ଗୋଟିଏ କୋଠରିରେ ପ୍ରଥମରୁ ପଞ୍ଚମ ଶ୍ରେଣୀର ପିଲା

ବେହେରା,୬।୨(ଡି.ଏନ.ଏ.):କଳାହାଣ୍ଡି ଜିଲା ଦଣ୍ଡପାଟ ଅଞ୍ଚଳରେ ଶିକ୍ଷା ବ୍ୟବସ୍ଥା ଭୁଶୁଡି ପଡିଛି। କେଉଁଠି ଶିକ୍ଷକ ତ ପୁଣି କେଉଁଠି ଭିତ୍ତିଭୂମି ଅଭାବ। ପାରିପାଶର୍‌ବିକକୁ ଅନୁମାନ କରାଗଲେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନିଶ୍ଚିତ ଭିତରେ ଠେଲି ହୋଇ ରହିଯାଇଛି। ଏଭଳି ଏକ ଦୃଷ୍ଟାନ୍ତ କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ପିପଲପଡା ବିଦ୍ୟାଳୟରେ ଦେଖିବାକୁ ମିଳିଛି। ଏହି ପ୍ରାଥମିକ ବିଦ୍ୟାଳୟରେ ଗୋଟିଏ ଶ୍ରେଣୀ ଗୃହରେ ପ୍ରଥମରୁ ପଞ୍ଚମ ଶ୍ରେଣୀର ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ପିପଲପଡା ପ୍ରାଥମିକ ବିଦ୍ୟାଳୟରେ ମୋଟ ୭୯ଜଣ ଛାତ୍ରୀଛାତ୍ର ରହିଛନ୍ତି। ସେଥିମଧ୍ୟରୁ ପ୍ରଥମ ଶ୍ରେଣୀରେ ୧୮, ୨ୟରେ ୧୪, ୩ୟରେ ୨୦, ୪ର୍ଥରେ ୧୪ ଓ ୫ମ ଶ୍ରେଣୀରେ ୧୨ଜଣ ଛାତ୍ରଛାତ୍ରୀ ଅଧ୍ୟୟନ କରୁଛନ୍ତି। ବିଦ୍ୟାଳୟରେ ୨ଜଣ ଶିକ୍ଷକ ନିଯୁକ୍ତି ପାଇଥିବା ବେଳେ ଗୋଟିଏ ଶ୍ରେଣୀ ଗୃହ ରହିଛି। ଗୋଟିଏ ଶ୍ରେଣୀ କୋଠରିରେ ୭୯ଜଣ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଗଢ଼ା ହେଉଛି। ଏହାକୁ ନେଇ ଅଭିଭାବକ ମହଲରେ ଅସନ୍ତୋଷ ଦେଖାଦେଇଛି। ଗୋଟିଏପଟେ ଶିକ୍ଷା ପ୍ରତି ସରକାର ଗୁରୁତ୍ୱ ଦେଉଥିବା ବେଳେ ଏହି ବିଦ୍ୟାଳୟକୁ ପ୍ରଶାସନ ଅଣଦେଖା କରୁଥିବା ନୀତିକୁ ବୁଦ୍ଧିଜୀବୀ ମହଲରେ ତୀବ୍ର ନିନ୍ଦା କରିବା ସହ ସମାଲୋଚନା କରାଯାଇଛି। ସ୍କୁଲ କମିଟି, ଗ୍ରାମବାସୀ ଓ ଅଭିଭାବକମାନେ ବାରମ୍ବାର ବିଭାଗକୁ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ ବିଦ୍ୟାଳୟ ପ୍ରତି କୌଣସି ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ଗାଁରେ ଅସନ୍ତୋଷ ପ୍ରକାଶ ପାଉଛି। ଗୁଣାତ୍ମକ ଶିକ୍ଷା ସାଙ୍ଗକୁ ଭିତ୍ତିଭୂମି ଲାଗି କୋଟିକୋଟି ଟଙ୍କା ସରକାର ଖର୍ଚ୍ଚ କରୁଛନ୍ତି। ଏପରିକି ପିଲାଙ୍କୁ ଆକୃଷ୍ଟ କରିବା ପାଇଁ ପୋଷାକ, ବୁଟ ମଉଜା ଓ ମାଧ୍ୟାହ୍ନ ଭୋଜନ ସହ ବହିପତ୍ର ଯୋଗାଇ ଦିଆଯାଉଛି। ହେଲେ ଏବେ ବି ଅନେକ ବିଦ୍ୟାଳୟର ଭିତ୍ତିଭୂମି ଅଭାବ ଯୋଗୁ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧାର ଭିତରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri