଷା ବ୍ୟବସ୍ଥା ଭୁଶୁଡି ପଡିଛି। କେଉଁଠି ଶିକ୍ଷକ ତ ପୁଣି କେଉଁଠି ଭିତ୍ତିଭୂମି ଅଭାବ। ପାରିପାଶର୍‌ବିକକୁ ଅନୁମାନ କରାଗଲେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନିଶ୍ଚିତ ଭିତରେ ଠେଲି ହୋଇ ରହିଯାଇଛି। ଏଭଳି ଏକ ଦୃଷ୍ଟାନ୍ତ କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ପିପଲପଡା ବିଦ୍ୟାଳୟରେ ଦେଖିବାକୁ ମିଳିଛି। ଏହି ପ୍ରାଥମିକ ବିଦ୍ୟାଳୟରେ ଗୋଟିଏ ଶ୍ରେଣୀ ଗୃହରେ ପ୍ରଥମରୁ ପଞ୍ଚମ ଶ୍ରେଣୀର ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ପିପଲପଡା ପ୍ରାଥମିକ ବିଦ୍ୟାଳୟରେ ମୋଟ ୭୯ଜଣ ଛାତ୍ରୀଛାତ୍ର ରହିଛନ୍ତି। ସେଥିମଧ୍ୟରୁ ପ୍ରଥମ ଶ୍ରେଣୀରେ ୧୮, ୨ୟରେ ୧୪, ୩ୟରେ ୨୦, ୪ର୍ଥରେ ୧୪ ଓ ୫ମ ଶ୍ରେଣୀରେ ୧୨ଜଣ ଛାତ୍ରଛାତ୍ରୀ ଅଧ୍ୟୟନ କରୁଛନ୍ତି। ବିଦ୍ୟାଳୟରେ ୨ଜଣ ଶିକ୍ଷକ ନିଯୁକ୍ତି ପାଇଥିବା ବେଳେ ଗୋଟିଏ ଶ୍ରେଣୀ ଗୃହ ରହିଛି। ଗୋଟିଏ ଶ୍ରେଣୀ କୋଠରିରେ ୭୯ଜଣ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଗଢ଼ା ହେଉଛି। ଏହାକୁ ନେଇ ଅଭିଭାବକ ମହଲରେ ଅସନ୍ତୋଷ ଦେଖାଦେଇଛି। ଗୋଟିଏପଟେ ଶିକ୍ଷା ପ୍ରତି ସରକାର ଗୁରୁତ୍ୱ ଦେଉଥିବା ବେଳେ ଏହି ବିଦ୍ୟାଳୟକୁ ପ୍ରଶାସନ ଅଣଦେଖା କରୁଥିବା ନୀତିକୁ ବୁଦ୍ଧିଜୀବୀ ମହଲରେ ତୀବ୍ର ନିନ୍ଦା କରିବା ସହ ସମାଲୋଚନା କରାଯାଇଛି। ସ୍କୁଲ କମିଟି, ଗ୍ରାମବାସୀ ଓ ଅଭିଭାବକମାନେ ବାରମ୍ବାର ବିଭାଗକୁ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ ବିଦ୍ୟାଳୟ ପ୍ରତି କୌଣସି ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ଗାଁରେ ଅସନ୍ତୋଷ ପ୍ରକାଶ ପାଉଛି। ଗୁଣାତ୍ମକ ଶିକ୍ଷା ସାଙ୍ଗକୁ ଭିତ୍ତିଭୂମି ଲାଗି କୋଟିକୋଟି ଟଙ୍କା ସରକାର ଖର୍ଚ୍ଚ କରୁଛନ୍ତି। ଏପରିକି ପିଲାଙ୍କୁ ଆକୃଷ୍ଟ କରିବା ପାଇଁ ପୋଷାକ, ବୁଟ ମଉଜା ଓ ମାଧ୍ୟାହ୍ନ ଭୋଜନ ସହ ବହିପତ୍ର ଯୋଗାଇ ଦିଆଯାଉଛି। ହେଲେ ଏବେ ବି ଅନେକ ବିଦ୍ୟାଳୟର ଭିତ୍ତିଭୂମି ଅଭାବ ଯୋଗୁ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧାର ଭିତରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri