ପହିଲାରୁ ଯୁକ୍ତ୨ ପାଠପଢ଼ା

ଭୁବନେଶ୍ୱର,୩୧।୭(ଅନୁରାଧା ମହାରଣା):ଅଗଷ୍ଟ ପହିଲାରୁ ରାଜ୍ୟର ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତ୨ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ। ୨୦୨୩-୨୪ ଶିକ୍ଷାବର୍ଷରେ ନାମ ଲେଖାଇଥିବା ପିଲାଙ୍କ ପାଇଁ ପ୍ରତି ବିଦ୍ୟାଳୟରେ ପ୍ରବେଶ ଉତ୍ସବର ଆୟୋଜନ କରାଯିବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ରଘୁରାମ ଆର୍‌ ଆୟାର ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କୁ ଚିଠି ଲେଖିଛନ୍ତି। ଏହି ପ୍ରବେଶ ଉତ୍ସବରେ ପିଲାଙ୍କ ପାଇଁ କେଉଁସବୁ କାର୍ଯ୍ୟକ୍ରମର ଆୟୋଜନ କରାଯିବ ସେନେଇ ବିସ୍ତୃତ ଭାବେ ଉଲ୍ଲେଖ ରହିଛି। ନୂଆ କରି ଶିକ୍ଷାନୁଷ୍ଠାନକୁ ଆସିଥିବା ପିଲାଙ୍କୁ ସ୍ବାଗତ କରିବା ପାଇଁ ସୁସଜ୍ଜିତ ହଲ୍‌ରେ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଆବଶ୍ୟକ ସ୍ଥଳେ ବିଭାଗ ଅନୁସାରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯିବ। ଏଥିରେ ପିଲାଙ୍କୁ ଶିକ୍ଷାନୁଷ୍ଠାନର ଇତିହାସ, କାର୍ଯ୍ୟକଳାପ ଓ ନିୟମ ବିଷୟରେ ସୂଚିତ କରାଯିବ। ପ୍ରଧାନ ଶିକ୍ଷକଙ୍କ ସମେତ ଅନ୍ୟ ଶିକ୍ଷୟିତ୍ରୀଶିକ୍ଷକ ଓ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନା କରିବେ। ଛାତ୍ର ଜୀବନରେ ଉଚ୍ଚ ମାଧ୍ୟମିକ ଶିକ୍ଷାର ଗୁରୁତ୍ୱ ସମ୍ପର୍କରେ ପିଲାଙ୍କୁ ଅବଗତ କରାଯିବା ସହ ଶିକ୍ଷାନୁଷ୍ଠାନର ଶ୍ରେଣୀଗୃହ, ପରୀକ୍ଷାଗାର, ପାଠଗାର ସମ୍ପର୍କରେ ପିଲାମାନେ ଜାଣିବାକୁ ପାଇବେ। ସେହିପରି ପିଲାଙ୍କ ୟୁନିଫର୍ମ ଓ ପରିଚୟ ପତ୍ର ଉପରେ ମଧ୍ୟ ଉଚ୍ଚ ମାଧ୍ୟମିକ ନିର୍ଦ୍ଦେଶାଳୟ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି। ଅଗଷ୍ଟ ୧୪ ସୁଦ୍ଧା ଛାତ୍ରୀଛାତ୍ର ୟୁନିଫର୍ମ ପିନ୍ଧି କ୍ଲାସ କରିବେ। ତେବେ ସ୍ଥାୟୀ ପରିଚୟପତ୍ର ମିଳି ନ ଥିଲେ ଅସ୍ଥାୟୀ ପରିଚୟପତ୍ର ପ୍ରଦାନ କରିବେ ବିଦ୍ୟାଳୟ କର୍ତ୍ତୃପକ୍ଷ। ନିୟମିତ ଅଭିଭାବକ-ଶିକ୍ଷକ ବୈଠକ ଆୟୋଜନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟପକ୍ଷରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତ କ୍ୟାରିଅର ପୋର୍ଟାଲ ସମ୍ପର୍କିତ ତଥ୍ୟ ପିଲାମାନେ ଶିକ୍ଷା ଆରମ୍ଭରୁ ଜାଣି ରଖିବା ପାଇଁ କୁହାଯାଇଛି। http://odishacareerportal.comରେ ଉପଲବ୍ଧ ପ୍ରାୟ ୫୫୦ କ୍ୟାରିଅର ଅପଶନ୍‌ ସମ୍ପର୍କରେ ସୂଚନା ପାଇପାରିବେ ଛାତ୍ରୀଛାତ୍ର। ପିଲାମାନେ ଶିକ୍ଷାନୁଷ୍ଠାନର ପ୍ରୋକ୍ଟୋରଙ୍କ ସହ ମଧ୍ୟ ପରିଚିତ ହେବେ। ପ୍ରୋକ୍ଟୋର ବିଦ୍ୟାର୍ଥୀଙ୍କୁ ସେମାନଙ୍କ ପାଠ୍ୟ ବିଷୟ, ବିଭାଗ, ଦଳ ଓ ସମୟ ସାରଣୀ ବିଷୟରେ ମାର୍ଗଦର୍ଶନ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri