୨ କୋଠରିରେ ପଢ଼ୁଛନ୍ତି ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲା

ଦଶମନ୍ତପୁର, ୩୦।୮( ଡି.ଏନ୍‌.ଏ.):କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅଧୀନ ଚିକମ୍‌ ପଞ୍ଚାୟତର ଉପର ଗୋଦଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ମଧ୍ୟରେ ୧୦୫ ଜଣ ଛାତ୍ରୀଛାତ୍ର ପଢ଼ନ୍ତି। ସେମାନଙ୍କ ପାଇଁ ୩ଜଣ ଶିକ୍ଷକ ଅଛନ୍ତି। କିନ୍ତୁ ଏଠାରେ ମାତ୍ର ୨ଟି କୋଠରି ରହିଛି। ଗୋଟାଏ କୋଠରିରେ ୧ମରୁ ୫ମ ଶ୍ରେଣୀ ଓ ଅନ୍ୟଟିରେ ୬ଷ୍ଠରୁ ୮ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ପଢ଼ାଯାଉଛି।
୨ଟି ଶ୍ରେଣୀଗୃହରେ ୮ଟି ଶ୍ରେଣୀର ପିଲାଙ୍କୁ ବସି ପଢ଼ାଯାଉଥିବାରୁ ସେମାନଙ୍କୁୁ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ପାଠ ବୁଝିବା ଏବଂ ଶୁଣିବାରେ ସମସ୍ୟା ଉପୁଜୁଛି ବୋଲି ଛାତ୍ରୀଛାତ୍ରମାନେ ଅଭିଯୋଗ କରିଛନ୍ତି। ଏଭଳି ସମସ୍ୟା ମଧ୍ୟରେ ପରୀକ୍ଷାରେ କିଭଳି ପାସ୍‌ କରିବୁ ସେ ନେଇ କୁନିକୁନି ଛାତ୍ରୀଛାତ୍ର ପ୍ରଶ୍ନ କରିଛନ୍ତି। ଏହାକୁ ନେଇ ଅଭିଭାବକମାନେ ମଧ୍ୟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଆବଶ୍ୟକ ଶ୍ରେଣୀଗୃହ ନ ଥିବାରୁ ପାଠ ଆମକୁ ପଢ଼ାଇବା ଏବଂ ପିଲାମାନଙ୍କୁ ପାଠ ବୁଝିବାରେ ଅସୁବିଧା ହେଉଛି ବୋଲି ଶିକ୍ଷକ କୃପାସିନ୍ଧୁ ଖରା କହିଛନ୍ତି। ସମସ୍ୟାଟି ଦୀର୍ଘ ଦିନର। ଅସୁବିଧା ସମ୍ପର୍କରେ ବାରମ୍ବାର ବିଭାଗୀୟ ଅଧିକରୀ ଓ ଲୋକ ପ୍ରତିନିଧିଙ୍କୁ ମୌଖିକ ଏବଂ ଲିଖିତଭାବେ ଜଣାଇ ଆସୁଥିଲେ ହେଁ ତାହାର କୌଣସି ସୁଫଳ ମିଳୁନି ବୋଲି ପ୍ରଧାନ ଶିକ୍ଷକ ରାମଚନ୍ଦ୍ର ଗରଡ଼ା କହିଛନ୍ତି। ଖୁବ୍‌ଶୀଘ୍ର ଆବଶ୍ୟକ କୋଠରି ନିର୍ମାଣ କରା ନ ଗଲେ ପିଲାଙ୍କୁ ଧରି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବେ ବୋଲି ଅଭିଭାବକମାନେ ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ବିଇଓ ଦୟାସିନ୍ଧୁ ବାଘଙ୍କୁ ଯୋଗାଯୋଗ କରିବାରୁ ଏ ବିଷୟରେ ଉପରିସ୍ଥ ଅଧିକାରୀଙ୍କୁ ଜଣାଇବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri